ଆଗାମୀ 12 ଘଣ୍ଟାରେ ଲଘୁଚାପ : ଆଜିଠୁ ବଢ଼ିବ ବର୍ଷା

ଭୁବନେଶ୍ୱର : ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି। ଉପର ବାୟୁ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଆଡ଼କୁ ବିସ୍ତାରିତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୯ ତାରିଖ ଯାଏଁ ପ୍ରବଳ ବର୍ଷା ସହ ଝଡ଼ି ପବନ ଓ ବିଜୁଳି ଘଡ଼ଘଡ଼ି ହେବା ନେଇ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରିଛି। ଆଗକୁ ଆଉ […]

ଭୁବନେଶ୍ୱର : ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି। ଉପର ବାୟୁ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଆଡ଼କୁ ବିସ୍ତାରିତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୯ ତାରିଖ ଯାଏଁ ପ୍ରବଳ ବର୍ଷା ସହ ଝଡ଼ି ପବନ ଓ ବିଜୁଳି ଘଡ଼ଘଡ଼ି ହେବା ନେଇ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରିଛି। ଆଗକୁ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ଆଜି ଠାରୁ ବର୍ଷା ଆହୁରି ବଢ଼ିବ। ପ୍ରବଳ ବର୍ଷା ସାଙ୍ଗକୁ ଝଟ୍‌କା ପବନ ଓ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ଓ ଝଟ୍‌କା ପବନ ହେବା ନେଇ ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

About The Author: The Sakala