ବିଶିଷ୍ଟ ସାରସ୍ବତ ସାଧକ ମନୋଜ ଦାସଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ବର: ବିଶିଷ୍ଟ ସାରସ୍ବତ ସାଧକ ମନୋଜ ଦାସଙ୍କ ପରଲୋକ। ୮୭ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ମନୋଜ ଦାସ। ପୁଡୁଚେରୀସ୍ଥିତ ଶ୍ରୀ ଅରବିନ୍ଦ ଆଶ୍ରମ ନର୍ସିଂ ହୋମ୍‌ରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇବାପରେ ସାହିତ୍ଯିକ ମହଲରେ ଶୋକର ଛାୟା ଖେଳି ଯାଇଛି। ମନୋଜ ଦାସଙ୍କ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷା ସାହିତ୍ୟରେ ପାରଦର୍ଶିତା ରହିଥିଲା। ତାଙ୍କ ପରଲୋକରେ କେବଳ ଓଡ଼ିଶା ନୁହେଁ ସମଗ୍ର […]

ଭୁବନେଶ୍ବର: ବିଶିଷ୍ଟ ସାରସ୍ବତ ସାଧକ ମନୋଜ ଦାସଙ୍କ ପରଲୋକ। ୮୭ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ମନୋଜ ଦାସ। ପୁଡୁଚେରୀସ୍ଥିତ ଶ୍ରୀ ଅରବିନ୍ଦ ଆଶ୍ରମ ନର୍ସିଂ ହୋମ୍‌ରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇବାପରେ ସାହିତ୍ଯିକ ମହଲରେ ଶୋକର ଛାୟା ଖେଳି ଯାଇଛି। ମନୋଜ ଦାସଙ୍କ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷା ସାହିତ୍ୟରେ ପାରଦର୍ଶିତା ରହିଥିଲା। ତାଙ୍କ ପରଲୋକରେ କେବଳ ଓଡ଼ିଶା ନୁହେଁ ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ଏକ ଯୁଗର ଅନ୍ତ ଘଟିଛି।

ଆହୁରି ପଢ଼ନ୍ତୁ: ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ସହ ପୁଲିସର ମାଡ଼ ଅଭିଯୋଗ, ପ୍ରତିବାଦରେ ସରକାରୀ କାର୍ଯ୍ୟରେ ଅସହଯୋଗ କରିବାକୁ ସରପଞ୍ଚ ସଂଘର ଚେତାବନୀ

ଆହୁରି ପଢ଼ନ୍ତୁ: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ: ଜୁନ ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ସେ ୧୯୩୪ ମସିହା ଫେବୃଆରୀ ୨୭ ତାରିଖରେ ବାଲେଶ୍ୱର ଜିଲ୍ଲା ଶଙ୍ଖାରି ଗାଁରେ ସେ ଜନ୍ମ ଗ୍ରହଣ କରିଥିଲେ । ବାପା ମାଆଙ୍କର ପଞ୍ଚମ ସନ୍ତାନ ହେଉଛନ୍ତି ମନୋଜ ଦାସ । ଯାହାଙ୍କର ଡାକ ନାମ ଥିଲା ମଣ୍ଟୁ। ମନୋଜ ଦାସଙ୍କ ପରିଚୟ ସେ ନିଜେ କେବଳ ମନୋଜ ଦାସ । ଏକ ଧାଡ଼ିରେ କହିଲେ ସର୍ଜନାର ମହାକାଶ ମନୋଜ ଦାସ ସରସ୍ଵତୀ ସମ୍ମାନ ଠୁ ଆରମ୍ଭ କରି ପଦ୍ମଶ୍ରୀ ଓ ପଦ୍ମଭୂଷଣ ଭଳି ଅନେକ ସମ୍ମାନ ପାଇଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଆ ଶିକ୍ଷକଙ୍କ ଦରମା ବନ୍ଦ କରି ଓଡ଼ିଆ ଅସ୍ମିତାର ମର୍ଯ୍ୟାଦାହାନୀ କରିଛନ୍ତି ସରକାର: ବିଜେଡି

ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ମଧ୍ୟ ଅର୍ଜନ କରିଛନ୍ତି ମନୋଜ ଦାସ। ମାତା କାଦମ୍ବିନୀ ଦେବୀଙ୍କ ପ୍ରଭାବରେ ବାଲ୍ୟକାଳରୁ ମନୋଜ ଦାସଙ୍କ ରାମାୟଣ ଓ ମହାଭାରତ ପ୍ରତି ଶ୍ରଦ୍ଧା ଜାତ ହୋଇଥିଲା । ବାଲେଶ୍ୱର ଜିଲ୍ଲା ସ୍କୁଲରେ ପଢିବା ସମୟରେ ତାଙ୍କ ବ୍ୟକ୍ତିତ୍ୱର ବିଭିନ୍ନ ଦିଗ ବିକଶିତ ହୋଇଥିଲା ।

ବାଲେଶ୍ୱରରେ ଅଧ୍ୟୟନ କରୁଥିବା ସମୟରେ ତାଙ୍କର ପ୍ରଥମ ଗ୍ରନ୍ଥ ସଂକଳନ ‘ସମୁଦ୍ରର କ୍ଷୁଧା’ ପ୍ରକାଶ ପାଇଥିଲା । ସେହି ସମୟରେ ‘ଦିଗନ୍ତ’ ପତ୍ରିକା ସମ୍ପାଦନା ଆରମ୍ଭ କରିଥିଲେ । ପରେ ସେ ବାମପନ୍ଥୀ ଆନ୍ଦୋଳନ ସହିତ ଯୋଗ ଦେଇଥିଲେ । ୧୯୫୨ ମସିହାରେ ଫକୀର ମୋହନ ମହାବିଦ୍ୟାଳୟରେ ପ୍ରଥମ ବର୍ଷର ଛାତ୍ର ସମୟରେ ସେ ଛାତ୍ର ୟୁନିୟନର ସଭାପତି ଏବଂ ରାଜ୍ୟ ଛାତ୍ର ଫେଡେରେସନର ଉପସଭାପତି ଭାବେ ନିର୍ବାଚିତ ହୋଇଥିଲେ । ୧୯୫୫ ମସିହାରେ ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରି କଟକରେ ଆଇନ ଅଧ୍ୟୟନ କଲେ ।

୧୯୫୬ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆଇନ କଲେଜର ଛାତ୍ର ସଂଘର ସଭପତି ରୂପେ ଇଣ୍ଡୋନେସିଆରେ ଆୟୋଜିତ ଛାତ୍ର ସମ୍ମିଳନୀରେ ଯୋଗ ଦେଇଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ଇଂରାଜୀ ସ୍ନାତକୋତ୍ତର ଅଧ୍ୟୟନ ପରେ ୧୯୫୯ ମସିହାରେ ଖ୍ରୀଷ୍ଟ ମହବିଦ୍ୟାଳୟରେ ଅଧ୍ୟାପନା ଆରମ୍ଭ କରିଥିଲେ। ସେହି ବର୍ଷ ହିଁ ସେ କୁଜଙ୍ଗ ରାଜପରିବାରର କନ୍ୟା ପ୍ରତିଜ୍ଞା ଦେବୀଙ୍କ ସହ ବିବାହ କରିଥିଲେ । ପରେ ୧୯୬୩ ମସିହାରେ ମନୋଜ ଦାସ ପଣ୍ଡିଚେରୀ ଶ୍ରୀ ଅରବିନ୍ଦ ଆଶ୍ରମରେ ଇଂରାଜୀ ସାହିତ୍ୟର ଅଧ୍ୟାପକ ଏବଂ ପ୍ରତିଜ୍ଞା ଦେବୀ ମନସ୍ତତ୍ୱ ବିଭାଗରେ ଅଧ୍ୟାପିକା ଭାବେ ଯୋଗ ଦେଲେ । ୧୯୬୫ ମସିହାରେ ତାଙ୍କର ଗଳ୍ପ ‘ଶେଷ ବସନ୍ତର ଚିଠି’ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ପାଇଥିଲେ ମନୋଜ ।

27 Apr 2021 By The Sakala

ବିଶିଷ୍ଟ ସାରସ୍ବତ ସାଧକ ମନୋଜ ଦାସଙ୍କ ପରଲୋକ

ଭୁବନେଶ୍ବର: ବିଶିଷ୍ଟ ସାରସ୍ବତ ସାଧକ ମନୋଜ ଦାସଙ୍କ ପରଲୋକ। ୮୭ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ ମନୋଜ ଦାସ। ପୁଡୁଚେରୀସ୍ଥିତ ଶ୍ରୀ ଅରବିନ୍ଦ ଆଶ୍ରମ ନର୍ସିଂ ହୋମ୍‌ରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କ ଦେହାନ୍ତ ଖବର ପାଇବାପରେ ସାହିତ୍ଯିକ ମହଲରେ ଶୋକର ଛାୟା ଖେଳି ଯାଇଛି। ମନୋଜ ଦାସଙ୍କ ଉଭୟ ଇଂରାଜୀ ଓ ଓଡ଼ିଆ ଭାଷା ସାହିତ୍ୟରେ ପାରଦର୍ଶିତା ରହିଥିଲା। ତାଙ୍କ ପରଲୋକରେ କେବଳ ଓଡ଼ିଶା ନୁହେଁ ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ଏକ ଯୁଗର ଅନ୍ତ ଘଟିଛି।

ସେ ୧୯୩୪ ମସିହା ଫେବୃଆରୀ ୨୭ ତାରିଖରେ ବାଲେଶ୍ୱର ଜିଲ୍ଲା ଶଙ୍ଖାରି ଗାଁରେ ସେ ଜନ୍ମ ଗ୍ରହଣ କରିଥିଲେ । ବାପା ମାଆଙ୍କର ପଞ୍ଚମ ସନ୍ତାନ ହେଉଛନ୍ତି ମନୋଜ ଦାସ । ଯାହାଙ୍କର ଡାକ ନାମ ଥିଲା ମଣ୍ଟୁ। ମନୋଜ ଦାସଙ୍କ ପରିଚୟ ସେ ନିଜେ କେବଳ ମନୋଜ ଦାସ । ଏକ ଧାଡ଼ିରେ କହିଲେ ସର୍ଜନାର ମହାକାଶ ମନୋଜ ଦାସ ସରସ୍ଵତୀ ସମ୍ମାନ ଠୁ ଆରମ୍ଭ କରି ପଦ୍ମଶ୍ରୀ ଓ ପଦ୍ମଭୂଷଣ ଭଳି ଅନେକ ସମ୍ମାନ ପାଇଛନ୍ତି।

ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ମଧ୍ୟ ଅର୍ଜନ କରିଛନ୍ତି ମନୋଜ ଦାସ। ମାତା କାଦମ୍ବିନୀ ଦେବୀଙ୍କ ପ୍ରଭାବରେ ବାଲ୍ୟକାଳରୁ ମନୋଜ ଦାସଙ୍କ ରାମାୟଣ ଓ ମହାଭାରତ ପ୍ରତି ଶ୍ରଦ୍ଧା ଜାତ ହୋଇଥିଲା । ବାଲେଶ୍ୱର ଜିଲ୍ଲା ସ୍କୁଲରେ ପଢିବା ସମୟରେ ତାଙ୍କ ବ୍ୟକ୍ତିତ୍ୱର ବିଭିନ୍ନ ଦିଗ ବିକଶିତ ହୋଇଥିଲା ।

ବାଲେଶ୍ୱରରେ ଅଧ୍ୟୟନ କରୁଥିବା ସମୟରେ ତାଙ୍କର ପ୍ରଥମ ଗ୍ରନ୍ଥ ସଂକଳନ ‘ସମୁଦ୍ରର କ୍ଷୁଧା’ ପ୍ରକାଶ ପାଇଥିଲା । ସେହି ସମୟରେ ‘ଦିଗନ୍ତ’ ପତ୍ରିକା ସମ୍ପାଦନା ଆରମ୍ଭ କରିଥିଲେ । ପରେ ସେ ବାମପନ୍ଥୀ ଆନ୍ଦୋଳନ ସହିତ ଯୋଗ ଦେଇଥିଲେ । ୧୯୫୨ ମସିହାରେ ଫକୀର ମୋହନ ମହାବିଦ୍ୟାଳୟରେ ପ୍ରଥମ ବର୍ଷର ଛାତ୍ର ସମୟରେ ସେ ଛାତ୍ର ୟୁନିୟନର ସଭାପତି ଏବଂ ରାଜ୍ୟ ଛାତ୍ର ଫେଡେରେସନର ଉପସଭାପତି ଭାବେ ନିର୍ବାଚିତ ହୋଇଥିଲେ । ୧୯୫୫ ମସିହାରେ ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରି କଟକରେ ଆଇନ ଅଧ୍ୟୟନ କଲେ ।

୧୯୫୬ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆଇନ କଲେଜର ଛାତ୍ର ସଂଘର ସଭପତି ରୂପେ ଇଣ୍ଡୋନେସିଆରେ ଆୟୋଜିତ ଛାତ୍ର ସମ୍ମିଳନୀରେ ଯୋଗ ଦେଇଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ଇଂରାଜୀ ସ୍ନାତକୋତ୍ତର ଅଧ୍ୟୟନ ପରେ ୧୯୫୯ ମସିହାରେ ଖ୍ରୀଷ୍ଟ ମହବିଦ୍ୟାଳୟରେ ଅଧ୍ୟାପନା ଆରମ୍ଭ କରିଥିଲେ। ସେହି ବର୍ଷ ହିଁ ସେ କୁଜଙ୍ଗ ରାଜପରିବାରର କନ୍ୟା ପ୍ରତିଜ୍ଞା ଦେବୀଙ୍କ ସହ ବିବାହ କରିଥିଲେ । ପରେ ୧୯୬୩ ମସିହାରେ ମନୋଜ ଦାସ ପଣ୍ଡିଚେରୀ ଶ୍ରୀ ଅରବିନ୍ଦ ଆଶ୍ରମରେ ଇଂରାଜୀ ସାହିତ୍ୟର ଅଧ୍ୟାପକ ଏବଂ ପ୍ରତିଜ୍ଞା ଦେବୀ ମନସ୍ତତ୍ୱ ବିଭାଗରେ ଅଧ୍ୟାପିକା ଭାବେ ଯୋଗ ଦେଲେ । ୧୯୬୫ ମସିହାରେ ତାଙ୍କର ଗଳ୍ପ ‘ଶେଷ ବସନ୍ତର ଚିଠି’ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ପାଇଥିଲେ ମନୋଜ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର