ଓଡିଶା-ଛତିଶଗଡ଼ ସୀମାରେ ମାଓ କ୍ୟାମ୍ପ ଠାବ, ଡିଟୋନେଟର ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

The Sakala Picture
Published On

ନୂଆପଡ଼ା: ଓଡିଶା-ଛତିଶଗଡ଼ ସୀମାରେ ଠାବ ହୋଇଛି ମାଓ କ୍ୟାମ୍ପ । କ୍ୟାମ୍ପରୁ ଡିଟୋନେଟର ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଛତିଶଗଡ ସୀମାନ୍ତ ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ପାଟଦର୍ହା ସଂରକ୍ଷିତ ଜଙ୍ଗଲ ଝୋଲାପଡା ନିକଟରେ ଏହି ମାଓ କ୍ୟାମ୍ପ ଠାବ ହୋଇଛି । ଏଥିରେ ୨୮ ଡିଟୋନେଟର ସହ ବିପୁଳ ମାଓ ସାମଗ୍ରୀ ଜବତ ହୋଇଛି । ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ଓଡ଼ିଶା ଓ ଛତିଶଗଡ଼ ରାଜ୍ୟ ସୀମାନ୍ତ ନୂଆପଡ଼ା […]

ନୂଆପଡ଼ା: ଓଡିଶା-ଛତିଶଗଡ଼ ସୀମାରେ ଠାବ ହୋଇଛି ମାଓ କ୍ୟାମ୍ପ । କ୍ୟାମ୍ପରୁ ଡିଟୋନେଟର ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଛତିଶଗଡ ସୀମାନ୍ତ ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ପାଟଦର୍ହା ସଂରକ୍ଷିତ ଜଙ୍ଗଲ ଝୋଲାପଡା ନିକଟରେ ଏହି ମାଓ କ୍ୟାମ୍ପ ଠାବ ହୋଇଛି । ଏଥିରେ ୨୮ ଡିଟୋନେଟର ସହ ବିପୁଳ ମାଓ ସାମଗ୍ରୀ ଜବତ ହୋଇଛି ।

ଆହୁରି ପଢ଼ନ୍ତୁ: ପୁରୀ ସମୁଦ୍ରରେ ଗାଧୋଇବା ହେଲା କାଳ, ଚାଲିଗଲା ମା'-ପୁଅଙ୍କ ଜୀବନ

ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ଓଡ଼ିଶା ଓ ଛତିଶଗଡ଼ ରାଜ୍ୟ ସୀମାନ୍ତ ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ପାଟଦର୍ହା ସଂରକ୍ଷିତ ଜଙ୍ଗଲ ଝୋଲାପଡ଼ା ଗାଁ ନିକଟରେ ନୂଆପଡ଼ା ଓ ମେନପୁର ଡିଭିଜନ ମାଓବାଦୀ ମେଳି ବାନ୍ଧିଥିଲେ । ଏହି ଖବର ନୂଆପଡା ପୁଲିସ ଖବର ପାଇଥିଲା । ନୂଆପଡା ଏସପିଙ୍କ ନିର୍ଦ୍ଦେଶକ୍ରମେ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ଏସଓଜି, ଡ଼ିଭିଏଫ, କୋବ୍ରା ଓ ସିଆରପିଏଫ ଯବାନଙ୍କ ମିଳିତ କମ୍ବିଂ ଅପରେସନ ଆରମ୍ଭ କରିଥିଲେ । ଗତ ୧୮ ତାରିଖ ଅପରାହ୍ନ ୪ଟାରେ ଯବାନମାନେ ମାଓ କ୍ୟାମ୍ପ ନିକଟରେ ପହଞ୍ଚିଥିଲେ । ଯବାନଙ୍କୁ ଦେଖି ମାଓବାଦୀମାନେ ଛାତ୍ରଭାଙ୍ଗ ଦେଇଥିଲେ । ସେଠାରେ ଯବାନମାନେ ସର୍ଚ୍ଚ ଅପରେଶନ କରି ୨୮ଟି ଡିଟୋନେଟର, ୧ କେଜି ଲୋ ଏକ୍ସପ୍ଲସିଭ, ଏକେ ୪୭ ବନ୍ଧୁକ ଗୁଳିର ଖୁକା ସହ ବିପୁଳ ମାଓ ସାମଗ୍ରୀ ଜବତ କରିଥିଲେ ।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି: ଦୁଇ ଜିଲ୍ଲାରେ ମୁତୟନ ହେବେ ୭୦ ପ୍ଲାଟୁନରୁ ଅଧିକ ଫୋର୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp