ଚଳିତ ମାସରେ ବଙ୍ଗୋପସାଗରରେ ୩ ଲଘୁଚାପ ସମ୍ଭାବନା: ରାଜ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ

The Sakala Picture
Published On

ଭୁବନେଶ୍ୱର: ଚଳିତ ମାସରେ ରାଜ୍ୟକୁ ଭଲ ବର୍ଷା ମିଳିବ ବୋଲି ଆଶା କରାଯାଉଛି। ଘନ ଘନ ଲଘୁଚାପ ସହିତ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ। ଫଳରେ ରାଜ୍ୟର ଜଳଭାଣ୍ଡାରଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାନବା ରହିଛି। ଦୁଇ ସପ୍ତାହରେ ଦୁଇଟି ଲଘୁଚାପ ହେଉଥିବାରୁ ସେପ୍ଟେମ୍ବର ତୃତୀୟ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିବାର ସମ୍ଭାବନା ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମେତ […]

ଭୁବନେଶ୍ୱର: ଚଳିତ ମାସରେ ରାଜ୍ୟକୁ ଭଲ ବର୍ଷା ମିଳିବ ବୋଲି ଆଶା କରାଯାଉଛି। ଘନ ଘନ ଲଘୁଚାପ ସହିତ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ। ଫଳରେ ରାଜ୍ୟର ଜଳଭାଣ୍ଡାରଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାନବା ରହିଛି। ଦୁଇ ସପ୍ତାହରେ ଦୁଇଟି ଲଘୁଚାପ ହେଉଥିବାରୁ ସେପ୍ଟେମ୍ବର ତୃତୀୟ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିବାର ସମ୍ଭାବନା ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୬ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ ଏବଂ କଟକରେ ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ପୂର୍ବ ଆକଳନ ମୁତାବକ ଚଳିତ ସପ୍ତାହରେ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଦ୍ୱିତୀୟ ସପ୍ତାହରେ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବ। ତେବେ ତୃତୀୟ ସପ୍ତାହରେ ଲଘୁଚାପ ଜନିତ ସକ୍ରିୟ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭବତଃ ସେପ୍ଟେମ୍ବର ମାସରେ ରାଜ୍ୟରେ ସ୍ୱାଭାବିକ (୨୪୨.୫ମିମି)ଠାରୁ ଅଧିକ ବର୍ଷା ହେବ। ଅନ୍ୟପଟେ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ କହିବା ଅନୁଯାୟୀ ଆନ୍ଧ୍ର ଉପକୂଳ ଓ ପୂବ କେନ୍ଦ୍ରୀୟ ବଙ୍ଗୋପସାଗରେ ୨ ଟି ଘୂର୍ଣ୍ଣିବଳୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୬ ତାରିଖ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବ। ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର