ମନୋରଞ୍ଜନ
ଓଡ଼ିଶା
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩୬ ଘଣ୍ଟାରେ ନେଇପାରେ ଅବପାତର ରୂପ

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୩୬ ଘଣ୍ଟାରେ ଏହା ଅବପାତର ରୂପ ନେଇପାରେ ବୋଲି ଅନୁମାନ କରାଯାଉଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୫ରୁ ୭ ଦିନ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଉପକୂଳ ୧୦ ଜିଲ୍ଲାକୁ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।