ଆସୁଛି ଲଘୁଚାପ; ବଢ଼ିବ ବର୍ଷା, ଆଜି ପାଇଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି…

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସ୍ଥିତି ଜାରି ରହିଥିବାବେଳେ ପୁଣି ଏକ ଲଘୁଚାପ ଓଡ଼ିଶାରେ ଅଧିକ ବର୍ଷା କରାଇବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୨୯ ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବାର ସମ୍ଭାବନା ରହିଛି […]

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସ୍ଥିତି ଜାରି ରହିଥିବାବେଳେ ପୁଣି ଏକ ଲଘୁଚାପ ଓଡ଼ିଶାରେ ଅଧିକ ବର୍ଷା କରାଇବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ୨୯ ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବାର ସମ୍ଭାବନା ରହିଛି ଓ ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ଆକଳନ କରାଯାଉଛି। ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ଜାରି ରହିବାର ସମ୍ଭାବନା ଥିବାବେଳେ ପୁଣି ୪ କିମ୍ବା ୫ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ତେଣୁ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍‌ଆରସିଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ସବୁ ପ୍ରକାର ସ୍ଥିତିର ମୁକାବିଲା ପାଇଁ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ କୁହାଯାଇଛି।

ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ। ୨୯ରୁ ବର୍ଷାର ପ୍ରଭାବ ବଢ଼ିବା ସହ ୩୦ରେ ଅନେକ ସ୍ଥାନରେ ପ୍ରବଳ ହେବ।

About The Author: The Sakala