ମୁୁଖ୍ଯମନ୍ତ୍ରୀଙ୍କ ପାନୀୟ ଜଳ ଯୋଗାଣ ସମୀକ୍ଷା, ପାନୀୟ ଜଳ ସମସ୍ୟା ଥିବା ହଟ୍‌ସ୍ପଟ୍‌ ଅଞ୍ଚଳ ଚିହ୍ନଟ କରି ତୁରନ୍ତ ପଦକ୍ଷେପ ନିଅ

The Sakala Picture
Published On

ଭୁବନେଶ୍ବର: ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ପାନୀୟ ଜଳ ଯୋଗାଣ ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ସମସ୍ତ ଗ୍ରାମପଞ୍ଚାୟତ ଓ ପୌରାଞ୍ଚଳ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଶତପ୍ରତିଶତ ପ୍ରସ୍ତୁତ ଅଛନ୍ତି ବୋଲି ପ୍ରମାଣ ପତ୍ର ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ଖୁବ ଶୀଘ୍ର ଗ୍ରୀଷ୍ମ ଋତୂ ଆସିଥିବାରୁ ଏବଂ ଏବର୍ଷ ପୂର୍ବାପେକ୍ଷା ଅଧିକ ଗରମ ହେବାର ସମ୍ଭାବନା […]

ଭୁବନେଶ୍ବର: ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ପାନୀୟ ଜଳ ଯୋଗାଣ ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ସମସ୍ତ ଗ୍ରାମପଞ୍ଚାୟତ ଓ ପୌରାଞ୍ଚଳ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ଶତପ୍ରତିଶତ ପ୍ରସ୍ତୁତ ଅଛନ୍ତି ବୋଲି ପ୍ରମାଣ ପତ୍ର ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ଖୁବ ଶୀଘ୍ର ଗ୍ରୀଷ୍ମ ଋତୂ ଆସିଥିବାରୁ ଏବଂ ଏବର୍ଷ ପୂର୍ବାପେକ୍ଷା ଅଧିକ ଗରମ ହେବାର ସମ୍ଭାବନା ଥିବାରୁ ଆମକୁ ପୂର୍ବ ବର୍ଷ ଗୁଡିକ ଅପେକ୍ଷା ଅଧିକ ପ୍ରସ୍ତୁତି କରିବାକୁ ପଡିବ। ନିୟମିତ ପାନୀୟ ଜଳ ସମସ୍ୟା ଥିବା ହଟ୍‌ସ୍ପଟ୍‌ ଅଂଚଳ ଗୁଡିକୁ ଚିହ୍ନଟ କରି ତୁରନ୍ତ ପ୍ରତିକାରମୂଳକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

ଲୋକଙ୍କ ଅଭିଯୋଗର ଶୁଣାଣି ପାଇଁ ଏକ ତ୍ରୁଟିଶୂନ୍ୟ ଅଭିଯୋଗ ଶୁଣାଣି ବ୍ୟବସ୍ଥା ସହିତ ବୈଷୟିକ ଜ୍ଞାନସଂପନ୍ନ ତଦାରଖ ବ୍ୟବସ୍ଥା କାର୍ଯ୍ଯକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବରିଷ୍ଠ ଅଧିକାରୀମାନେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ଉତ୍ତମ ରୂପେ ତଦାରଖ କରି ଅବହେଳା କରୁଥିବା ଅଧିକାରୀଙ୍କ ଉପରେ ଦୃଢ କାର୍ୟ୍ୟାନୁଷ୍ଠାନ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ଏବଂ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲାପାଳମାନେ ନିୟମିତ ସମୀକ୍ଷା କରି ସମସ୍ୟାର ସମାଧାନ କରିବାକୁ କହିଥିଲେ।

ଆହୁରି ପଢ଼ନ୍ତୁ: ଚାକିରି ଲୋଭ ଦେଖାଇ ଆଦିବାସୀ ଯୁବତୀଙ୍କୁ ଦିଲ୍ଲୀରେ ବିକ୍ରି; ୫ ବର୍ଷ ପରେ ଘରକୁ ଯୋଗାଯୋଗ କଲେ

ରାଜ୍ୟ ସରକାର ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ପାନୀୟ ଜଳର ସୁବିଧା ପାଇଁ ବ୍ୟାପକ ଅର୍ଥ ବିନିଯୋଗ କରୁଛନ୍ତି। ଗ୍ରାମାଞ୍ଚଳରେ ୧୭ ହଜାର କୋଟି ଟଙ୍କାର ୮୯ଟି ବୃହତ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ଯକାରୀ ହେଉଛି ଏବଂ ୨୦୨୪ ସୁଦ୍ଧା ସବୁ ଗ୍ରାମ୍ୟ ପରିବାରକୁ ଶତପ୍ରତିଶତ ପାଇପ ଜଳ ଯୋଗାଣ ପାଇଁ ଲକ୍ଷ୍ୟ ରଖାଯାଇଛି।

ସେହିପରି ସହରାଞ୍ଚଳରେ ମଧ୍ୟ ଗତ ୩ ବର୍ଷ ମଧ୍ୟରେ ପାନୀୟ ଜଳ ପାଇଁ ୩୮୦୦ କୋଟି ଟଙ୍କା ବିନିଯୋଗ କରାଯାଇଛି ଏବଂ ୨୦୨୨ ସୁଦ୍ଧା ସହରାଞ୍ଚଳର ସବୁ ପରିବାରକୁ ପାଇପ ଜଳ ଯୋଗାଣର ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଥିଲେ । ଲୋକଙ୍କୁ ଉତ୍ତମ ମାନର ପାନୀୟ ଜଳ ଯୋଗାଇ ଦେବା ହେଉଛି ରାଜ୍ୟ ସରକାରଙ୍କ ପ୍ରାଥମିକତା ଏବଂ ବିଶେଷକରି ଖରାଦିନରେ ଏହାର ଗୁରୁତ୍ବ ବହୁତ ଅଧିକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଲୋଚନାରୁ ଜଣାଯାଇଛି ଯେ ସହରାଞ୍ଚଳରେ ୨୦୨୧ରେ ପାନୀୟ ଜଳର ଆବଶ୍ୟକତା ଦୈନିକ ୧୦୮୮ ମିଲିଅନ ଲିଟର ଥିବାବେଳେ, ଦୈନିକ ୧୦୯୩ ମିଲିଅନ ଲିଟର ପାନୀୟ ଜଳ ଯୋଗାଣ କରାଯାଉଛି। ଏହାସହିତ ୨୦୧୬ ରେ ତିନି ଲକ୍ଷ ଘରକୁ ପାଇପ ପାଣି ସଯୋଗ ହୋଇଥିବା ବେଳେ ଏବେ ୮,୩୦,୦୦୦ ଘରକୁ ପାଇପ ପାଣି ସଂଯୋଗ ଦିଆଯାଇଛି।

ତେଣୁ ବର୍ତ୍ତମାନ ପାନୀୟ ଜଳ ଯୋଗାଣର କ୍ଷମତା ବେଶ୍ ଭଲ ରହିଛି। ୨୦୧୬-୧୭ରୁ ୨୦୨୦-୨୧ ମଧ୍ୟରେ ବାସଗୃହ ଗୁଡିକୁ ପାନୀୟ ଜଳ ସଂଯୋଗ କ୍ଷେତ୍ରରେ ୧୬୮ ପ୍ରତିଶତ ଉନ୍ନତି ଆସିଛି ବୋଲି ସୂଚନା ଦିଆଯାଇଥିଲା। ରାଜ୍ୟର ୬୫ଟି ପୌରାଞ୍ଚଳର ୩୩୫ଟି ସ୍ଥାନରେ ପାନୀୟ ଜଳର ସମସ୍ୟା ଥିବା ବେଳେ ଏଗୁଡିକୁ ୧୧୭ଟି ଟ୍ୟାଙ୍କର ଓ ୧୩୮୦ଟି ଚଠଉ ଟ୍ୟାଙ୍କ ଜରିଆରେ ପାଣି ଯୋଗାଇ ଦିଆଯାଉଛି।

ସମସ୍ତ ଅଭିଯୋଗର ପ୍ରତିକାର ୨୪ ଘଣ୍ଟା ମଧ୍ୟରେ କରାଯାଉଛି । ଏହାଛଡା ପାନୀୟ ଜଳର ସମସ୍ୟା ଥିବା ୧୧ଟି ପୌରାଞ୍ଚଳ ଉପରେ ସ୍ବତନ୍ତ୍ର ଧ୍ୟାନ ରଖାଯାଇଛି। ସମସ୍ତ ପୌରାଞ୍ଚଳରେ ମୋ ସରକାର ସେଲ୍‌ ଜରିଆରେ ଅଭିଯୋଗର ଶୁଣାଣି କରାଯାଉଛି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଦେଓରଂଜନ କୁମାର ସିଂହ କହିଥିଲେ ଯେ ସାରା ଦେଶରେ ପାନୀୟ ଜଳ କ୍ଷେତ୍ରରେ ୮୧ ପ୍ରତିଶତ ଲୋକଙ୍କୁ ଦୈନିକ ବ୍ୟକ୍ତି ପିଚ୍ଛା ୪୦ ଲିଟର ପାଣି ଦିଆଯାଉଥିବା ବେଳେ, ଓଡିଶାରେ ୧୦୦ ପ୍ରତିଶତ ଲୋକଙ୍କୁ ବ୍ୟକ୍ତି ପିଚ୍ଛା ଦୈନିକ ୪୦ ଲିଟର ପାଣି ଦିଆଯାଇପାରୁଛି।

ଗ୍ରାମାଞ୍ଚଳ ଜନସଂଖ୍ୟାର ୪୭.୬୫ ପ୍ରତିଶତ ଲୋକ, ୫୪ ପ୍ରତିଶତ ଗାଁ ଓ ୨୭ ପ୍ରତିଶତ ଜନବସତିକୁ ପାଇପ ପାଣିର ସୁବିଧା ଦିଆଯାଇପାରିଛି। ଖରାଦିନ ପାଇଁ ସବୁ ପାଇପ ପାଣି ଓ ଟ୍ୟୁବୱେଲ ଗୁଡିକୁ ଯାଂଚ କରାଯାଉଛି ଏବଂ ପ୍ରତିକାର ବ୍ୟବସ୍ଥା କରାଯାଉଛି। ମୋବାଇଲ ଭ୍ୟାନ ଓ ଟିମ୍‌ ପ୍ରସ୍ତୁତ କରାଯାଇ ପାନୀୟ ଜଳ ଯୋଗାଣ କରାଯାଉଛି । ଜଳକଷ୍ଟ ଅଞ୍ଚଳରେ ଟ୍ୟାଙ୍କର ଜରିଆରେ ପାଣି ଯୋଗାଇ ଦିଆଯାଉଛି ବୋଲି ସୂଚନା ଦିଆଯାଇଥିଲା ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପାନୀୟ ଜଳ ଯୋଗାଣ ସଂପର୍କରେ ନିୟମିତ ସମୀକ୍ଷା କରାଯିବ। ଏହି ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଂଞ୍ଚାଳନ କରିଥିଲେ । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ଜଙ୍ଗଲ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

24 Mar 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର