ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ, AI କ୍ୟାମେରା ଓ CCTV ନଜରରେ ରହିବ ପରୀକ୍ଷା କେନ୍ଦ୍ର

The Sakala Picture
Published On

ଭୁବନେଶ୍ଵର: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୪ ଯାଏଁ ଚାଲିବ ପରୀକ୍ଷା । ଚଳିତ ଥର ୫ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ୩ହଜାର ୪୭ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ। ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସ୍ୱଚ୍ଛତା ରକ୍ଷା କରିବା ସହିତ ସୁପରିଚାଳନା ପାଇଁ ଯଥାସମ୍ଭବ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ଏବଂ ମାର୍ଗଦର୍ଶିକା ଜାରି କରାଯାଇଛି। ଏହାସହ ଦୁର୍ଗମ ଅଞ୍ଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି । […]

ଭୁବନେଶ୍ଵର: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୪ ଯାଏଁ ଚାଲିବ ପରୀକ୍ଷା । ଚଳିତ ଥର ୫ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ୩ହଜାର ୪୭ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ। ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସ୍ୱଚ୍ଛତା ରକ୍ଷା କରିବା ସହିତ ସୁପରିଚାଳନା ପାଇଁ ଯଥାସମ୍ଭବ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ଏବଂ ମାର୍ଗଦର୍ଶିକା ଜାରି କରାଯାଇଛି। ଏହାସହ ଦୁର୍ଗମ ଅଞ୍ଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ପରୀକ୍ଷା ୯ଟାରୁ ଆରମ୍ଭ ହୋଇ ୧୧ଟାରେ ଶେଷ ହେବ। ପିଲାମାନେ ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରକୁ ଯିବା ବେଳେ ସାଙ୍ଗରେ ଆଡମାଟ୍‌ କାର୍ଡ, ବ୍ଲ୍ୟୁ ଓ ବ୍ଲାକ୍ ପେନ୍, ଓ ପେନ୍‌ସିଲ୍ ଜେମେଟ୍ରିବକ୍ସ ବକ୍ସ ନେଇ ଯିବେ। ଅନ୍ୟ ଜିନିଷ ପରୀକ୍ଷା କେନ୍ଦ୍ରକୁ ପିଲାମାନେ ନେଇ ପାରିବେ ନାହିଁ। ଏହା ସହ ଶିକ୍ଷକମାନେ ପରୀକ୍ଷା କେନ୍ଦ୍ରକୁ ଯିବାବେଳେ ମୋବାଇଲ ପରୀକ୍ଷା ହଲ୍ ବାହାରେ ରଖି ଭିତରକୁ ଯିବେ ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଦେଶର ପ୍ରଥମ ପରୀକ୍ଷା ବୋର୍ଡ ଭାବେ ଚଳିତ ବର୍ଷ ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସର ସହାୟତା ନେଇଛି ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ। ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ସହ ନୋଡାଲ ସେଣ୍ଟରରେ AI ଅର୍ଥାତ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କ୍ୟାମେରା ବ୍ୟବହାର କରାଯିବ। ବୋର୍ଡ ମୁଖ୍ୟଳୟରେ କମାଣ୍ଡ କଣ୍ଟ୍ରୋଲ ରୁମରୁ ହିଁ ତା ଉପରେ ନଜର ରଖାଯିବ। ଏହାସହ ରାଜ୍ୟର ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଇଭ ଷ୍ଟ୍ରିମିଙ୍ଗ ୱେବକାଷ୍ଟିଂ ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ଖବର ଅନୁଯାୟୀ, ମାର୍ଚ୍ଚ ୧୫ ତାରିଖରୁ ଖାତା ଦେଖା ଆରମ୍ଭ ହୋଇ ୧୨ ଦିନ ମଧ୍ୟରେ ଶେଷ ହେବ ଏବଂ ପରବର୍ତ୍ତୀ ଅନ୍ୟାନ୍ୟ ପ୍ରକ୍ରିୟା ଶେଷ ହେବା ପରେ ଫଳାଫଳ ଆସନ୍ତା ମେ’ ମାସରେ ପ୍ରକାଶ ପାଇବ ବୋଲି ସ୍ଥିର କରାଯାଇଛି।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର