ଜାନୁଆରୀରେ ମାଲକାନଗିରିକୁ ଉଡ଼ିବ ବିମାନ; ରୂପାନ୍ତରଣର ନୂଆ ଅଧ୍ୟାୟ ଲେଖିବ ସ୍ୱାଭିମାନ ଅଞ୍ଚଳ

The Sakala Picture
Published On

ଭୁବନେଶ୍ୱର: ବିମାନ ଦେଖିବ ରାଜ୍ୟର ସବୁଠାରୁ ଉପାନ୍ତ ଜିଲ୍ଲା ମାଲକାନଗିରି। ଆସନ୍ତା ଜାନୁଆରୀ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଲୋକାର୍ପଣ କରିବେ। ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ମାଲକାନଗିରି ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ନୂତନ ବିମାନ ଚଳାଚଳର ଶୁଭାରମ୍ଭ କରିବେ। ଏ ନେଇ କ୍ରୀଡ଼ା ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର ଭିନିଲ କ୍ରିଷ୍ଣା ନିଜ ଏକ୍ସ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ଜାନୁଆରୀରେ ମାଲକାନଗିରିରୁ ବିମାନ ଚଳାଚଳ ଆରମ୍ଭ ହେବା ନେଇ ପ୍ରଥମେ […]

ଭୁବନେଶ୍ୱର: ବିମାନ ଦେଖିବ ରାଜ୍ୟର ସବୁଠାରୁ ଉପାନ୍ତ ଜିଲ୍ଲା ମାଲକାନଗିରି। ଆସନ୍ତା ଜାନୁଆରୀ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଲୋକାର୍ପଣ କରିବେ। ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ମାଲକାନଗିରି ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ନୂତନ ବିମାନ ଚଳାଚଳର ଶୁଭାରମ୍ଭ କରିବେ। ଏ ନେଇ କ୍ରୀଡ଼ା ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର ଭିନିଲ କ୍ରିଷ୍ଣା ନିଜ ଏକ୍ସ ଆକାଉଣ୍ଟରେ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ଜାନୁଆରୀରେ ମାଲକାନଗିରିରୁ ବିମାନ ଚଳାଚଳ ଆରମ୍ଭ ହେବା ନେଇ ପ୍ରଥମେ ‘ସକାଳ’ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଥିଲା। ଏକଦା ମାଓବାଦୀଙ୍କ ଗଡ଼ ଥିବା ମାଲକାନଗିରି ଜିଲ୍ଲା ଆଜି ରକ୍ତପାତର ଆତଙ୍କରୁ ବାହାରି ରୂପାନ୍ତରଣ ନୂଆ ଅଧ୍ୟାୟ ଲେଖିବାକୁ ଯାଉଛି। ଗତ ୨୦୧୮ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱାଭିମାନ ଅଞ୍ଚଳରେ ଗୁରୁପ୍ରିୟା ସେତୁର ଉଦ୍‌ଘାଟନ କରିବା ପରେ ସ୍ଥାନୀୟ ଲୋକେ ଆର୍ଥିକ ଓ ସମାଜିକ ବିକାଶର ନୂଆ ପରିଭାଷା ଜାଣିଲେ। ଓଡ଼ିଶାର ଅତ୍ୟନ୍ତ ପଛୁଆ ଅଞ୍ଚଳ ଭାବେ ଜଣାଶୁଣା ମାଲକାନଗିରି ଆଜି ସଫଳତାର ପାହାଚ ଅତିକ୍ରମ କରିବାରେ ଲାଗିଛି। ଏପରିସ୍ଥଳେ ବିମାନ ସେବା ଆରମ୍ଭ ହେବା ଜିଲ୍ଲା ପାଇଁ ବଡ଼ ଉପଲବ୍ଧି କୁହାଯାଉଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ହସ୍ତଗତ ସୂଚନା ଅନୁସାରେ ଯାତ୍ରୀବାହୀ ବିମାନ ସେବା ଆରମ୍ଭ ପାଇଁ ମାଲକାନଗିରି ବିମାନବନ୍ଦରରେ ସମସ୍ତ କାର୍ଯ୍ୟ ପ୍ରାୟ ଶେଷ ହୋଇଛି। ଏଠାରେ ୧୫୦୦/୩୦ ମିଟର୍‌ ରନୱେ, ପାଚେରୀ, ଏଟିସି ଟାୱାର, ଯାତ୍ରୀ ପ୍ରତୀକ୍ଷାଳୟ ନିର୍ମାଣ ସରିଛି। ପ୍ରଥମ ପର୍ଯ୍ୟାୟରେ ଏଠାରୁ ୯ ଆସନ ବିଶିଷ୍ଟ ବିମାନ ସେବା ଆରମ୍ଭ ହେବା ସମ୍ଭାବନା ଅଛି ଏବଂ ପରବର୍ତ୍ତି ସମୟରେ ବଡ଼ ବିମାନ ଚଳାଚଳ କରିବ। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପକ୍ଷରୁ ମାଲକାନଗିରି ବିମାନବନ୍ଦର କାର୍ଯ୍ୟକ୍ଷମ କରିବା ଲାଗି ସମସ୍ତ ବୈଷୟିକ ସହାୟତା ପ୍ରଦାନ କରାଯାଉଛି। ଆସନ୍ତା ୨୮ ତାରିଖ ଦିନ ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ବିମାନବନ୍ଦର କର୍ତ୍ତୃପକ୍ଷଙ୍କର ଏକ ଉଚ୍ଚପଦସ୍ତ ଟିମ୍‌ ମାଲକାନଗିରି ବିମାନବନ୍ଦର ଗସ୍ତ କରି ପ୍ରସ୍ତୁତି ଅନୁଧ୍ୟାନ କରିବା କାର୍ଯ୍ୟକ୍ରମ ରହିଛି। ଚଳିତ ବର୍ଷ ମେ’ ମାସରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ମାଲକାନଗିରି ଗସ୍ତ ସମୟରେ କୋଟେଲଗୁଡ଼ା ଠାରେ ଥିବା ଏହି ବିମାନବନ୍ଦରର ସମ୍ପ୍ରସାରଣ କାର୍ଯ୍ୟ ଅନୁଧ୍ୟାନ କରିବା ସହିତ ଜାନୁଆରୀ ମାସ ସୁଦ୍ଧା କାମ ଶେଷ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱର, ଝାରସୁଗୁଡ଼ା, ଜୟପୁର, ଉତ୍‌କେଲା, ରାଉରକେଲା ପରେ ମାଲକାନଗିରି ବିମାନ ଉଡ଼ାଣ ସୂଚୀରେ ସାମିଲ ହେବାକୁ ଯାଉଛି। ମାଲକାନଗିରି ଭଳି ଉପାନ୍ତ ଜିଲ୍ଲାକୁ ବିମାନ ସେବା ଆରମ୍ଭ ହେଲେ ସେଠାରେ ଲୋକଙ୍କ ସାମାଜିକ ଓ ଆର୍ଥିକ ବିକାଶ ତ୍ୱରାନ୍ୱିତ ହେବ। ପୁଞ୍ଜିୁନିବେଶ ସୁଯୋଗ ସୃଷ୍ଟି ହେବା ସହ ଲୋକଙ୍କୁ କର୍ମନିଯୁକ୍ତି ମିଳିବ।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର