୨୪ ଘଣ୍ଟାରେ ଲଘୁଚାପ, ପଛେପଛେ ଆଉ ଗୋଟିଏ; ମାସ ଶେଷ ଯାଏ ବର୍ଷା ସମ୍ଭାବନା…

The Sakala Picture
Published On

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମିଆଁମାର ଉପକୂଳ ଉପରେ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଜି ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାରଠାରୁ ବର୍ଷା ଆରମ୍ଭ ହୋଇଛି। ସମ୍ଭାବ୍ୟ ଲଘୁଚାପ ଯୋଗୁଁ ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟର […]

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମିଆଁମାର ଉପକୂଳ ଉପରେ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଜି ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାରଠାରୁ ବର୍ଷା ଆରମ୍ଭ ହୋଇଛି। ସମ୍ଭାବ୍ୟ ଲଘୁଚାପ ଯୋଗୁଁ ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ଆଶଙ୍କା ରହିଥିବା ବେଳେ କିଛି କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ଲଘୁଚାପ ପ୍ରଭାବରେ ସମୁଦ୍ର ମଧ୍ୟରେ ପବନର ବେଗ ୪୦-୫୦ କିମି ଓ ଝଟକା ପବନ ୬୦ କିମି ପର୍ଯ୍ୟନ୍ତ ପହଞ୍ଚିବା ଆଶଙ୍କା ରହିଛି। ଏହା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ।
ତେଣୁ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ସୋମବାର କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଥିବା ବେଳେ ରାଜ୍ୟର ବାକି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି।

ଅନ୍ୟପଟେ ଏହି ଲଘୁଚାପ ପ୍ରଭାବ ଯାଉ ଯାଉ ଆସନ୍ତା ୨୫ ସେପ୍ଟେମ୍ୱର ପାଖାପାଖି ମିଆଁମାର-ବାଂଲାଦେଶ ଉପକୂଳରେ ଥିବା ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପଟି ଅଧିକ ଘନୀଭୂତ ହେବା ନେଇ ପ୍ରାଥମିକ ଆକଳନରୁ ଜଣାପଡ଼ିଛି। ତେଣୁ ଏହି ଲଘୁଚାପ ଯୋଗୁଁ ପାର୍ବଣ ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ଏହା ପ୍ରଭାବରେ ୨୫ ତାରିଖରୁ ବର୍ଷା ବଢ଼ିବା ସହ ୨୮ ତାରିଖ ଯାଏଁ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଓ ଆଉ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ଲଘୁଚାପ ଯୋଗୁଁ ବିଶେଷ କରି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଜିଲ୍ଲାଗୁଡ଼ିକରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର