ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉପକୂଳରେ ସୃଷ୍ଟି ହେଲା ଲଘୁଚାପ, ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା

Madhusudan Das Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସମୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ପାରାଦୀପ ଉପକୂଳରୁ ଚୀନ୍ ଯାଉଥିବା ପାନାମା ଜାହାଜ 'ଏମ୍‌ଭି ଓସେନ୍ ୱିନର' ବୁଡ଼ିଲା: ୨ ଜଣ ଉଦ୍ଧାର, ୨୨ ନିଖୋଜ

ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ୫:୩୦ ମିନିଟ୍ ସମୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଉତ୍ତର, ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ବ୍ୟାପକ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ନିଖୋଜ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ସ୍କୁଲ ପଛ ନାଳରୁ ମିଳିଲା ରକ୍ତାକ୍ତ ମୃତଦେହ

ଆଜି ପାଇଁ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ବିଶେଷକରି ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। 

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା; ଭାଇ-ଭଉଣୀଙ୍କ ମଧ୍ୟରେ ଥିବା ଅତୁଟ ପ୍ରେମ ଓ ସୁରକ୍ଷାର ପବିତ୍ର ପର୍ବ

ଅନ୍ୟପକ୍ଷରେ ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ରହିବା ସହ ଝଡ଼ ପବନ ବେଳେ ଏହା ୬୦ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳକୁ ଯିବା ପାଇଁ ବାରଣ କରାଯାଇଛି। ଗଭୀର ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ତୁରନ୍ତ ଉପକୂଳକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର