ଆଜି ମାଲକାନଗିରି ବିମାନବନ୍ଦରର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ମାଲକାନଗିରି: ପୂରଣ ହେବ ମାଲକାନଗିରିବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ । ଏଣିକି ମାଲକାନଗିରି ଆକାଶରେ ବି ଉଡ଼ିବ ବିମାନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦରର ଲୋକାର୍ପଣ କରିବେ। ନବନିର୍ମିତ ଏହି ବିମାନବନ୍ଦର କାର୍ଯ୍ୟ ଶେଷ ହୋଇଥିବା ବେଳେ ରବିବାର ଏଠାରେ ଟ୍ରାଏଲ୍‌-ରନ୍‌ ସଫଳତାର ସହ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଶୁଭାରମ୍ଭ କରିବେ । ଏହି ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ‘୫-ଟି’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ […]

ମାଲକାନଗିରି: ପୂରଣ ହେବ ମାଲକାନଗିରିବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ । ଏଣିକି ମାଲକାନଗିରି ଆକାଶରେ ବି ଉଡ଼ିବ ବିମାନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦରର ଲୋକାର୍ପଣ କରିବେ। ନବନିର୍ମିତ ଏହି ବିମାନବନ୍ଦର କାର୍ଯ୍ୟ ଶେଷ ହୋଇଥିବା ବେଳେ ରବିବାର ଏଠାରେ ଟ୍ରାଏଲ୍‌-ରନ୍‌ ସଫଳତାର ସହ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଶୁଭାରମ୍ଭ କରିବେ । ଏହି ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ‘୫-ଟି’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୨୦୧୮ ମସିହାରେ ଗୁରୁପ୍ରିୟା ସେତୁର ଲୋକାର୍ପଣ ପରେ ବିକାଶର ଗୋଟିଏ ପରେ ଗୋଟିଏ ପାହାଚ ଚଢୁଛି ସ୍ବାଭିମାନ ଅଞ୍ଚଳ ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ପ୍ରାୟ ୧୦୬ ହେକ୍ଟର ଜମିରେ ନିର୍ମିତ ବିମାନ ବନ୍ଦରରେ ୧୬୨୦ ମିଟର ରନଓ୍ବେ ରହିଛି । ଆବଶ୍ୟକସ୍ଥଳେ ୩କିଲୋମିଟର ପର୍ଯ୍ୟନ୍ତ ଏହାକୁ ସଂପ୍ରସାରଣ ହୋଇପାରିବ । ଏଠାରେ ମଧ୍ୟମ ବର୍ଗର ଉଡାଜାହାଜ ଅବତରଣ କରିପାରିବା ସୁବିଧା ରହିଛି । ମାତ୍ର ୧୪ ମାସରେ ୫୪ କୋଟି ଟଙ୍କା ବ୍ୟୟ ଅଟକଳରେ ଏୟାରପୋର୍ଟ ନିର୍ମାଣ ସମ୍ପୂର୍ଣ୍ଣ ହୋଇଛି । ବିମାନ ବନ୍ଦରର ସମସ୍ତ ନିର୍ମାଣ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଗତକାଲି ଏକ ସ୍ୱତନ୍ତ୍ର ହେଲିକପ୍ଟର୍‌ରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବିଜୁ ଜନତା ଦଳର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି ମାଲକାନଗିରି ଜିଲ୍ଲାରେ ପହଞ୍ଚି ଏହି ବିମାନବନ୍ଦର ଓ ଆୟୋଜିତ ହେବାକୁ ଥିବା ଲୋକାର୍ପଣ ଉତ୍ସବ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଏଥିରେ ମାଲକାନଗିରି ଜିଲ୍ଲାପାଳ ଵିଶାଲ ସିଂ, ଏସ୍‌ପି ନୀତେଶ ୱାଧାନୀ ଓ ଜିଲ୍ଲାସ୍ତରୀୟ ଅଧିକାରୀ ବିମାନବନ୍ଦର ନିକଟରେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟର ତଦାରଖ କରିଥିଲେ। ଏହି ଅବସରରେ କେସିସି ବ୍ୟାଙ୍କ ସଭାପତି ତଥା ବରିଷ୍ଠ ବିଜେଡି ନେତା ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଜିଲ୍ଲା ବିକାଶ ପରିଷଦ ଅଧକ୍ଷ ଆଡମା ରାବା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସାମାରି ତାଙ୍ଗୁଲ, ପୂର୍ବତନ ବିଧାୟକ ମାନସ ମାଡ଼କାମୀ ପ୍ରମୁଖ ମଧ୍ୟ ଉପସ୍ଥିତ ରହି ସ୍ଥିତି ପରଖିଥିଲେ। ସୁରକ୍ଷା ଦୃଷ୍ଟିରୁ ବିମାନବନ୍ଦର ଚତୁଃପାର୍ଶ୍ବରେ ପୁଲିସ ଛାଉଣୀ ହେବା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ଅପରପକ୍ଷେ ମାଲକାନଗିରି ଜିଲ୍ଲା ବିମାନ ସେବାରେ ଯୋଡ଼ି ହେବାକୁ ଯାଉଥିବାରୁ ଏହାକୁ ନେଇ ଜିଲ୍ଲାବାସୀଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି।

09 Jan 2024 By The Sakala

ଆଜି ମାଲକାନଗିରି ବିମାନବନ୍ଦରର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ପୂରଣ ହେବ ମାଲକାନଗିରିବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ । ଏଣିକି ମାଲକାନଗିରି ଆକାଶରେ ବି ଉଡ଼ିବ ବିମାନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦରର ଲୋକାର୍ପଣ କରିବେ। ନବନିର୍ମିତ ଏହି ବିମାନବନ୍ଦର କାର୍ଯ୍ୟ ଶେଷ ହୋଇଥିବା ବେଳେ ରବିବାର ଏଠାରେ ଟ୍ରାଏଲ୍‌-ରନ୍‌ ସଫଳତାର ସହ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଶୁଭାରମ୍ଭ କରିବେ । ଏହି ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ‘୫-ଟି’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୨୦୧୮ ମସିହାରେ ଗୁରୁପ୍ରିୟା ସେତୁର ଲୋକାର୍ପଣ ପରେ ବିକାଶର ଗୋଟିଏ ପରେ ଗୋଟିଏ ପାହାଚ ଚଢୁଛି ସ୍ବାଭିମାନ ଅଞ୍ଚଳ ।

ପ୍ରାୟ ୧୦୬ ହେକ୍ଟର ଜମିରେ ନିର୍ମିତ ବିମାନ ବନ୍ଦରରେ ୧୬୨୦ ମିଟର ରନଓ୍ବେ ରହିଛି । ଆବଶ୍ୟକସ୍ଥଳେ ୩କିଲୋମିଟର ପର୍ଯ୍ୟନ୍ତ ଏହାକୁ ସଂପ୍ରସାରଣ ହୋଇପାରିବ । ଏଠାରେ ମଧ୍ୟମ ବର୍ଗର ଉଡାଜାହାଜ ଅବତରଣ କରିପାରିବା ସୁବିଧା ରହିଛି । ମାତ୍ର ୧୪ ମାସରେ ୫୪ କୋଟି ଟଙ୍କା ବ୍ୟୟ ଅଟକଳରେ ଏୟାରପୋର୍ଟ ନିର୍ମାଣ ସମ୍ପୂର୍ଣ୍ଣ ହୋଇଛି । ବିମାନ ବନ୍ଦରର ସମସ୍ତ ନିର୍ମାଣ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଛନ୍ତି ।

ଗତକାଲି ଏକ ସ୍ୱତନ୍ତ୍ର ହେଲିକପ୍ଟର୍‌ରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବିଜୁ ଜନତା ଦଳର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି ମାଲକାନଗିରି ଜିଲ୍ଲାରେ ପହଞ୍ଚି ଏହି ବିମାନବନ୍ଦର ଓ ଆୟୋଜିତ ହେବାକୁ ଥିବା ଲୋକାର୍ପଣ ଉତ୍ସବ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଏଥିରେ ମାଲକାନଗିରି ଜିଲ୍ଲାପାଳ ଵିଶାଲ ସିଂ, ଏସ୍‌ପି ନୀତେଶ ୱାଧାନୀ ଓ ଜିଲ୍ଲାସ୍ତରୀୟ ଅଧିକାରୀ ବିମାନବନ୍ଦର ନିକଟରେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟର ତଦାରଖ କରିଥିଲେ। ଏହି ଅବସରରେ କେସିସି ବ୍ୟାଙ୍କ ସଭାପତି ତଥା ବରିଷ୍ଠ ବିଜେଡି ନେତା ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଜିଲ୍ଲା ବିକାଶ ପରିଷଦ ଅଧକ୍ଷ ଆଡମା ରାବା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସାମାରି ତାଙ୍ଗୁଲ, ପୂର୍ବତନ ବିଧାୟକ ମାନସ ମାଡ଼କାମୀ ପ୍ରମୁଖ ମଧ୍ୟ ଉପସ୍ଥିତ ରହି ସ୍ଥିତି ପରଖିଥିଲେ। ସୁରକ୍ଷା ଦୃଷ୍ଟିରୁ ବିମାନବନ୍ଦର ଚତୁଃପାର୍ଶ୍ବରେ ପୁଲିସ ଛାଉଣୀ ହେବା ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ଅପରପକ୍ଷେ ମାଲକାନଗିରି ଜିଲ୍ଲା ବିମାନ ସେବାରେ ଯୋଡ଼ି ହେବାକୁ ଯାଉଥିବାରୁ ଏହାକୁ ନେଇ ଜିଲ୍ଲାବାସୀଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି।

https://www.thesakala.in/latest-odisha-news/malkangiri/malkangari-airport-will-be-inaugurated-today/article-28978
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର