ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ ଖବର : ଜୁନ୍ ମାସ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ପରୀକ୍ଷାଫଳ

The Sakala Picture
Published On

ଭୁବନେଶ୍ବର : ମାଟ୍ରିକ ପରୀକ୍ଷାର୍ଥୀ ପାଇଁ ବଡ ଖବର । ମାଟ୍ରିକ ପରୀକ୍ଷାଫଳକୁ ନେଇ ପରୀକ୍ଷାର୍ଥୀ ଓ ଅଭିଭାବକ ଉତ୍କଣ୍ଠିତ ରହିଥିବା ବେଳେ ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଚଳିତ ଜୁନ୍ ମାସ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ମାଟ୍ରିକ ଖାତାଦେଖା ଯଥା ସମୟରେ ସରିଛି। ଏଣୁ ଜୁନ୍ […]

ଭୁବନେଶ୍ବର : ମାଟ୍ରିକ ପରୀକ୍ଷାର୍ଥୀ ପାଇଁ ବଡ ଖବର । ମାଟ୍ରିକ ପରୀକ୍ଷାଫଳକୁ ନେଇ ପରୀକ୍ଷାର୍ଥୀ ଓ ଅଭିଭାବକ ଉତ୍କଣ୍ଠିତ ରହିଥିବା ବେଳେ ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଚଳିତ ଜୁନ୍ ମାସ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ମାଟ୍ରିକ ଖାତାଦେଖା ଯଥା ସମୟରେ ସରିଛି। ଏଣୁ ଜୁନ୍ ମାସ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ କରାଯିବାକୁ ସମସ୍ତ ପ୍ରକାରର ପ୍ରଚେଷ୍ଟା ଚାଲିଛି।

ଆହୁରି ପଢ଼ନ୍ତୁ: ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗର SOP ଜାରି, ଗଣନାକାରୀ ସରକାରୀ ପରିଚୟପତ୍ର ପିନ୍ଧିବା ଜରୁରୀ

ଚଳିତବର୍ଷ ୫ ଲକ୍ଷ ୨୮ ହଜାର ପିଲା ମାଟ୍ରିକ ପରୀକ୍ଷା ଦେଇଥିଲେ । ରାଜ୍ୟରେ ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଦୁଇ ସପ୍ତାହରେ ଖାତାଦେଖା ସରିଛି । ପରୀକ୍ଷାର୍ଥୀଙ୍କ ମାର୍କ ଅନଲାଇନରେ ଅପଲୋଡ କରାଯାଉଥିବା ବେଳେ, SOSC ଓ ମଧ୍ୟମା ପରୀକ୍ଷାର୍ଥୀଙ୍କ ମାର୍କ ଅଫଲାଇନ ମୋଡରେ ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ଘର କବାଟ ଭାଙ୍ଗି ଆଲମିରାରୁ ୮ ଭରି ସୁନା ସମେତ ନଗଦ ୩ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କରୋନା ମହାମାରୀ ଯୋଗୁ ୨ ବର୍ଷ ପରେ ଏଥର ଅଫଲାଇନ୍‌ ପରୀକ୍ଷା ଦେଇଛନ୍ତି ମାଟ୍ରିକ ଛାତ୍ରଛାତ୍ରୀ । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ଚଳିତ ବର୍ଷ ମୂଲ୍ୟାୟନ କେନ୍ଦ୍ରରୁ ବୋର୍ଡ ନିଯୁକ୍ତ ମେକର ଓ ଚେକର୍ଙ୍କ ଦ୍ବାରା ସିଧାସଳଖ ଛାତ୍ରଛାତ୍ରୀଙ୍କ ମାର୍କ ଅପ୍ଲୋଡ୍ ବ୍ୟବସ୍ଥା କରାଯାଇଥିଲା। ଏହାଦ୍ବାରା ପରୀକ୍ଷାଫଳ ପ୍ରକାଶନ ପ୍ରକ୍ରିୟା ସହଜ ଓ ସରଳ ହେବ ବୋଲି ସୂଚନା ମିଳିଛି। ରାଜ୍ୟ ମଧ୍ୟରେ ସବ୍ଜେକ୍ଟିଭ୍ ପେପର ମୂଲ୍ୟାୟନ ଚାଲିଥିବାବେଳେ ଏକକାଳୀନ ରାଜ୍ୟ ବାହାରେ ଅବ୍ଜେକ୍ଟିଭ୍ ଖାତା(ଓଏମ୍ଆର୍ ଉତ୍ତରଫର୍ଦ୍ଦ) ମୂଲ୍ୟାୟନ ଚାଲିଛି। ତାହା ମଧ୍ୟ ସରିଯାଇଥିବା ଜଣାପଡ଼ିଛି। ଫଳରେ ପ୍ରକ୍ରିୟା ସଂପୂର୍ଣ୍ଣ ହେବା ପାଇଁ ଆଉ ପାଖାପାଖି ଦୁଇ ସପ୍ତାହ ସମୟ ଲାଗିବ। ଜୁନ୍ ଶେଷ ସପ୍ତାହରେ ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ କରିବାକୁ ବୋର୍ଡ ପକ୍ଷରୁ ଯୋଜନା ଚାଲିଥିବା ବେଳେ ଫଳାଫଳକୁ ତ୍ରୁଟିଶୂନ୍ୟ କରିବା ପାଇଁ ବୋର୍ଡ ଉଦ୍ୟମ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ନାବାଳିକାକୁ ପ୍ରେମ ବିବାହ କରିଥିଲେ, ପୋଲିସ ଗିରଫ ଭୟରେ ରଶିରେ ଝୁଲିପଡିଲେ ଯୁବକ !

04 Jun 2022 By The Sakala

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ ଖବର : ଜୁନ୍ ମାସ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ପରୀକ୍ଷାଫଳ

ଭୁବନେଶ୍ବର : ମାଟ୍ରିକ ପରୀକ୍ଷାର୍ଥୀ ପାଇଁ ବଡ ଖବର । ମାଟ୍ରିକ ପରୀକ୍ଷାଫଳକୁ ନେଇ ପରୀକ୍ଷାର୍ଥୀ ଓ ଅଭିଭାବକ ଉତ୍କଣ୍ଠିତ ରହିଥିବା ବେଳେ ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଚଳିତ ଜୁନ୍ ମାସ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ମାଟ୍ରିକ ଖାତାଦେଖା ଯଥା ସମୟରେ ସରିଛି। ଏଣୁ ଜୁନ୍ ମାସ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ ରେଜଲ୍ଟ ପ୍ରକାଶ କରାଯିବାକୁ ସମସ୍ତ ପ୍ରକାରର ପ୍ରଚେଷ୍ଟା ଚାଲିଛି।

ଚଳିତବର୍ଷ ୫ ଲକ୍ଷ ୨୮ ହଜାର ପିଲା ମାଟ୍ରିକ ପରୀକ୍ଷା ଦେଇଥିଲେ । ରାଜ୍ୟରେ ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଦୁଇ ସପ୍ତାହରେ ଖାତାଦେଖା ସରିଛି । ପରୀକ୍ଷାର୍ଥୀଙ୍କ ମାର୍କ ଅନଲାଇନରେ ଅପଲୋଡ କରାଯାଉଥିବା ବେଳେ, SOSC ଓ ମଧ୍ୟମା ପରୀକ୍ଷାର୍ଥୀଙ୍କ ମାର୍କ ଅଫଲାଇନ ମୋଡରେ ରେକର୍ଡ କରାଯାଇଛି ।

କରୋନା ମହାମାରୀ ଯୋଗୁ ୨ ବର୍ଷ ପରେ ଏଥର ଅଫଲାଇନ୍‌ ପରୀକ୍ଷା ଦେଇଛନ୍ତି ମାଟ୍ରିକ ଛାତ୍ରଛାତ୍ରୀ । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିଥିଲା । ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ଚଳିତ ବର୍ଷ ମୂଲ୍ୟାୟନ କେନ୍ଦ୍ରରୁ ବୋର୍ଡ ନିଯୁକ୍ତ ମେକର ଓ ଚେକର୍ଙ୍କ ଦ୍ବାରା ସିଧାସଳଖ ଛାତ୍ରଛାତ୍ରୀଙ୍କ ମାର୍କ ଅପ୍ଲୋଡ୍ ବ୍ୟବସ୍ଥା କରାଯାଇଥିଲା। ଏହାଦ୍ବାରା ପରୀକ୍ଷାଫଳ ପ୍ରକାଶନ ପ୍ରକ୍ରିୟା ସହଜ ଓ ସରଳ ହେବ ବୋଲି ସୂଚନା ମିଳିଛି। ରାଜ୍ୟ ମଧ୍ୟରେ ସବ୍ଜେକ୍ଟିଭ୍ ପେପର ମୂଲ୍ୟାୟନ ଚାଲିଥିବାବେଳେ ଏକକାଳୀନ ରାଜ୍ୟ ବାହାରେ ଅବ୍ଜେକ୍ଟିଭ୍ ଖାତା(ଓଏମ୍ଆର୍ ଉତ୍ତରଫର୍ଦ୍ଦ) ମୂଲ୍ୟାୟନ ଚାଲିଛି। ତାହା ମଧ୍ୟ ସରିଯାଇଥିବା ଜଣାପଡ଼ିଛି। ଫଳରେ ପ୍ରକ୍ରିୟା ସଂପୂର୍ଣ୍ଣ ହେବା ପାଇଁ ଆଉ ପାଖାପାଖି ଦୁଇ ସପ୍ତାହ ସମୟ ଲାଗିବ। ଜୁନ୍ ଶେଷ ସପ୍ତାହରେ ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ କରିବାକୁ ବୋର୍ଡ ପକ୍ଷରୁ ଯୋଜନା ଚାଲିଥିବା ବେଳେ ଫଳାଫଳକୁ ତ୍ରୁଟିଶୂନ୍ୟ କରିବା ପାଇଁ ବୋର୍ଡ ଉଦ୍ୟମ ଜାରି ରଖିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର