ମହିଳାଙ୍କୁ ସୁରକ୍ଷା ଦେବା ସହ ଉଚିତ ପରାମର୍ଶ ଦେଉଛି ‘ମାଧ୍ୟମ’, ସମାଧାନ ହେଉଛି ଅଭିଯୋଗ

The Sakala Picture
Published On

ଭୁବନେଶ୍ବର: ଗତ ଅକ୍ଟୋବର ମାସରେ ଭୁବନେଶ୍ବର ସହରାଞ୍ଚଳ ପୁଲିସ ଅଧିନସ୍ଥ ମହିଳା ସହଯୋଗ କେନ୍ଦ୍ର “ମାଧ୍ୟମ” ରେ ସମୁଦାୟ ୨୦ ଟି ଅଭିଯୋଗ ପଞ୍ଜୀକରଣ କରାଯାଇଥିବା ବେଳେ ସେଥି ମଧ୍ୟରୁ ୦୯ଟି ଘଟଣାରେ ଆପୋଷ ବୁଝାମଣା ମାଧ୍ୟମରେ ମାମଲାର ସମାଧାନ କରାଯାଇପାରିଛି । ସେହିପରି ଜଣେ ମହିଳାଙ୍କୁ ଆଇନଗତ ସୁରକ୍ଷା ଯୋଗାଇ ଦିଆଯାଇଥିବା ବେଳେ ଜଣଙ୍କ କ୍ଷେତ୍ରରେ ସମ୍ପୃକ୍ତ ଥାନାରେ ମାମଲା ରୁଜୁ କରିବା ଲାଗି ମଧ୍ୟ ପରାମର୍ଶ ଦିଆଯାଇଛି ଏବଂ ୨ ଜଣଙ୍କୁ ଡାକ୍ତରୀ ସହାୟତା […]

ଭୁବନେଶ୍ବର: ଗତ ଅକ୍ଟୋବର ମାସରେ ଭୁବନେଶ୍ବର ସହରାଞ୍ଚଳ ପୁଲିସ ଅଧିନସ୍ଥ ମହିଳା ସହଯୋଗ କେନ୍ଦ୍ର “ମାଧ୍ୟମ” ରେ ସମୁଦାୟ ୨୦ ଟି ଅଭିଯୋଗ ପଞ୍ଜୀକରଣ କରାଯାଇଥିବା ବେଳେ ସେଥି ମଧ୍ୟରୁ ୦୯ଟି ଘଟଣାରେ ଆପୋଷ ବୁଝାମଣା ମାଧ୍ୟମରେ ମାମଲାର ସମାଧାନ କରାଯାଇପାରିଛି । ସେହିପରି ଜଣେ ମହିଳାଙ୍କୁ ଆଇନଗତ ସୁରକ୍ଷା ଯୋଗାଇ ଦିଆଯାଇଥିବା ବେଳେ ଜଣଙ୍କ କ୍ଷେତ୍ରରେ ସମ୍ପୃକ୍ତ ଥାନାରେ ମାମଲା ରୁଜୁ କରିବା ଲାଗି ମଧ୍ୟ ପରାମର୍ଶ ଦିଆଯାଇଛି ଏବଂ ୨ ଜଣଙ୍କୁ ଡାକ୍ତରୀ ସହାୟତା ଯୋଗାଇ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

ଗତ ୨୦୧୪ ମସିହା ସେପ୍ଟେମ୍ବର ୩ତାରିଖରେ କାର୍ଯ୍ୟ ଆରମ୍ଭ କରିଥିବା “ମାଧ୍ୟମ” ନିଜ ପରିବାର, ସମାଜ ତଥା କାର୍ଯ୍ୟ ସ୍ଥଳିରେ ସମୁଖୀନ ହେଉଥିବା ଶାରୀରିକ, ମାନସିକ ଓ ସାମାଜିକ ନିର୍ଯାତନା, ଘରୋଇ ହିଂସା, ଯୌନ ନିର୍ଯାତନା, ମହିଳା ଚାଲାଣ, ବାଲ୍ୟ ବିବାହ, ଏସିଡ ଆକ୍ରମଣ ପୀଡ଼ିତାଙ୍କୁ ସୁରକ୍ଷା ଦେବା ସହ ଉଚିତ ପରାମର୍ଶ ଦେଇ ସେମାନଙ୍କ ମଧ୍ୟରେ ସକାରାତ୍ମକ ମନୋଭାବ ସୃଷ୍ଟି କରିବା ଦିଗରେ ପ୍ରୟାସ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ଭୁବନେଶ୍ୱରରେ ଥିବା ଏହି ସଂସ୍ଥା ଡି.ସି.ପିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ କାର୍ଯ୍ୟ କରିବା ସହ ପୀଡିତା ମହିଳା ମାନଙ୍କୁ ସୁରକ୍ଷା ଯୋଗାଇବା ଲାଗି ଆବଶ୍ୟକୀୟ ସାହାଯ୍ୟ, ସହଯୋଗ, ପରାମର୍ଶ, ଡାକ୍ତରୀ ସହାୟତା ଓ ନ୍ୟାୟ ପ୍ରଦାନ ଲାଗି ପ୍ରଚେଷ୍ଟା ଚାଲୁ ରଖିଛି। ଯେଉଁ ମହିଳାମାନେ ପୁଲିସ ଥାନା କିମ୍ବା କୋର୍ଟ କଚେରୀକୁ ନଯାଇ ସେମାନଙ୍କ ସମସ୍ୟାର ଆପୋଷ ସମାଧାନ ଚାହିଁଛନ୍ତି “ମାଧ୍ୟମ” ସେମାନଙ୍କର ସମସ୍ୟା ବୁଝି ସମାଧାନର ପନ୍ଥା ବାହାର କରିବାକୁ ଯଥାସାଧ୍ୟ ଚେଷ୍ଟା କରି ଅନେକ ଘଟଣାରେ ସଫଳତା ମଧ୍ୟ ହାସଲ କରିଛି ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ଏପରିକି “ମାଧ୍ୟମ” ରେ ନିଯୁକ୍ତ କାଉନସିଲର ଓ ଅନ୍ୟ କର୍ମଚାରୀ ମାନେ ପୀଡିତା ମାନଙ୍କ ପାଖରେ ପ୍ରତ୍ୟକ୍ଷ ଭାବରେ ପହଞ୍ଚି ତଥା କୋଭିଡ୍ କଟକଣା ସମୟରେ ଟେଲି କାଉନସେଲିଂ ଓ ଅନ୍ୟ କେତେକ ଘଟଣାରେ ସେମାନଙ୍କ ଘରେ ପହଞ୍ଚି ସେମାନଙ୍କର ସୁବିଧା ଅସୁବିଧା ସବୁକୁ ବୁଝିଥିଲେ । ଏହି ସଂସ୍ଥା ଦ୍ଵାରା ମଧ୍ୟ କେତେକ ପୀଡିତା ମହିଳାଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ବିଭିନ୍ନ ଧନ୍ଦାମୂଳକ ତାଲିମକେନ୍ଦ୍ରମାନଙ୍କରେ ମାଗଣା ତାଲିମ ନେବାର ବ୍ୟବସ୍ଥା କରାଯାଇଛି । ବିବାହ ବିଚ୍ଛେଦ ହେବାକୁ ଯାଉଥିବା କେତକ ଘଟଣାରେ ବ୍ୟକ୍ତିଗତ ଭାବେ ପତି-ପତ୍ନୀଙ୍କୁ ଏକାଠି ବସାଇ, କିମ୍ବା ପରେ ଆବଶ୍ୟକ ହେଲେ ଉଭୟଙ୍କ ପରିବାର ସଦସ୍ୟଙ୍କୁ ଡକାଯାଇ ବୁଝାମଣା ମାଧ୍ୟମରେ ମାମଲାର ସମାଧାନ କରାଯାଇପାରୁଛି ।

ଉଲ୍ଲେଖଯୋଗ୍ୟ ଯେ, ଏହି ମହିଳା ସହଯୋଗ କେନ୍ଦ୍ର “ମାଧ୍ୟମ” ଇତିମଧ୍ୟରେ ୮ ବର୍ଷ ପୂରଣ କରିଛି । ଏହି ଅବସରରେ ପ୍ରତ୍ୟେକ ଥାନା ଅଞ୍ଚଳ ମାନଙ୍କରେ ମଧ୍ୟସ୍ଥତା ଓ ପରାମର୍ଶ କାର୍ୟ୍ୟକ୍ରମ ମାନ ଆୟୋଜନ କରାଯାଇଥିଲା । ଯଦି କୌଣସି ପୀଡ଼ିତା ପାରିବାରିକ ସମସ୍ୟା ନେଇ “ମାଧ୍ୟମ” କାର୍ଯ୍ୟାଳୟ ସହିତ ଯୋଗଯୋଗ କରିବାକୁ ଚାହୁଁଥାନ୍ତି, ତେବେ ୯୮୬୧୯୨୭୬୨୭ ନମ୍ବରରେ ପ୍ରତ୍ୟେକ କାର୍ଯ୍ୟ ଦିବସର ସକାଳ ୧୦ଟାରୁ ସନ୍ଧ୍ୟା ୦୫ଟା ମଧ୍ୟରେ ଯୋଗଯୋଗ କରିବାକୁ ଅନୁରୋଧ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର