ଅଗଷ୍ଟ ୬ରୁ ରାଜ୍ୟରେ ପୁଣିଥରେ ଆରମ୍ଭ ହେବ ବର୍ଷା, ଅଗଷ୍ଟ ୫ ଯାଏ ଶୁଖିଲା ରହିବ ପାଗ

The Sakala Picture
Published On

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଛି। ଏହି ସ୍ଥିତି ଆହୁରି ୫-୬ ଦିନ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ମୌସୁମୀ ଦୁର୍ବଳ ହେତୁ ଗଲା ୪ ଦିନ ହେବ ସ୍ୱାଭାବିକଠାରୁ କମ୍‍ ବର୍ଷା ହେଉଥିବା ବେଳେ ତାପମାତ୍ରା ମଧ୍ୟ ବୃଦ୍ଧି ହୋଇଛି। ଯାହାଦ୍ୱାରା ରାଜ୍ୟରେ ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩-୪ ଡିଗ୍ରୀ ଉପରେ ତାପମାତ୍ରା ରହିବା ସହ ଗରମ ଗୁଳୁଗୁଳି ଆରମ୍ଭ ହୋଇଛି। ତେବେ ଆସନ୍ତା ୫ ତାରିଖ ପରେ ସ୍ଥିତିରେ ପରିବର୍ତ୍ତନ […]

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଛି। ଏହି ସ୍ଥିତି ଆହୁରି ୫-୬ ଦିନ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ମୌସୁମୀ ଦୁର୍ବଳ ହେତୁ ଗଲା ୪ ଦିନ ହେବ ସ୍ୱାଭାବିକଠାରୁ କମ୍‍ ବର୍ଷା ହେଉଥିବା ବେଳେ ତାପମାତ୍ରା ମଧ୍ୟ ବୃଦ୍ଧି ହୋଇଛି। ଯାହାଦ୍ୱାରା ରାଜ୍ୟରେ ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩-୪ ଡିଗ୍ରୀ ଉପରେ ତାପମାତ୍ରା ରହିବା ସହ ଗରମ ଗୁଳୁଗୁଳି ଆରମ୍ଭ ହୋଇଛି। ତେବେ ଆସନ୍ତା ୫ ତାରିଖ ପରେ ସ୍ଥିତିରେ ପରିବର୍ତ୍ତନ ଆସିବା ସହ ରାଜ୍ୟରେ ପୁଣି ମୌସୁମୀ ସକ୍ରିୟ ହେବାର ସମ୍ଭାବନା ସୃଷ୍ଟି ହୋଇଛି। କାରଣ ଆସନ୍ତା ୬ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସହ ରାଜ୍ୟକୁ ପୁଣି ବର୍ଷା ଫେରିବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବିଭିନ୍ନ ମଡେଲ୍‍କୁ ବିଶ୍ଳେଷଣ କରି ପ୍ରଫେସର ପଶୁୁପାଳକ କହିଛନ୍ତି ଯେ ଅଗଷ୍ଟ ୬ ତାରିଖରେ ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ୬-୯ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ମାତ୍ର ସେ ପର୍ଯ୍ୟନ୍ତ ରାଜ୍ୟରେ ବିକ୍ଷିପ୍ତ ବର୍ଷା ହେବ। ଜୁଲାଇ ମାସରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୬ ପରେ ହେବାକୁ ଥିବା ବର୍ଷା ଦ୍ୱାରା ଧାନ ରୁଆ ବେଉଷା ପାଇଁ ପାଣିର ଅସୁବିଧା ଦୂର ହେବ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରେମ ସମ୍ପର୍କକୁ ନେଇ କଙ୍ଗାରୁ କୋର୍ଟ, ଦୁଇ ଦିନ ବନ୍ଦୀ ରଖିବା ପରେ ପୁଲିସକୁ ଜିମା ଦେଲେ ଗ୍ରାମବାସୀ

ଅନ୍ୟପଟେ ବର୍ତ୍ତମାନ ଦୁର୍ବଳ ମୌସୁମୀ ଯୋଗୁଁ ରାଜ୍ୟରେ ବର୍ଷା କମିଛି। ଏହାସହିତ ରାଜ୍ୟକୁ ଜଳୀୟବାଷ୍ଫପୂର୍ଣ୍ଣ ବାୟୁ ପ୍ରବେଶ ଦ୍ୱାରା ବିଜୁଳି ଘଡ଼ଘଡ଼ି ଜାରି ରହିଛି। ଏହି ସ୍ଥିତି ଆହୁରି ୩ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ଶନିବାର ମାଲାକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୂୟରଭଞ୍ଜ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ିର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ସ୍ୱାଭାବିକଠାରୁ ତାପମାତ୍ରା ୩-୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ତାପମାତ୍ରା ବୃଦ୍ଧି ସାଙ୍ଗକୁ ଆର୍ଦ୍ରତା ପରିମାଣ ଅଧିକ ରହିବାକୁ ଥିବାରୁ ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଜାରି ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: MMDR ବିଲ୍ ଓ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଆସନ୍ତାକାଲି ଯାଏଁ ବିଧାନସଭା ମୁଲତବୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର