ଆସୁଛି ଲଘୁଚାପ, ଆଗାମୀ ୭ ଦିନ ଯାଏ ରାଜ୍ୟରେ ଜାରି ରହିବ କାଳବୈଶାଖୀ ପ୍ରଭାବ

The Sakala Picture
Published On

ଭୁବନେଶ୍ବର: ଆସୁଛି ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ପରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରିଛି ବିଭାଗ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର […]

ଭୁବନେଶ୍ବର: ଆସୁଛି ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବା ପରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରିଛି ବିଭାଗ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ୨୬ ଓ ୨୭ ତାରିଖରେ ରାଜ୍ୟ ସାରା ବର୍ଷା ସମ୍ଭାବନା ରହିଥିବାବେଳେ ସତର୍କତା ଜାରି କରିଛି ପାଣିପାଗ ବିଭଗ। ତେବେ କେରଳ ଆଡକୁ ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ଏହି ପ୍ରକ୍ରିୟା ସକ୍ରିୟ ରହିଲେ ମୌସୁମୀ ଓଡ଼ିଶା ଆଗମନ ନେଇ ବାଟ ଫିଟିବ।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

ସେପଟେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ ଓ ୨୭ ଏହି ଦୁଇଦିନ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର ରାୟଗଡା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା  ରହିଛି। ସେହିପରି ଆସନ୍ତା ୭ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ବିଜୁଳି ଘଡଘଡି ସହ ବର୍ଷା ଓ ଝଡି ପବନ ବହିବାର  ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡା, ବରଗଡ, ସମ୍ବଲପୁର ଓ ଦେବଗଡକୁ ବାଦ ଦେଲେ ଅନ୍ୟ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୨୪ ଘଣ୍ଟା ଯାଏ ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା,ପୁରୀ, କଟକ ଜଗତସିଂହପୁର, କେନ୍ଦ୍ରାପଡ। ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଏହି ଏହି ୧୧ ଜିଲ୍ଲାରେ ଉଷ୍ମ ଓ ଆଦ୍ର ସ୍ଥିତି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର