ମାଲକାନଗିରି ଜିଲ୍ଲାର ଉପାନ୍ତ ଅଞ୍ଚଳକୁ ହେବ ରାସ୍ତା, ୧୫୮ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାର ଯୋଗାଯୋଗ କ୍ଷେତ୍ରକୁ ବିକଶିତ କରିବାକୁ ୧୫୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ଗାଁକୁ ରାସ୍ତା ହେବା ସହ ସହର ସହିତ ଯୋଡ଼ିହେବ ଦୁର୍ଗମ ଅଞ୍ଚଳ । 5T ସଚିବ ଭି.କେ. ପାଣ୍ଡିଆନ ମାଲକାନଗିରି ଜିଲ୍ଲା ଗସ୍ତ କରିବା ସମୟରେ ଜନସାଧାରଣ ସେମାନଙ୍କର ରାସ୍ତା ସମସ୍ୟା ଥିବା ସମ୍ପର୍କରେ ଜଣାଇଥିଲେ । ସମସ୍ୟାର ସମାଧାନ ସହିତ ଖୁବଶୀଘ୍ର ଅର୍ଥ ମଞ୍ଜୁର ହେବ ବୋଲି ଫାଇଭ-ଟି ସଚିବ ପ୍ରତିଶ୍ରୁତି […]

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାର ଯୋଗାଯୋଗ କ୍ଷେତ୍ରକୁ ବିକଶିତ କରିବାକୁ ୧୫୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ଗାଁକୁ ରାସ୍ତା ହେବା ସହ ସହର ସହିତ ଯୋଡ଼ିହେବ ଦୁର୍ଗମ ଅଞ୍ଚଳ । 5T ସଚିବ ଭି.କେ. ପାଣ୍ଡିଆନ ମାଲକାନଗିରି ଜିଲ୍ଲା ଗସ୍ତ କରିବା ସମୟରେ ଜନସାଧାରଣ ସେମାନଙ୍କର ରାସ୍ତା ସମସ୍ୟା ଥିବା ସମ୍ପର୍କରେ ଜଣାଇଥିଲେ । ସମସ୍ୟାର ସମାଧାନ ସହିତ ଖୁବଶୀଘ୍ର ଅର୍ଥ ମଞ୍ଜୁର ହେବ ବୋଲି ଫାଇଭ-ଟି ସଚିବ ପ୍ରତିଶ୍ରୁତି ଦେଇଥିଲେ । ଜିଲ୍ଲା ଗ୍ରାମୀଣ ବିକାଶ ବିଭାଗର ପ୍ରସ୍ତାବ ଅନୁସାରେ ୨୧ଟି ପ୍ରକଳ୍ପ ପାଇଁ ଅର୍ଥରାଶି ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

୧୫୮ କୋଟି ଟଙ୍କାରେ ୧୭୨ରୁ ଅଧିକ କିଲୋମିଟର ରାସ୍ତା ନିର୍ମାଣ କରାଯିବ । ଏହାଦ୍ବାରା ଚିତ୍ରକୋଣ୍ଡା, କାଲିମେଳା, କୋରୁକୁଣ୍ଡା ଓ ପଡ଼ିଆ ବ୍ଲକବାସୀ ବିଶେଷଭାବେ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଅନ୍ତର୍ଗତ ଦୁର୍ଗମ ଅଞ୍ଚଳରେ ଅସଂଯୋଜିତ ଗ୍ରାମ ଗୁଡ଼ିକର ସଂଯୋଗୀକରଣ ଯୋଜନାରେ ରାସ୍ତା ନିର୍ମାଣ କରାଯିବ । ଦୁର୍ଗମ ପାର୍ବତ୍ୟ ଅଞ୍ଚଳ, ମାଓ ପ୍ରଭାବିତ ଅଞ୍ଚଳରେ ରାସ୍ତା ନିର୍ମାଣ କରି ବିକାଶକୁ ଆଗେଇ ନିଆଯିବ । ଏଥିପାଇଁ ରାଜ୍ୟ ସରକାର ସମସ୍ତ ଅର୍ଥ ଯୋଗାଇଦେବେ ।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର