ଆସନ୍ତା ୧୨ରେ ଭୟଙ୍କର ରୂପ ନେଇ ବାଂଲାଦେଶ ଓ ମିଆଁମାର ମୁହାଁ ହୋଇପାରେ ବାତ୍ୟା: IMD ଡିଜି

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହାେଇଛି ଲଘୁଚାପ । ଅଧିକ ସକ୍ରିୟ ହୋଇ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଆସନ୍ତାକାଲି ଏହା ଅବପାତର ରୂପ ନେବ । ଏହାପରେ ଅଧିକ ଘନୀଭୂତ ହୋଇ ୧୦ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସାମୁଦ୍ରିକ ଝଡର ରୂପ ନେଇପାରେ । ଏହାପରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ୧୨ରେ ଭୟଙ୍କର ରୂପ ନେଇ ବାଂଲାଦେଶ ଓ ମିଆଁମାର ମୁହାଁ ହୋଇପାରେ ସମ୍ଭାବ୍ୟ ବାତ୍ୟା । ଏ ନେଇ ପୂର୍ବାନୁମାନ କରିଛନ୍ତି […]

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହାେଇଛି ଲଘୁଚାପ । ଅଧିକ ସକ୍ରିୟ ହୋଇ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଆସନ୍ତାକାଲି ଏହା ଅବପାତର ରୂପ ନେବ । ଏହାପରେ ଅଧିକ ଘନୀଭୂତ ହୋଇ ୧୦ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସାମୁଦ୍ରିକ ଝଡର ରୂପ ନେଇପାରେ । ଏହାପରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ୧୨ରେ ଭୟଙ୍କର ରୂପ ନେଇ ବାଂଲାଦେଶ ଓ ମିଆଁମାର ମୁହାଁ ହୋଇପାରେ ସମ୍ଭାବ୍ୟ ବାତ୍ୟା । ଏ ନେଇ ପୂର୍ବାନୁମାନ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ଏହା ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇପାରେ। ପ୍ରଭାବରେ ଆଜିଠୁ ଆଣ୍ଡାମାନ ନିକୋବରରେ ବର୍ଷା ଆରମ୍ଭ ହେବ। କାଲିଠୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ୧୦ତାରିଖରେ ବର୍ଷା ପବନ ବଢିବ। ଏହାର ପ୍ରଭାବରେ ୧୨ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତେଣୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର, ଆଣ୍ଡାମାନ ସାଗରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଅନ୍ୟପଟେ ଓଡ଼ିଶା ସହ ଅନ୍ୟ ପୂର୍ବ ଉପକୂଳ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସତର୍କତା ଜାରି କରାଯାଇନି । ବର୍ଷା, ପବନ ନେଇ ମଧ୍ୟ ଓଡ଼ିଶା, ଆନ୍ଧ୍ରପ୍ରଦେଶ କିମ୍ବା ପଶ୍ଚିମବଙ୍ଗକୁ ଓ୍ବାର୍ଣ୍ଣିଂ ଦିଆଯାଇନି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର