ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

Madhusudan Das Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହେଉଥିବାରୁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜୁଲାଇ ୨୬ ତାରିଖ ପାଇଁ ରାଜ୍ୟର ୬ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ଏବଂ ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସତର୍କତା ଅବଲମ୍ବନ କରାଯାଇଛି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳରେ ଏହି ଲଘୁଚାପ କ୍ଷେତ୍ର କେନ୍ଦ୍ରୀଭୂତ ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ୯.୪ କିଲୋମିଟର ଉପରକୁ ବିସ୍ତାରିତ ହୋଇଛି। ବିଭିନ୍ନ ରାଜ୍ୟ ଦେଇ ଯାଇଥିବା ମୌସୁମୀ ଟ୍ରଫ୍ ଲାଇନ୍ କାରଣରୁ ଓଡ଼ିଶାରେ ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ବର୍ଷାର ତୀବ୍ରତାକୁ ଦେଖି ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି ହୋଇଛି:
ରେଡ୍ ୱାର୍ଣ୍ଣିଂ: ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଏବଂ କେନ୍ଦୁଝର ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। ଏଠାରେ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ଅରେଞ୍ଜ ୱାର୍ଣ୍ଣିଂ: ସେହିପରି ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।

ୟେଲୋ ୱାର୍ଣ୍ଣିଂ: ଏହାବ୍ୟତୀତ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି, ବିଜୁଳି ମାରିବାର ସମ୍ଭାବନା ରହିଥିବାବେଳେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଡ଼ପବନ ବହିବ ବୋଲି ବିଭାଗ ସତର୍କ କରାଇଛି। ଜୁଲାଇ ୨୭ ଏବଂ ଜୁଲାଇ ୨୮ ତାରିଖ ପର୍ଯ୍ୟନ୍ତ ଏହି ବର୍ଷାର ତୀବ୍ରତା ବଜାୟ ରହିବ ଏବଂ ଜୁଲାଇ ୨୯ ତାରିଖରୁ ଏହା ଧୀରେ ଧୀରେ କମିବ ବୋଲି ପୂର୍ବାନୁମାନ କରାଯାଇଛି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର