କାଲି ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ; ଓଡ଼ିଶା ଉପରେ ନାହିଁ ବିଶେଷ ପ୍ରଭାବ

The Sakala Picture
Published On

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଧୀରେ ଧୀରେ ଏହା ଅଧିକ ଶକ୍ତିଶାଳୀ ହେଉଛି। ଏହି ଲଘୁଚାପ କ୍ଷେତ୍ରଟି ଆସନ୍ତା କାଲି ସୁଦ୍ଧା ଶକ୍ତିଶାଳୀ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ବେଳେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ ବୋଲି ଆକଳନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ […]

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ଏହି ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଧୀରେ ଧୀରେ ଏହା ଅଧିକ ଶକ୍ତିଶାଳୀ ହେଉଛି। ଏହି ଲଘୁଚାପ କ୍ଷେତ୍ରଟି ଆସନ୍ତା କାଲି ସୁଦ୍ଧା ଶକ୍ତିଶାଳୀ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ବେଳେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ ବୋଲି ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଓ କାଲି ଅବପାତରେ ପରଣତ ହୋଇ ପରବର୍ତ୍ତୀ ୩ଦିନ ଯାଏଁ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ। ଏହା ପ୍ରଭାବରେ ୨୧ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଆଦି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ଆଜି ନେବ ଅବପାତର ରୂପ

ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଶୀତ ଆରମ୍ଭ ହୋଇଯାଇଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ଶେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଏଠାରେ ପାରଦ ୭.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ଜି ଉଦୟଗିରିରେ ତାମପାତ୍ରା ୮.୨ ଡିଗ୍ରୀ ରହିଥିବା ବେଳେ ମୋଟ୍‍ ୯ ଟି ସହରରେ ପାରଦ ୧୫ ଡିଗ୍ରୀ ତଳେ ରହିଛି।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅର୍ଣ୍ଣବ' ପ୍ରଭାବ: ଗଞ୍ଜାମରେ ବିପଦ ସଙ୍କେତ ଉପରେ ବହୁଛି ଋଷିକୂଲ୍ୟା, ରାସ୍ତାଘାଟ ଜଳମଗ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର