ପ୍ରକାଶ ପାଇଲ ମାଟ୍ରିକ ରେଜଲ୍ଟ; ଚଳିତ ବର୍ଷ ପାସ୍‌ ହାର ରହିଛି ୯୪.୯୩ ପ୍ରତିଶତ ; SMS ଓ ୱେବସାଇଟ୍ ମାଧ୍ଯରେ ଜଣାପାରିବେ ରେଜଲ୍ଟ …

The Sakala Picture
Published On

କଟକ:  ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଇଛି।  ଶୁକ୍ରବାର ଅପରାହ୍ନ ୪ଟାରେ କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ଘୋଷଣା ହୋଇଛି। ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ  ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଥିଲେ। ଚଳିତ ଥର ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି। ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ […]

କଟକ:  ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଇଛି।  ଶୁକ୍ରବାର ଅପରାହ୍ନ ୪ଟାରେ କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ଘୋଷଣା ହୋଇଛି। ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ  ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଥିଲେ। ଚଳିତ ଥର ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି। ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ଝିିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ୫ ଲକ୍ଷ ୨ ହଜାର ୪୧୭ ଜଣ । ପାସ୍ କରିଛନ୍ତି ୪ ଲକ୍ଷ ୮୪ ହଜାର ୮୬୩ ଜଣ । ସେମାନଙ୍କ ମଧ୍ୟରୁ ୧୮୧୨ ଜଣ A1 ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ A2 ଗ୍ରେଡ ପାଇଛନ୍ତି । ସେହିପରି B1 ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ। B2 ଗ୍ରେଡ ପାଇଛନ୍ତି ୮୪,୯୭୧ ଜଣ ଛାତ୍ରଛାତ୍ରୀ । C ଗ୍ରେଡ ପାଇଛନ୍ତି ୧ ଲକ୍ଷ ୩୩ ହଜାର ୮୮୨ ଜଣ ଛାତ୍ରଛାତ୍ରୀ। D ଗ୍ରେଡ ପାଇଛନ୍ତି ୧ ଲକ୍ଷ ୪୬ ହଜାର ୧୫୪ ଜଣ ଛାତ୍ରଛାତ୍ରୀ। E ଗ୍ରେଡ ପାଇଛନ୍ତି ୭୬,୦୧୩ ଜଣ ଛାତ୍ରଛାତ୍ରୀ। F ଗ୍ରେଡ ପାଇଛନ୍ତି ୭,୩୮୪ ଜଣ ଛାତ୍ରଛାତ୍ରୀ। ଗଜପତି ଜିଲ୍ଲାରେ ସର୍ବାଧିକ ପାସହାର ୯୯.୩୫ ପ୍ରତିଶତ ରହିଛି । ସେହିଭଳି କୋରାପୁଟ ଜିଲ୍ଲାରେ ସର୍ବନିମ୍ନ ପାସ ହାର  ୯୨.୮୩ ପ୍ରତିଶତ ଅଛି   ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ।ଛାତ୍ରଛାତ୍ରୀମାନେ ସେମାନଙ୍କ ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ । ଏହା ସହିତ, ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ବୋର୍ଡ ପକ୍ଷରୁ ଉପଲବ୍ଧ କରାଯାଇଛି।  ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବର ଲେଖି 5676750କୁ ଟାଇପ କରି ପଠାଇଲେ ମଧ୍ଯ ପରୀକ୍ଷା ଫଳ ଜାଣିପାରିବେ । ଯେଉଁମାନେ ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃ ମୂଲ୍ୟାୟନ କିମ୍ବା ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

ଚଳିତ ବର୍ଷ ଫେବ୍ରୁଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ରାଜ୍ୟରେ ହୋଇଥିବା ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ୩୦ ଜିଲ୍ଲାରେ ୩୧୩୩ ପରୀକ୍ଷା କେନ୍ଦ୍ର ସହ ୩୧୪ଟି ନୋଡାଲ୍‌ ସେଣ୍ଟର ବ୍ୟବସ୍ଥା କରାଯାଇଥିଲା। ସବୁ ସେଣ୍ଟରରେ ସିସିଟିଭି ଲାଗିଥିଲା । କପି ରୋକିବା ପାଇଁ ୪ ସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା ହୋଇଥିଲା ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ଜନ୍ମକଲା ପୁଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ବାପା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର