ମାଓବାଦୀଙ୍କ ବର୍ବରକାଣ୍ଡ; ଜଙ୍ଗଲ କାଟିବା ଅଭିଯୋଗରେ ଘରୁ ଡାକିଆଣି ଯୁବକଙ୍କୁ ଗୁଳି କରି ହତ୍ୟା

The Sakala Picture
Published On

ନବରଙ୍ଗପୁର: ନବରଙ୍ଗପୁରରେ ପୁଣି ମାଓବାଦୀଙ୍କ ବର୍ବରକାଣ୍ଡ । ଜିଲ୍ଲାର ରାଇଘର ଥାନା ଅନ୍ତର୍ଗତ ନାକଟିସିମୋଡ଼ା ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମଣପୁର ଗ୍ରାମର ୩୭ ବର୍ଷୀୟ ନାରାୟଣ ନାଗେଶଙ୍କୁ ଗୁଳି କରି ହତ୍ୟା କରିଛନ୍ତି ମାଓବାଦୀ । ଜଙ୍ଗଲ କାଟି ଗ୍ରାମ ବସାଇବା ଅଭିଯୋଗରେ ତାଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି ବୋଲି ଘଟଣାସ୍ଥଳରେ ପଡ଼ିଥିବା ପୋଷ୍ଟରଗୁଡ଼ିକରେ ଉଲ୍ଲେଖ ଅଛି । ଜଙ୍ଗଲ ମାଫିଆ ଅଭିଯୋଗ କରି ନାରାୟଣ ନାଗେଶଙ୍କୁ ହତ୍ୟା କରାଯାଇଛି ବୋଲି ମୈନପୁର -ନୂଆପଡ଼ା ଡିଭିଜନାଲ୍‌ କମିଟି (ମାଓବାଦୀ) ପକ୍ଷରୁ […]

ନବରଙ୍ଗପୁର: ନବରଙ୍ଗପୁରରେ ପୁଣି ମାଓବାଦୀଙ୍କ ବର୍ବରକାଣ୍ଡ । ଜିଲ୍ଲାର ରାଇଘର ଥାନା ଅନ୍ତର୍ଗତ ନାକଟିସିମୋଡ଼ା ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମଣପୁର ଗ୍ରାମର ୩୭ ବର୍ଷୀୟ ନାରାୟଣ ନାଗେଶଙ୍କୁ ଗୁଳି କରି ହତ୍ୟା କରିଛନ୍ତି ମାଓବାଦୀ । ଜଙ୍ଗଲ କାଟି ଗ୍ରାମ ବସାଇବା ଅଭିଯୋଗରେ ତାଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି ବୋଲି ଘଟଣାସ୍ଥଳରେ ପଡ଼ିଥିବା ପୋଷ୍ଟରଗୁଡ଼ିକରେ ଉଲ୍ଲେଖ ଅଛି । ଜଙ୍ଗଲ ମାଫିଆ ଅଭିଯୋଗ କରି ନାରାୟଣ ନାଗେଶଙ୍କୁ ହତ୍ୟା କରାଯାଇଛି ବୋଲି ମୈନପୁର -ନୂଆପଡ଼ା ଡିଭିଜନାଲ୍‌ କମିଟି (ମାଓବାଦୀ) ପକ୍ଷରୁ ପୋଷ୍ଟର ମାଧ୍ୟମରେ ଉଲ୍ଲେଖ କରାଯାଇଛି। ଏହି ଘଟଣା ସ୍ଥାନୀୟ ଲୋକଙ୍କ ମନରେ ଭୟ ସଞ୍ଚାର କରିଛି। ଏଥିସହିତ ଅନ୍ୟ ୧୦ଜଣଙ୍କୁ ଗାଁ ଛାଡ଼ି ଚାଲିଯିବାକୁ ଧମକ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳରେ ମାଓବାଦୀମାନେ ଗୋଟାଏ ପରେ ଗୋଟାଏ ହତ୍ୟାକାଣ୍ଡ ଘଟାଇ ଚାଲିଛନ୍ତି l ଗତ ଫେବୃଆରି ମାସ ୨୩ ତାରିଖ ଦିନ ସେମାନେ ହାତିଗାଁ ଅନ୍ତର୍ଗତ ଖାଲେପାରା ଗାଁର ଚନ୍ଦନ ମଲ୍ଲିକଙ୍କୁ ଘରୁ ଡାକି ନେଇ ହତ୍ୟା କରିଥିଲେ । ଏହାପରେ ୧୦ ଦିନ ପୂର୍ବେ ସୀମାନ୍ତ ଚାମେନ୍ଦା (ଛତିଶଗଡ଼) ଗାଁର ନାରଦ ମାର୍କମ (୪୫)ଙ୍କୁ ମଧ୍ୟ ହତ୍ୟା କରିଥିଲେ ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

18 Mar 2023 By The Sakala

ମାଓବାଦୀଙ୍କ ବର୍ବରକାଣ୍ଡ; ଜଙ୍ଗଲ କାଟିବା ଅଭିଯୋଗରେ ଘରୁ ଡାକିଆଣି ଯୁବକଙ୍କୁ ଗୁଳି କରି ହତ୍ୟା

ନବରଙ୍ଗପୁର: ନବରଙ୍ଗପୁରରେ ପୁଣି ମାଓବାଦୀଙ୍କ ବର୍ବରକାଣ୍ଡ । ଜିଲ୍ଲାର ରାଇଘର ଥାନା ଅନ୍ତର୍ଗତ ନାକଟିସିମୋଡ଼ା ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମଣପୁର ଗ୍ରାମର ୩୭ ବର୍ଷୀୟ ନାରାୟଣ ନାଗେଶଙ୍କୁ ଗୁଳି କରି ହତ୍ୟା କରିଛନ୍ତି ମାଓବାଦୀ । ଜଙ୍ଗଲ କାଟି ଗ୍ରାମ ବସାଇବା ଅଭିଯୋଗରେ ତାଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି ବୋଲି ଘଟଣାସ୍ଥଳରେ ପଡ଼ିଥିବା ପୋଷ୍ଟରଗୁଡ଼ିକରେ ଉଲ୍ଲେଖ ଅଛି । ଜଙ୍ଗଲ ମାଫିଆ ଅଭିଯୋଗ କରି ନାରାୟଣ ନାଗେଶଙ୍କୁ ହତ୍ୟା କରାଯାଇଛି ବୋଲି ମୈନପୁର -ନୂଆପଡ଼ା ଡିଭିଜନାଲ୍‌ କମିଟି (ମାଓବାଦୀ) ପକ୍ଷରୁ ପୋଷ୍ଟର ମାଧ୍ୟମରେ ଉଲ୍ଲେଖ କରାଯାଇଛି। ଏହି ଘଟଣା ସ୍ଥାନୀୟ ଲୋକଙ୍କ ମନରେ ଭୟ ସଞ୍ଚାର କରିଛି। ଏଥିସହିତ ଅନ୍ୟ ୧୦ଜଣଙ୍କୁ ଗାଁ ଛାଡ଼ି ଚାଲିଯିବାକୁ ଧମକ ଦେଇଛନ୍ତି।

ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳରେ ମାଓବାଦୀମାନେ ଗୋଟାଏ ପରେ ଗୋଟାଏ ହତ୍ୟାକାଣ୍ଡ ଘଟାଇ ଚାଲିଛନ୍ତି l ଗତ ଫେବୃଆରି ମାସ ୨୩ ତାରିଖ ଦିନ ସେମାନେ ହାତିଗାଁ ଅନ୍ତର୍ଗତ ଖାଲେପାରା ଗାଁର ଚନ୍ଦନ ମଲ୍ଲିକଙ୍କୁ ଘରୁ ଡାକି ନେଇ ହତ୍ୟା କରିଥିଲେ । ଏହାପରେ ୧୦ ଦିନ ପୂର୍ବେ ସୀମାନ୍ତ ଚାମେନ୍ଦା (ଛତିଶଗଡ଼) ଗାଁର ନାରଦ ମାର୍କମ (୪୫)ଙ୍କୁ ମଧ୍ୟ ହତ୍ୟା କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର