କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ନେଇ ଶୋକବ୍ୟକ୍ତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ବରିଷ୍ଠ ନେତା

The Sakala Picture
Published On

ଭୁବନେଶ୍ବର : ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ନେଇ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ମାଧ୍ୟମରେ ଅଜିତ ମଙ୍ଗରାଜଙ୍କ ଅକାଳ ବିୟୋଗ ନେଇ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏବଂ ଅଜିତଙ୍କ ଅମର ଆତ୍ମାର […]

ଭୁବନେଶ୍ବର : ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ନେଇ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ମାଧ୍ୟମରେ ଅଜିତ ମଙ୍ଗରାଜଙ୍କ ଅକାଳ ବିୟୋଗ ନେଇ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏବଂ ଅଜିତଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ମଧ୍ୟ ଅଜିତ ମଙ୍ଗରାଜଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି । ଟ୍ବିଟ୍‌ କରି ବରିଷ୍ଠ କଂଗ୍ରେସ ନେତା ତଥା ପିପିଲି ବିଧାନସଭା ଉପନିର୍ବାଚନ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ମାନ୍ୟବର ରାଜ୍ୟପାଳ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍‌ କରି ଲେଖିଛନ୍ତି, ‘ପିପିଲି ଉପ ନିର୍ବାଚନରେ କଂଗ୍ରେସ ଦଳର ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରାଜନୈତିକ ଜୀବନରେ ତାଙ୍କର ଅବଦାନ ସ୍ମରଣୀୟ ହୋଇରହିବ। ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ତାଙ୍କର ଦେହାନ୍ତ ଅତ୍ୟନ୍ତ ଦୁଃଖଦାୟକ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।’

କଂଗ୍ରେସ ନେତା ତାରା ବାହିନୀପତି, ରମେଶ ଜେନା, ପ୍ରଦୀପ ମାଝି, ରଞ୍ଜିବ ବିଶ୍ୱାଳ, ବିଜେଡି ସାଂସଦ ମୁନ୍ନା ଖାଁ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ନିରଞ୍ଜନ ପଟ୍ଟନାୟକ କହିଛନ୍ତି, ଅଜିତ ମଙ୍ଗରାଜତଙ୍କ ଦେହାନ୍ତରେ କଂଗ୍ରେସ ଦଳ ଓ ନେତା ମର୍ମାହତ । ଅଜିତ ଜଣେ ମିଷ୍ଠାଭାଷୀ, ପରିଶ୍ରମୀ ଓ ଦୃଢ ସଂଗଠକ । ପିଲିଲି ଅଞ୍ଚଳରେ ଲୋକ ପ୍ରିୟ ଥିଲେ ଅଜିତ । ଅଜିତ ମଙ୍ଗରାଜଙ୍କ ଶୋକସନ୍ତପ ପରିବାରକୁ ସମବେଦନା ଜ୍ଞାପନ କରିଛନ୍ତି ନିରଞ୍ଜନ ପଟ୍ଟନାୟକ ।

ସେହିପରି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଅଜିତ ମଙ୍ଗରାଜଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି। ସେ ଟ୍ବିଟ୍‌ କରି ଲେଖିଛନ୍ତି ‘ଜୀବନ ଯୁଦ୍ଧରେ ହାରିଗଲେ କାବୁ ଭାଇ । ବରିଷ୍ଠ କଂଗ୍ରେସ ନେତା ତଥା ପିପିଲି ବିଧାନସଭା ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଥିବା ଅଜିତ ମଙ୍ଗରାଜଙ୍କର ଅକାଳ ବିୟୋଗ ଖବର ଶୁଣି ମୁଁ ଗଭୀର ମର୍ମାହତ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।‘

14 Apr 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର