ମନୋରଞ୍ଜନ

ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ, ୩୬ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ

The Sakala Picture
Published On

ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ଆରବସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ -ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ସେହିପରି ପାଣିପାଗ […]

ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ଆରବସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ -ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ମଣ୍ଡିରେ ପଡ଼ିଛି ଧାନ, ଟୋକନ ଥାଇ ମଧ୍ୟ ମିଲର ଉଠାଉନାହିଁ; କୀଟନାଶକ ପିଇ ଜୀବନ ହାରିଲେ ଚାଷୀ

ସେହିପରି ପାଣିପାଗ ବିଶେଷଜ୍ଞଙ୍କ ଅନୁଯାୟୀ ୨୩ ତାରିଖ କେନ୍ଦ୍ରୀୟ-ପୂର୍ବ ଆରବ ସାଗରରେ ମହାରାଷ୍ଟ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ରେ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇ ଅଧିକ ଘନୀଭୂତ ହେବ। ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୫ରେ ବାତ୍ୟା ଓ ୨୭ରେ ଭୀଷଣ ବାତ୍ୟାରେ ପରିଣତ ହୋଇ ୨୯ରେ ଗୁଜୁରାଟ ଉପକୂଳ ଛୁଇଁବ।

ଆହୁରି ପଢ଼ନ୍ତୁ: ଟଙ୍କା ନ ଦେବାରୁ ବୃଦ୍ଧ ଓ ଭିନ୍ନକ୍ଷମଙ୍କୁ ମୁଖ୍ୟମନ୍ତ୍ରୀ ବସ୍‌‌ରୁ ଓହ୍ଲାଇ ଦେଲେ କଣ୍ଡକ୍ଟର

ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ କେନ୍ଦ୍ରୀୟ ପୂର୍ବ-ବଙ୍ଗୋପସାଗରରେ ଥାଇଲାଣ୍ଡ ଉପକୂଳ ନିକଟରେ ୨୭ତାରିଖରେ ଏକ ଘୂର୍ଣ୍ଣିବଳୟ ଓ ୨୮ରେ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ୨୯ରେ ଏହା ଅବପାତରେ ପରିଣତ ହେବ। ପ୍ରାଥମିକ ଆକଳନରୁ ଜଣାପଡ଼ୁଛି ଯେ ଏହା ୨୯ କିମ୍ବା ୩୦ ବେଳକୁ ବାଂଲାଦେଶ/ପଶ୍ଚିମବଙ୍ଗ ଉପକୂଳ ଛୁଇଁପାରେ। ତେବେ ଆଗକୁ ଏହା ଉପରେ ତୀକ୍ଷ୍ଣ ନଜର ରହିବ ବୋଲି ପ୍ରଫେସର୍‌ ପଶୁପାଳକ କହିଛନ୍ତି।

ଆହୁରି ପଢ଼ନ୍ତୁ: ଜ୍ୱରରେ କମ୍ପୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ଅଲାରନାଥଙ୍କ ଦର୍ଶନ ପାଇଁ ବ୍ରହ୍ମଗିରିରେ ଶ୍ରଦ୍ଧାଳୁଙ୍କ ଭିଡ଼

21 May 2025 By The Sakala

ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ, ୩୬ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ

ଭୁବନେଶ୍ବର : ପୂର୍ବକେନ୍ଦ୍ରୀୟ ଆରବସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ -ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ସେହିପରି ପାଣିପାଗ ବିଶେଷଜ୍ଞଙ୍କ ଅନୁଯାୟୀ ୨୩ ତାରିଖ କେନ୍ଦ୍ରୀୟ-ପୂର୍ବ ଆରବ ସାଗରରେ ମହାରାଷ୍ଟ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ରେ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇ ଅଧିକ ଘନୀଭୂତ ହେବ। ଏହା ଉତ୍ତର ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୫ରେ ବାତ୍ୟା ଓ ୨୭ରେ ଭୀଷଣ ବାତ୍ୟାରେ ପରିଣତ ହୋଇ ୨୯ରେ ଗୁଜୁରାଟ ଉପକୂଳ ଛୁଇଁବ।

ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ କେନ୍ଦ୍ରୀୟ ପୂର୍ବ-ବଙ୍ଗୋପସାଗରରେ ଥାଇଲାଣ୍ଡ ଉପକୂଳ ନିକଟରେ ୨୭ତାରିଖରେ ଏକ ଘୂର୍ଣ୍ଣିବଳୟ ଓ ୨୮ରେ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ୨୯ରେ ଏହା ଅବପାତରେ ପରିଣତ ହେବ। ପ୍ରାଥମିକ ଆକଳନରୁ ଜଣାପଡ଼ୁଛି ଯେ ଏହା ୨୯ କିମ୍ବା ୩୦ ବେଳକୁ ବାଂଲାଦେଶ/ପଶ୍ଚିମବଙ୍ଗ ଉପକୂଳ ଛୁଇଁପାରେ। ତେବେ ଆଗକୁ ଏହା ଉପରେ ତୀକ୍ଷ୍ଣ ନଜର ରହିବ ବୋଲି ପ୍ରଫେସର୍‌ ପଶୁପାଳକ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର