ଗଜପତିରେ ବୁଲୁଛି ମହାରାଷ୍ଟ୍ରର ବାଘ, ୪ଟି ରାଜ୍ୟ ଡେଇଁ ଓଡ଼ିଶା ଆସିଛି ମହାବଳ

The Sakala Picture
Published On

ଗଜପତି: ଗଜପତିରେ ଘୁରି ବୁଲୁଛି ମହାରାଷ୍ଟ୍ରର ମହାବଳ ବାଘ । ୪ଟି ରାଜ୍ୟ ଡେଇଁ ମହାରାଷ୍ଟ୍ରରୁ ଓଡ଼ିଶା ଆସିଲା ମହାବଳ । ପାରଳାଖେମୁଣ୍ଡିରେ ଦେଖାଦେଇଥିବା ମହାବଳ ବାଘଟି ମହାରାଷ୍ଟ୍ର ଚନ୍ଦ୍ରପୁର ବ୍ରହ୍ମପୁରୀ ଫରେଷ୍ଟ ଡିଭିଜନର ବୋଲି ଜଣାପଡିଛି । ୨୦୨୧ ମସିହାରେ ଏହା ସେଠାକାର କ୍ୟାମେରା ଟ୍ରାପରେ ଆସିଥିଲା । ଏହା ୪ଟି ରାଜ୍ୟର ପାଖାପାଖି ୭୫୦ କିଲୋମିଟର ଅତିକ୍ରମ କରି ଓଡ଼ିଶାରେ ପହଞ୍ଚିଛି । ପ୍ରଥମେ ଛତିଶଗଡ଼, ଏହାପରେ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶ ଦେଇ ଓଡ଼ିଶାରେ […]

ଗଜପତି: ଗଜପତିରେ ଘୁରି ବୁଲୁଛି ମହାରାଷ୍ଟ୍ରର ମହାବଳ ବାଘ । ୪ଟି ରାଜ୍ୟ ଡେଇଁ ମହାରାଷ୍ଟ୍ରରୁ ଓଡ଼ିଶା ଆସିଲା ମହାବଳ । ପାରଳାଖେମୁଣ୍ଡିରେ ଦେଖାଦେଇଥିବା ମହାବଳ ବାଘଟି ମହାରାଷ୍ଟ୍ର ଚନ୍ଦ୍ରପୁର ବ୍ରହ୍ମପୁରୀ ଫରେଷ୍ଟ ଡିଭିଜନର ବୋଲି ଜଣାପଡିଛି । ୨୦୨୧ ମସିହାରେ ଏହା ସେଠାକାର କ୍ୟାମେରା ଟ୍ରାପରେ ଆସିଥିଲା । ଏହା ୪ଟି ରାଜ୍ୟର ପାଖାପାଖି ୭୫୦ କିଲୋମିଟର ଅତିକ୍ରମ କରି ଓଡ଼ିଶାରେ ପହଞ୍ଚିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ପ୍ରଥମେ ଛତିଶଗଡ଼, ଏହାପରେ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶ ଦେଇ ଓଡ଼ିଶାରେ ପହଞ୍ଚିଛି । ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି, ପାରଳାଖେମୁଣ୍ଡିରେ ଦେଖାଦେଇଥିବା ବାଘ କେଉଁଠୁ ଆସିଛି ବୋଲି ୱାଇଲ୍ଡ ଲାଇଫ୍ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆକୁ ପଠାଯାଇଥିଲା । ଏହାର ଷ୍ଟ୍ରାଇପକୁ ଦେଖି ଏହା ବ୍ରହ୍ମପୁରୀ ଫରେଷ୍ଟ ଡିଭିଜନର ବୋଲି ୱାଇଲ୍ଡ ଲାଇଫ୍ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ ସୁନିଶ୍ଚିତ କରିଛି । ହୁଏତ ଏହି ମହାବଳ ବାଘଟି ନିଜସ୍ଵ ଟେରିଟୋରୀ ସୃଷ୍ଟି କରିବାକୁ ଅଥବା ସାଥୀ ଖୋଜିବାକୁ ଓଡ଼ିଶା ଆସିଥାଇପାରେ । ଏମିତିବି ହୋଇଥାଇ ପାରେ ଆମ ରାଜ୍ୟରେ ଭଲ ପରିବେଶ ଥିବାରୁ ମହାବଳ ବାଘଟି ଓଡ଼ିଶା ମୁହାଁ ହୋଇଛି । ଯାହାବି ହେଉ ଏହା ଓଡ଼ିଶାରେ ମହାବଳ ବଂଶ ବିସ୍ତାର ପାଇଁ ଏକ ଭଲ ଖବର ।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

ତେବେ ବାଘକୁ ସୁରକ୍ଷା ଦେବା ସହ ଜନଜୀବନର ଯେପରି କ୍ଷତି ନହୁଏ ଏଥିପାଇଁ ବିଭିନ୍ନ ସ୍ଥାନରେ ବନ କର୍ମଚାରୀ ନିୟୋଜିତ ଅଛନ୍ତି। ଏନେଇ ବାଘ ଚଳପ୍ରଚଳ ହେଉଥିବା ଅଞ୍ଚଳରେ ଲୋକଙ୍କୁ ସଚେତନ କରାଯାଉଛି। ରାତିରେ ବନ କର୍ମଚାରୀମାନେ ଟ୍ରାପ କ୍ୟାମେରା ଲଗାଇବା ସହ ପାଟ୍ରୋଲିଂ ଜାରି ରଖିଛନ୍ତି। ବର୍ତ୍ତମାନ ମହାବଳ ବାଘ ଦେବଗିର ଅଞ୍ଚଳରେ ରହିଥିବା ବନ ଅଧିକାରୀ ସୂଚନା ଦେଇଛନ୍ତି। ବାଘର ପାଦଚିହ୍ନ ଓ ଟ୍ରାପ କ୍ୟାମେରା ଫୁଟେଜ ଜାତୀୟ ଓ୍ବାଇଲ୍ଡ ଲାଇଫ ବିଭାଗ ଡେରାଡୁନକୁ ପଠାଇବା ପରେ, ଏହା ଏକ ଅଣ୍ଡିରା ବାଘ ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର