ମହିମା ଅଲେଖ ବାବାଙ୍କୁ ପଥରରେ ଛେଚି ବୀଭତ୍ସ ହତ୍ୟା !
କେନ୍ଦୁଝର: ମହିମା ଅଲେଖ ବାବାଙ୍କୁ ପଥରରେ ଛେଚି ବୀଭତ୍ସ ହତ୍ୟା । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ସଦର ଥାନା ଅନ୍ତର୍ଗତ ଆମୁଣି ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା । ପ୍ରାଣ ହରାଇଥିବା ଅଲେଖ ବାବା ହେଲେ ଶ୍ରୀକାନ୍ତ ମହାକୁଡ । ଭୋର୍ ସମୟରେ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ କେହି ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଖରୀ ହୁଡ଼ା ନିକଟରୁ ବାବାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରିଛି ପୋଲିସ ।ତେବେ ହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ଛାନଭିନ୍ କରୁଛି । ଘଟଣାକୁ ନେଇ ଗାଁରେ ଚାପା ଉତ୍ତେଜନା ପ୍ରକାଶ ପାଇଛି ।