ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଆଜି ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତାକାଲିଠାରୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଏହି ସମ୍ଭାବ୍ୟ ବାତ୍ୟା ୪ ତାରିଖରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳ ନିକଟତର ହେବ। ୫ ତାରିଖରେ ନେଲୋର ଓ ମଛଲିପଟ୍ଟନମ ଉପକୂଳ ଦେଇ ଅତିକ୍ରମ କରିବ। ସେତେବେଳେ ପବନର ବେଗ ସର୍ବାଧିକ ୧୦୦ କିମି ରହିବ। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତାକାଲିଠୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ।୫ରୁ ବର୍ଷାର ବିସ୍ତୃତି ବଢ଼ିବ, ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା କୁ ଅରେଞ୍ଜ ଆଲର୍ଟ । ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଏବଂ କୋରାପୁଟରେ ୭୦ ରୁ ୨୦୦ ମିଲିମିଟର ବର୍ଷିବା ନେଇ ଚେତାବନୀ । ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି । ୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।