ରାଜଧାନୀରେ ବଡ଼ ଧରଣର ଲୁଟ୍: ବିଲ୍ଡରଙ୍କ ଘରୁ ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଚୋରି

Madhusudan Das Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପୁଣି ଉଠିଛି ପ୍ରଶ୍ନ। ଶୁକ୍ରବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଅଞ୍ଚଳରେ ଜଣେ ବିଲ୍ଡରଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୋଲିସର ସୂଚନା ଅନୁଯାୟୀ, ଦୁର୍ବୃତ୍ତମାନେ ବିଲ୍ଡର ପ୍ରୀତମ ଜେନାଙ୍କ ଘରର ମୁଖ୍ୟ ଫାଟକ ଭାଙ୍ଗି ଭିତରେ ପ୍ରବେଶ କରିଥିଲେ। ସେମାନେ ଘର ଭିତରେ ଥିବା ସୁନା ଅଳଙ୍କାର, ନଗଦ ଟଙ୍କା, ଦାମୀ ଘଣ୍ଟା ଏବଂ ଏକ ହୀରା ଖଚିତ ବ୍ରେସଲେଟ୍ ଲୁଟି ନେଇଛନ୍ତି। ରାତି ପ୍ରାୟ ୧୦ଟାରୁ ୧୧ଟା ମଧ୍ୟରେ ଏହି ଚୋରି ହୋଇଥିବା ସନ୍ଦେହ କରାଯାଉଛି।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ଅଭିଯୁକ୍ତମାନେ ଘରେ ଲାଗିଥିବା ସିସିଟିଭି ସର୍ଭିଲାନ୍ସ ସିଷ୍ଟମ୍‌ର ହାର୍ଡ ଡିସ୍କ ମଧ୍ୟ ସାଥୀରେ ନେଇଯାଇଛନ୍ତି। ଯାହା ଫଳରେ ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ପୋଲିସ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଖବରପାଇ ଲକ୍ଷ୍ମୀସାଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ବିଭିନ୍ନ ଦିଗରୁ ତଦନ୍ତ କରୁଥିବା ବେଳେ ଲୁଟେରାମାନଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରଖିଛି। ତେବେ କମିଶନରେଟ୍ ପୋଲିସ ଅଞ୍ଚଳରେ ନିୟମିତ ପାଟ୍ରୋଲିଂ ସତ୍ତ୍ୱେ ଏତେ ବଡ଼ ଧରଣର ଲୁଟ୍ କିପରି ସମ୍ଭବ ହେଲା, ତାହାକୁ ନେଇ ସ୍ଥାନୀୟ ବାସିନ୍ଦା ଉଦ୍‌ବେଗ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର