ଆଜି ଲଘୁଚାପ; ରାଜ୍ୟରେ ବୃଦ୍ଧି ପାଇବ ବର୍ଷାର ପ୍ରଭାବ…

The Sakala Picture
Published On

ଭୁବନେଶ୍ୱ: ଦକ୍ଷିଣ-ପଶ୍ଟିମ ମୌସୁମୀ ବାୟୁ ଆସନ୍ତା ୪-୫ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ। ମଙ୍ଗଳବାର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ମୌସୁମୀ ଅଧିକ ସକ୍ରିୟ ହେବ ଓ ଏହା ଓଡ଼ିଶାକୁ ଅଗ୍ରସର ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁଁ ରାଜ୍ୟରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବା ସହ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ […]

ଭୁବନେଶ୍ୱ: ଦକ୍ଷିଣ-ପଶ୍ଟିମ ମୌସୁମୀ ବାୟୁ ଆସନ୍ତା ୪-୫ ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ। ମଙ୍ଗଳବାର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ମୌସୁମୀ ଅଧିକ ସକ୍ରିୟ ହେବ ଓ ଏହା ଓଡ଼ିଶାକୁ ଅଗ୍ରସର ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁଁ ରାଜ୍ୟରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବା ସହ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ। ଲଘୁଚାପ ପ୍ରଭାବରେ ସମୁଦ୍ର ମଧ୍ୟରେ ଘଣ୍ଟା ପ୍ରତି ୫୦ କିମି ବେଗରେ ପବନ ବହିପାରେ। ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ୨୯ ତାରିଖରୁ ଜୁନ୍‌ ୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଅଗ୍ନି ନିରାପତ୍ତା ନଥିଲେ ସାବଧାନ: ଆଜିଠୁ ସାରା ରାଜ୍ୟରେ ଅଗ୍ନିଶମ ବିଭାଗର ସରପ୍ରାଇଜ୍ ଯାଞ୍ଚ ଆରମ୍ଭ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପରବର୍ତ୍ତୀ ଦୁଇ ଦିନରେ ଏହା ଅଧିକ ଘନୀଭୂତ ହେବ। ଏହା ପ୍ରଭାବରେ ୨୭ରୁ ବର୍ଷା ଆରମ୍ଭ ହୋଇ ୨୮ରୁ ବର୍ଷାର ପ୍ରଭାବ ବଢ଼ିବ। ମଙ୍ଗଳବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ରହିବ। ଏହାସହ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ ୩୦ରୁ ୪୦ କିମି ରହିବ। ଯାହାକୁ ନେଇ ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଚିକେନ୍ ଦୋକାନୀଙ୍କୁ ହତ୍ୟା, ପୁଅ ଗୁରୁତର

ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେନ୍ଦ୍ରୀୟ ଆରବ ସାଗରର କିଛି ଅଂଶ, ମୁମ୍ୱାଇ ସମେତ ମହାରାଷ୍ଟ୍ରର କିଛି ଅଂଶ, ବେଙ୍ଗାଲୁରୁ ସମେତ କର୍ଣ୍ଣାଟକ, ତାମିଲନାଡୁର ଅବଶିଷ୍ଟ ଅଂଶ, ତେଲେଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶର କିଛି ଅଂଶ, ପଶ୍ଚିମକେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରର କିଛି ଅଂଶ, ମିଜୋରାମର ଅବଶିଷ୍ଟ ଅଂଶ, ସମଗ୍ର ତ୍ରିପୁରା, ମଣିପୁର, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, ଆସାମ ଏବଂ ମେଘାଳୟର କିଛି ଅଂଶକୁ ଆଗକୁ ବଢ଼ିଛି। ଆଗାମୀ ୩ ଦିନ ମଧ୍ୟରେ ମୌସୁମୀ ବାୟୁ କେନ୍ଦ୍ରୀୟ ଆରବ ସାଗରର ଅବଶିଷ୍ଟ ଅଂଶ, ମହାରାଷ୍ଟ୍ରର ଆଉ କିଛି ଅଂଶ, କର୍ଣ୍ଣାଟକର ଆଉ କିଛି ଅଂଶ, ତେଲେଙ୍ଗାନାର କିଛି ଅଂଶ, ଆନ୍ଧ୍ର ପ୍ରଦେଶ, ପଶ୍ଚିମକେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରର ଆଉ କିଛି ଅଂଶ ଏବଂ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକର ଅବଶିଷ୍ଟ ଅଂଶ ଏବଂ ଉପ-ହିମାଳାୟ ପଶ୍ଚିମବଙ୍ଗ ଏବଂ ସିକିମର କିଛି ଅଂଶକୁ ଅଗ୍ରସର ହେବା ନେଇ ପରିସ୍ଥିତି ଅନୁକୂଳ ରହିଛି।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ସୁଦର୍ଶନ ପଟ୍ଟନାୟକଙ୍କ ଅଭିନବ ବାଲୁକା କଳା: ୨୫୦୦ ଦୀପରେ ସଜେଇଲେ ୨୫ ଫୁଟର ପ୍ରତିକୃତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର