ଆସନ୍ତା ୨୮ରୁ ରାଜ୍ୟକୁ ଆସୁଛି ପୁଣି ଏକ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୮ ତାରିଖ ବେଳକୁ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏହା ପ୍ରଭାବରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି । ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଓ […]

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୮ ତାରିଖ ବେଳକୁ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏହା ପ୍ରଭାବରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି । ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ୪ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। କିଛି ସ୍ଥାନରେ ଘଡ଼ଡଘଡ଼ି ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ୧୧ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁରରରେ ଆସନ୍ତାକାଲି ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର