କେନ୍ଦ୍ରମନ୍ତ୍ରୀଙ୍କ ଚାପରେ ବିଭ୍ରାନ୍ତିକର ବୟାନ ଦେଉଛନ୍ତି ମନମୋହନ: ବିଜେଡି

The Sakala Picture
Published On

ଭୁବନେଶ୍ୱର: ଆୟକର ବିଭାଗର ଚଢାଉ ନେଇ ବିଜେପି ରାଜ୍ୟ ସଭାପତିଙ୍କୁ ଟାର୍ଗେଟ କରିଛି ବିଜେଡ଼ି। ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟ କେନ୍ଦ୍ରୀୟମନ୍ତ୍ରୀଙ୍କ ତୁଳନାରେ ରାଜ୍ୟ ବିଜେପି ସଭାପତିଙ୍କ ପାଖରେ ଅଧିକ ତଥ୍ୟ ରହିଛି ବୋଲି କହିଛି ବିଜେଡ଼ି। ମାନ୍ୟବର ପ୍ରଧାନମନ୍ତ୍ରୀ ଡିସେମ୍ବର ୮ ଓ ଡିସେମ୍ବର ୧୨ରେ ଦୁଇଟି ଟ୍ୱିଟ୍‌ କରିଥିଲେ । ତାଙ୍କ ଟ୍ୱିଟରୁ ସ୍ପଷ୍ଟ ଭାବେ ଜଣାପଡିଥିଲା ଯେ, ଜବତ ହୋଇଥିବା ଟଙ୍କା କଂଗ୍ରେସର ଜଣେ ରାଜ୍ୟସଭା ସାଂସଦଙ୍କର ଏବଂ ଏଥିପାଇଁ […]

ଭୁବନେଶ୍ୱର: ଆୟକର ବିଭାଗର ଚଢାଉ ନେଇ ବିଜେପି ରାଜ୍ୟ ସଭାପତିଙ୍କୁ ଟାର୍ଗେଟ କରିଛି ବିଜେଡ଼ି। ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟ କେନ୍ଦ୍ରୀୟମନ୍ତ୍ରୀଙ୍କ ତୁଳନାରେ ରାଜ୍ୟ ବିଜେପି ସଭାପତିଙ୍କ ପାଖରେ ଅଧିକ ତଥ୍ୟ ରହିଛି ବୋଲି କହିଛି ବିଜେଡ଼ି। ମାନ୍ୟବର ପ୍ରଧାନମନ୍ତ୍ରୀ ଡିସେମ୍ବର ୮ ଓ ଡିସେମ୍ବର ୧୨ରେ ଦୁଇଟି ଟ୍ୱିଟ୍‌ କରିଥିଲେ ।

ଆହୁରି ପଢ଼ନ୍ତୁ:  INS ଚିଲିକାରେ ଆଉ ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ତାଙ୍କ ଟ୍ୱିଟରୁ ସ୍ପଷ୍ଟ ଭାବେ ଜଣାପଡିଥିଲା ଯେ, ଜବତ ହୋଇଥିବା ଟଙ୍କା କଂଗ୍ରେସର ଜଣେ ରାଜ୍ୟସଭା ସାଂସଦଙ୍କର ଏବଂ ଏଥିପାଇଁ ସେ କଂଗ୍ରେସକୁ ସମାଲୋଚନା ମଧ୍ୟ କରିଥିଲେ । ଆମେ ଅନୁରୋଧ କରୁଛୁ, ମନମୋହନ ବାବୁଙ୍କ ପାଖେ ଯଦି ତାଙ୍କ କେନ୍ଦ୍ରୀୟ ନେତୃତ୍ୱଙ୍କ ଅପେକ୍ଷା ଅଧିକ ତଥ୍ୟ ରହଛି, ତାହେଲେ ସେମାନଙ୍କ ନିକଟରେ ଉପସ୍ଥାପନ କରନ୍ତୁ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ୍‍ ମହାନ୍ତି ।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

ଶଙ୍ଖ ଭବନ ଠାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଡକ୍ଟର ମହାନ୍ତି କହିଛନ୍ତି ଯେ ଅତୀତରେ ଉତ୍ତରପ୍ରଦେଶରେ ଜଣେ ବ୍ୟବସାୟୀଙ୍କ ଉପରେ ଚଢାଉରୁ ୫୦୦ କୋଟିର ଟଙ୍କା ଆଉ ସୁନା ମିଳିଥିଲା । ସେହିଭଳି କର୍ଣ୍ଣାଟକରେ ଯେତେବବେଳେ ବିଜେପି ସରକାର ଥିଲା ସେତେବେଳେ ଚଢାଉରୁ ସୁନା ଓ ଟଙ୍କା ମିଶାଇ ପାଖାପାଖି ୩୦୦ କୋଟି ଜବତ ହୋଇଥିଲା । ମହାରାଷ୍ଟ୍ରରେ ନିୟମିତ ଭାବେ ଆୟକର ବିଭାଗ ଚଢାଉ କରୁଛି ଏବଂ ଶହ ଶହ କୋଟିର ନଗଦ ଟଙ୍କା ଆଉ ସୁନା ଜବତ କରୁଛି । ମନମୋହନ ବାବୁ କଣ କହିବାକୁ ଚାହୁଁଛନ୍ତି ଯେ ଯେଉଁ ବିଜେପି ଶାସିତ ରାଜ୍ୟରୁ ଟଙ୍କା ଆଉ ସୁନା ମିଳୁଛି ସେସବୁ ଉକ୍ତ ରାଜ୍ୟର ବିଜେପି ନେତାଙ୍କର ସମ୍ପତ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ମନମୋହନ ସାମଲଙ୍କ ଆଜିର ବୟାନ ଦେଖି ଲାଗୁଛି, ଜଣେ ଓଡିଆ କେନ୍ଦ୍ରମନ୍ତ୍ରୀଙ୍କ ପ୍ରବଳ ଚାପ ପରେ ସେ ଏଭଳି ପ୍ରତିକ୍ରିୟା ରଖିଥିବା ଡକ୍ଟର ମହାନ୍ତି କହିଛନ୍ତି ।

14 Dec 2023 By The Sakala

କେନ୍ଦ୍ରମନ୍ତ୍ରୀଙ୍କ ଚାପରେ ବିଭ୍ରାନ୍ତିକର ବୟାନ ଦେଉଛନ୍ତି ମନମୋହନ: ବିଜେଡି

ଭୁବନେଶ୍ୱର: ଆୟକର ବିଭାଗର ଚଢାଉ ନେଇ ବିଜେପି ରାଜ୍ୟ ସଭାପତିଙ୍କୁ ଟାର୍ଗେଟ କରିଛି ବିଜେଡ଼ି। ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟ କେନ୍ଦ୍ରୀୟମନ୍ତ୍ରୀଙ୍କ ତୁଳନାରେ ରାଜ୍ୟ ବିଜେପି ସଭାପତିଙ୍କ ପାଖରେ ଅଧିକ ତଥ୍ୟ ରହିଛି ବୋଲି କହିଛି ବିଜେଡ଼ି। ମାନ୍ୟବର ପ୍ରଧାନମନ୍ତ୍ରୀ ଡିସେମ୍ବର ୮ ଓ ଡିସେମ୍ବର ୧୨ରେ ଦୁଇଟି ଟ୍ୱିଟ୍‌ କରିଥିଲେ ।

ତାଙ୍କ ଟ୍ୱିଟରୁ ସ୍ପଷ୍ଟ ଭାବେ ଜଣାପଡିଥିଲା ଯେ, ଜବତ ହୋଇଥିବା ଟଙ୍କା କଂଗ୍ରେସର ଜଣେ ରାଜ୍ୟସଭା ସାଂସଦଙ୍କର ଏବଂ ଏଥିପାଇଁ ସେ କଂଗ୍ରେସକୁ ସମାଲୋଚନା ମଧ୍ୟ କରିଥିଲେ । ଆମେ ଅନୁରୋଧ କରୁଛୁ, ମନମୋହନ ବାବୁଙ୍କ ପାଖେ ଯଦି ତାଙ୍କ କେନ୍ଦ୍ରୀୟ ନେତୃତ୍ୱଙ୍କ ଅପେକ୍ଷା ଅଧିକ ତଥ୍ୟ ରହଛି, ତାହେଲେ ସେମାନଙ୍କ ନିକଟରେ ଉପସ୍ଥାପନ କରନ୍ତୁ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ଲେନିନ୍‍ ମହାନ୍ତି ।

ଶଙ୍ଖ ଭବନ ଠାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଡକ୍ଟର ମହାନ୍ତି କହିଛନ୍ତି ଯେ ଅତୀତରେ ଉତ୍ତରପ୍ରଦେଶରେ ଜଣେ ବ୍ୟବସାୟୀଙ୍କ ଉପରେ ଚଢାଉରୁ ୫୦୦ କୋଟିର ଟଙ୍କା ଆଉ ସୁନା ମିଳିଥିଲା । ସେହିଭଳି କର୍ଣ୍ଣାଟକରେ ଯେତେବବେଳେ ବିଜେପି ସରକାର ଥିଲା ସେତେବେଳେ ଚଢାଉରୁ ସୁନା ଓ ଟଙ୍କା ମିଶାଇ ପାଖାପାଖି ୩୦୦ କୋଟି ଜବତ ହୋଇଥିଲା । ମହାରାଷ୍ଟ୍ରରେ ନିୟମିତ ଭାବେ ଆୟକର ବିଭାଗ ଚଢାଉ କରୁଛି ଏବଂ ଶହ ଶହ କୋଟିର ନଗଦ ଟଙ୍କା ଆଉ ସୁନା ଜବତ କରୁଛି । ମନମୋହନ ବାବୁ କଣ କହିବାକୁ ଚାହୁଁଛନ୍ତି ଯେ ଯେଉଁ ବିଜେପି ଶାସିତ ରାଜ୍ୟରୁ ଟଙ୍କା ଆଉ ସୁନା ମିଳୁଛି ସେସବୁ ଉକ୍ତ ରାଜ୍ୟର ବିଜେପି ନେତାଙ୍କର ସମ୍ପତ୍ତି ।

ମନମୋହନ ସାମଲଙ୍କ ଆଜିର ବୟାନ ଦେଖି ଲାଗୁଛି, ଜଣେ ଓଡିଆ କେନ୍ଦ୍ରମନ୍ତ୍ରୀଙ୍କ ପ୍ରବଳ ଚାପ ପରେ ସେ ଏଭଳି ପ୍ରତିକ୍ରିୟା ରଖିଥିବା ଡକ୍ଟର ମହାନ୍ତି କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର