ମାଘସପ୍ତମି ପାଇଁ କୋଭିଡ କଟକଣା: ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ଼ ଲାଗି ବାରଣ

The Sakala Picture
Published On

କୋଣାର୍କ: ପୂର୍ବ ଭଳି ଏବର୍ଷ ମଧ୍ଯ ମକରୋନା ମହାମାରୀକୁ ଦୃଷ୍ଟିରେ ରଖି ପ୍ରସିଦ୍ଧ ଚନ୍ଦ୍ରଭାଗା ମାଘମେଳା ବୁଡ଼ ବନ୍ଦ କରିଦିଆଯାଇଛି। କରୋନା କଟକଣା ଭିତରେ ମାଘ ସପ୍ତାମୀ ଓ ଚନ୍ଦ୍ରଭାଗା ବୁଡ ନୀତି ହେବ। ଆଗାମୀ ଫେବ୍ରୁଆରି ୭ ତାରିଖରେ ମାଘ ସପ୍ତମୀ ଓ ଚନ୍ଦ୍ରଭାଗା ବୁଡ଼ ଅବସରରେ ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ଼ ଲାଗି ବାରଣ କରାଯାଇଛି। ଏ ନେଇ ଆଜି ସ୍ଥାନୀୟ ଯାତ୍ରୀ ନିବାସରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପୁରୀ ଅତିରିକ୍ତ […]

କୋଣାର୍କ: ପୂର୍ବ ଭଳି ଏବର୍ଷ ମଧ୍ଯ ମକରୋନା ମହାମାରୀକୁ ଦୃଷ୍ଟିରେ ରଖି ପ୍ରସିଦ୍ଧ ଚନ୍ଦ୍ରଭାଗା ମାଘମେଳା ବୁଡ଼ ବନ୍ଦ କରିଦିଆଯାଇଛି। କରୋନା କଟକଣା ଭିତରେ ମାଘ ସପ୍ତାମୀ ଓ ଚନ୍ଦ୍ରଭାଗା ବୁଡ ନୀତି ହେବ। ଆଗାମୀ ଫେବ୍ରୁଆରି ୭ ତାରିଖରେ ମାଘ ସପ୍ତମୀ ଓ ଚନ୍ଦ୍ରଭାଗା ବୁଡ଼ ଅବସରରେ ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ଼ ଲାଗି ବାରଣ କରାଯାଇଛି। ଏ ନେଇ ଆଜି ସ୍ଥାନୀୟ ଯାତ୍ରୀ ନିବାସରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପୁରୀ ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ନିମାପଡ଼ା ତହସିଲଦାର, ନିମାପଡ଼ା ବିଡିଓ , ଏସଡିପିଓ ପ୍ରମୁଖ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ଏକ ବୈଠକରେ କରାଯାଇଥିବା ନିଷ୍ପତ୍ତି ଅନୁଯାୟୀ, ଐଶାନ୍ୟେଶ୍ୱର, ଦକ୍ଷିଣେଶ୍ୱର, ତ୍ରିବେଣୀଶ୍ୱରଙ୍କ ମହାସ୍ନାନ କଟକଣା ଭିତରେ ହେବ, ଠାକୁରଙ୍କ ମହାସ୍ନାନ ପରେ କେବଳ ସେବାୟତଙ୍କୁ ବୁଡ଼ ପାଇଁ ଅନୁମତି ମିଳିବ। ଏଥିରେ ସେବାୟତ ଓ ଅଧିକାରୀ ଅଂଶଗ୍ରହଣ କରିବେ। କୋଭିଡ କଟକଣା ଭିତରେ ସର୍ବାଧିକ ୫୦୦ରୁ ୬ ଶହ ଲୋକଙ୍କୁ ଅନୁମତି ଦିଆଯିବ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ସୂଚନାଯୋଗ୍ୟ, ଚନ୍ଦ୍ରଭାଗାରେ ମାଘ ମେଳା ବୁଡ଼ ପକାଇବା ପ୍ରତିବର୍ଷ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମେ। ଭୋରରୁ ଶ୍ରଦ୍ଧାଳୁ ବୁଡ଼ ପକାଇବ ସହ ପହିଲି ସୂର୍ଯ୍ଯ ଦର୍ଶନ କରିଥା’ନ୍ତି। ଏଥିପାଇଁ ପୂର୍ବଦିନ ରାତିରୁ ଲୋକେ ଭିଡ଼ ଜମାନ୍ତି। ଜନସମାଗମରୁ କରୋନା ଭୂତାଣୁ ବ୍ୟାପିବା ଆଶଙ୍କା ଥିବାରୁ ଚନ୍ଦ୍ରଭାଗା ମାଘମେଳା ବୁଡ଼ ବନ୍ଦ କରିଦିଆଯାଇଛି।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର