ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର: ପ୍ରବଳ ବର୍ଷା ନେଇ ସତର୍କତା

୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ୱର: ଘନୀଭୂତ ହୋଇ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲି ସନ୍ଧ୍ୟାରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ଏକ ସକ୍ରିୟ ଲଘୁଚାପ କ୍ଷେତ୍ର ଭାବେ ସୃଷ୍ଟି ହୋଇଥିଲା। ଲଘୁଚାପଟି ଅଧିକ ଘନୀଭୂତ ହୋଇ ବର୍ତ୍ତମାନ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ଏହି ଲଘୁଚାପଟି ଅକ୍ଟୋବର ୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି | ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ (ପ୍ରବଳ ବର୍ଷା): କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟ ୨୫ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର