ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ଗଳାକାଟି ହତ୍ୟା କଲେ ମାଓବାଦୀ
ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓବାଦୀଙ୍କ ବର୍ବର ହିଂସା କାଣ୍ଡ । ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ । ବାରସୁର ଥାନା ଅନ୍ତର୍ଗତ ତୋଡମା ପ୍ରାଥମିକ ବିଦ୍ୟାଳୟର ଶିକ୍ଷାଦୂତ ବାମନ କାଶ୍ୟବ ଓ କୋଶଲନାର ଗ୍ରାମର ଜଣେ ସାଧାରଣ ଆଦିବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଲାଲ୍ ବାହିନୀ । ଛତିଶଗଡରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଚାଲିଥିବାବେଳେ ଏହା ପୂର୍ବରୁ ଏପରି […]
ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓବାଦୀଙ୍କ ବର୍ବର ହିଂସା କାଣ୍ଡ । ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ । ବାରସୁର ଥାନା ଅନ୍ତର୍ଗତ ତୋଡମା ପ୍ରାଥମିକ ବିଦ୍ୟାଳୟର ଶିକ୍ଷାଦୂତ ବାମନ କାଶ୍ୟବ ଓ କୋଶଲନାର ଗ୍ରାମର ଜଣେ ସାଧାରଣ ଆଦିବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଲାଲ୍ ବାହିନୀ । ଛତିଶଗଡରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଚାଲିଥିବାବେଳେ ଏହା ପୂର୍ବରୁ ଏପରି ହିଂସା କାଣ୍ଡ ଘଟାଇ ବିଜାପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛନ୍ତି ମାଓବାଦୀ । ହେଲେ ହତ୍ୟାକାଣ୍ଡ କରିଥିବା ମାଓବାଦୀଙ୍କୁ ଉଚିତ୍ ଜବାନ ଦେବା ଲାଗି ଘଟଣାସ୍ଥଳରେ ସୁରକ୍ଷାକର୍ମୀ ପହଞ୍ଚିବା ସହ ଅପରେସନ ଆରମ୍ଭ କରିଥିବା ନେଇ ସୂଚନା ଦେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ଯାଦବ ।