ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା: ଜେଲରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା

କଣ୍ଟାବାଞ୍ଜି: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି। ଆଜି କଣ୍ଟାବାଞ୍ଜି ଉପ କାରାଗାରରେ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଆଜି ସକାଳେ କାରାଗାରରୁ ଡ଼ାକ୍ତରଖାନା ଆଣିବା ସମୟରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଜି ସେ କଣ୍ଟାବାଞ୍ଜି କୋର୍ଟରେ ହାଜର୍ ହେବାର ଥିଲା । ଖବର ଅନୁଯାୟୀ, କଳାହାଣ୍ଡିର ବହୁ ଚର୍ଚ୍ଚିତ ମମିତା ମେହେରଙ୍କ ହତ୍ୟା ଘଟଣା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିଲେ ଗୋବିନ୍ଦ ସାହୁ। […]

କଣ୍ଟାବାଞ୍ଜି: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଆତ୍ମହତ୍ୟା କରିଛନ୍ତି। ଆଜି କଣ୍ଟାବାଞ୍ଜି ଉପ କାରାଗାରରେ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଆଜି ସକାଳେ କାରାଗାରରୁ ଡ଼ାକ୍ତରଖାନା ଆଣିବା ସମୟରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଜି ସେ କଣ୍ଟାବାଞ୍ଜି କୋର୍ଟରେ ହାଜର୍ ହେବାର ଥିଲା ।

ଖବର ଅନୁଯାୟୀ, କଳାହାଣ୍ଡିର ବହୁ ଚର୍ଚ୍ଚିତ ମମିତା ମେହେରଙ୍କ ହତ୍ୟା ଘଟଣା ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିଲେ ଗୋବିନ୍ଦ ସାହୁ। ଆଜି ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ହୋଇଥାନ୍ତେ ଗୋବିନ୍ଦ । ଏହା ପୂର୍ବରୁ କଣ୍ଟାବାଞ୍ଜି ଜେଲ୍‌ରେ ଆତ୍ମହତ୍ୟା କରିଥିଲେ ଗୋବିନ୍ଦ। ଜେଲ୍‌ ପ୍ରଶାସନ ତୁରନ୍ତ ଘଟଣାସ୍ଥଳରୁ ଗୋବିନ୍ଦଙ୍କୁ ଉଦ୍ଧାର କରି କଣ୍ଟାବାଞ୍ଜି ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ଗୋବିନ୍ଦଙ୍କୁ ମୃତ ଘୋଷଣା କରିଛନ୍ତି ।

About The Author: The Sakala