କଣାସ ବର୍ବରତା: ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ସୁଧାଂଶୁ ମହାପାତ୍ର ଓରଫ୍‌ ହାପି

Madhusudan Das Picture
Published On

ପୁରୀ: କଣାସ ଗୋଲାବଜାରରେ ଯୁବକକୁ ପନିକିରେ ହାଣି ବୁଲେଟ ଚଢାଇ ଦେବା ଘଟଣାରେ ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ସୁଧାଂଶୁ ମହାପାତ୍ର ଓରଫ୍‌ ହାପି । ଆଜି ପୁରୀ କୋର୍ଟରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି । ଘଟଣା ଘଟାଇ ହାପି ୯ ଦିନ ହେଲା ଫେରାର ଥିଲା । ହାପିକୁ ଧରିବା ପାଇଁ ପୁଲିସର ମୁଣ୍ଡ ବ୍ୟଥା ବଢିଥିଲା । ଶେଷରେ ହାପି ନିଜେ କୋର୍ଟରେ ସରେଣ୍ଡର କରିଛି ।
  
ଘଟଣାରେ ପୂର୍ବରୁ ପୋଲିସ ୪ ଜଣଙ୍କୁ ଗିରଫ କରିଥିବାବେଳେ ରାୟପୁରରୁ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ଜଣକ ହେଉଛି ବଳରାମ ଛୋଟରାୟ । ସେ ଘଟଣାର ମୁଖ୍ୟ ଅଭିଯୁକ୍ତ ହାପିକୁ ଛତିଶଗଡ଼ରେ ସମ୍ପର୍କୀୟଙ୍କ ଘରେ ଲୁଚାଇ ରଖିବାରେ ସହଯୋଗ କରିଥିଲା । ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି । 

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ସୂଚନାଯୋଗ୍ୟ, କଣାସ ଥାନା ଦୋକନ୍ଦା ଗାଁର ମୃତ୍ୟୁଞ୍ଜୟ ଭାରିମଳଙ୍କୁ ଶନିବାର ଦିନ ଗୋଲାବଜାର ମାଛ ମାର୍କେଟ ନିକଟରେ କିଛି ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ୩ରୁ ୬ ଜଣ ଦୁର୍ବୃତ୍ତ ଏକ ଧାରୁଆ ପନିକିରେ ମୃତ୍ୟୁଞ୍ଜୟଙ୍କୁ ନିର୍ମମ ଭାବେ ହାଣିବା ପରେ ତାଙ୍କ ଉପରେ ଗାଡ଼ି ଚଢ଼ାଇ ଦେଇଥିଲେ। 

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର