କରୋନା କଟକଣା, ବିନା ଶ୍ରଦ୍ଧାଳୁରେ ଶେଷ ହେଲା ଚନ୍ଦ୍ରଭାଗା ବୁଡ଼
ଭୁବନେଶ୍ବର: ଆଜି ପବିତ୍ର ମାଘ ସପ୍ତମୀ। କୋଭିଡ କଟକଣା ମଧ୍ୟରେ ବିନା ଶ୍ରଦ୍ଧାଳୁରେ ପବିତ୍ର ମାଘ ସପ୍ତମୀରେ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ଼ ଶେଷ ହୋଇଛି । କଟକଣା ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ସେବାୟତଙ୍କୁ ନେଇ ଠାକୁରଙ୍କ ରୀତିନୀତି କରାଯାଇଛି। ଗତକାଲି ରାତି ୯ଟା ସମୟରେ ମଧିପୂରର ତ୍ରିବେନିଶ୍ୱର, ସନ୍ତପୁର ଗ୍ରାମର ଐଶାନେଶ୍ୱର , କୁରୁଜଙ୍ଗ ଗ୍ରାମର ମହାପ୍ରଭୁ ଦଖିନେଶ୍ୱରଙ୍କ ବିମାନକୁ ବିଜେ କରି ପାରମ୍ପାରିକ ଶୋଭାଯାତ୍ରାରେ କୋଣାର୍କ ଏନଏସି କାର୍ଯ୍ୟାଳୟ ନିକଟକୁ ନିଆଯାଇଥିଲା। ଏହାପରେ ଆଜି ଭୋର […]
ଭୁବନେଶ୍ବର: ଆଜି ପବିତ୍ର ମାଘ ସପ୍ତମୀ। କୋଭିଡ କଟକଣା ମଧ୍ୟରେ ବିନା ଶ୍ରଦ୍ଧାଳୁରେ ପବିତ୍ର ମାଘ ସପ୍ତମୀରେ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ଼ ଶେଷ ହୋଇଛି । କଟକଣା ମଧ୍ୟରେ ପୂର୍ବ ନିର୍ଦ୍ଧାରିତ ସେବାୟତଙ୍କୁ ନେଇ ଠାକୁରଙ୍କ ରୀତିନୀତି କରାଯାଇଛି। ଗତକାଲି ରାତି ୯ଟା ସମୟରେ ମଧିପୂରର ତ୍ରିବେନିଶ୍ୱର, ସନ୍ତପୁର ଗ୍ରାମର ଐଶାନେଶ୍ୱର , କୁରୁଜଙ୍ଗ ଗ୍ରାମର ମହାପ୍ରଭୁ ଦଖିନେଶ୍ୱରଙ୍କ ବିମାନକୁ ବିଜେ କରି ପାରମ୍ପାରିକ ଶୋଭାଯାତ୍ରାରେ କୋଣାର୍କ ଏନଏସି କାର୍ଯ୍ୟାଳୟ ନିକଟକୁ ନିଆଯାଇଥିଲା। ଏହାପରେ ଆଜି ଭୋର ସମୟରେ ମହାପ୍ରଭୁଙ୍କ ମହାସ୍ନାନ ପରେ ସାଧୁସନ୍ଥ ଓ ମହାପ୍ରଭୁଙ୍କ ସେବାୟତ ବୁଡ ପକାଇଥିଲେ। ମହାପ୍ରଭୁଙ୍କ ନୀତି ସମ୍ପନ୍ନ ହେବାପରେ ଠାକୁର ବାହୁଡାଯାତ୍ରା କରିଥିଲେ ।





