ପ୍ରକାଶ ପାଇଲା ୨୦୨୩ ମାଟ୍ରିକ୍‌ ଫଳ : କଟକ ଓ ଜଗତସିଂହପୁର ଜିଲ୍ଲାରେ ପାସ ହାର ସର୍ବାଧିକ

The Sakala Picture
Published On

କଟକ : ପ୍ରକାଶ ପାଇଛି ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ। ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତ ଥର ମାଟ୍ରିକରେ ୯୬.୪ ପ୍ରତିଶତ ରେଜଲ୍ଟ ହୋଇଛି। ଏଥର ରାଜ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲା ପାସ ପ୍ରତିଶତରେ ଆଗରେ ରହିଛନ୍ତି। ଏହି ଦୁଇ ଜିଲ୍ଲାର ପାସ୍‌ ହାର ୯୭.୯୯ […]

କଟକ : ପ୍ରକାଶ ପାଇଛି ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ। ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତ ଥର ମାଟ୍ରିକରେ ୯୬.୪ ପ୍ରତିଶତ ରେଜଲ୍ଟ ହୋଇଛି। ଏଥର ରାଜ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲା ପାସ ପ୍ରତିଶତରେ ଆଗରେ ରହିଛନ୍ତି। ଏହି ଦୁଇ ଜିଲ୍ଲାର ପାସ୍‌ ହାର ୯୭.୯୯ ପ୍ରତିଶତ ରହିଛି। ଏଥି ସହିତ ମାଲକାନଗିରି ଜିଲ୍ଲାର ଫଳାଫଳ ସର୍ବନିମ୍ନ ରହିଛି। ଏଠାରେ ପାସ୍‌ ପ୍ରତିଶତ ୯୨.୬୩ ପ୍ରତିଶତ ରହିଛି।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ଅନ୍ୟପଟେ ଏଥର ମଧ୍ୟ ରେଜଲ୍ଟରେ ଛାତ୍ରୀମାନେ ଛାତ୍ରଙ୍କୁ ପଛରେ ପକାଇଛନ୍ତି।  ଛାତ୍ରୀଙ୍କ ପାସ୍‌ହାର ୯୭.୦୫ ପ୍ରତିଶତ ରହିଥିବା ବେଳେ ଛାତ୍ରଙ୍କ ପାସହାର ୯୫.୭୫ ପ୍ରତିଶତ ରହିଛି। ତେବେ ୯୦%ରୁ ଅଧିକ ନମ୍ବର ରଖିଥିବା ଝିଅଙ୍କ ସଂଖ୍ୟା ୨,୨୫୪ ରହିଥିବା ବେଳେ ୯୦%ରୁ ଅଧିକ ନମ୍ବର ରଖିଥିବା ପୁଅଙ୍କ ସଂଖ୍ୟା ୧,୯୦୪ ରହିଛି।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ସେପଟେ ଚଳିତ ବର୍ଷର ପାସହାର ୯୬.୪୦ % ରହିଛି । ମୋଟ ୫ଲକ୍ଷ ୧୬ହଜାର ୪୨୬ ପିଲା ପାସ୍ କରିଛନ୍ତି । ୩,୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ ହୋଇଛି। A1 ରେ ୪ହଜାର ୧୫୮ ପରୀକ୍ଷାର୍ଥୀ ପାସ୍ କରିଥିବା ବେଳେ A2 ରେ ୨୯ହଜାର ୭୩୮ ପରୀକ୍ଷାର୍ଥୀ , B1ରେ  ୭୬ହଜାର ୫୬୭ ଛାତ୍ରଛାତ୍ରୀ,B2 ରେ ୧ଲକ୍ଷ ୧୮ହଜାର ୭୫୦ ,C ରେ ୧ଲକ୍ଷ ୨୧ହଜାର ୬୧୧ ପାସ,D ରେ ୯୫ହଜାର ୬ଜଣ ପରୀକ୍ଷାର୍ଥୀ ପାସ୍,E ରେ ୬୧ହଜାର ୪୭୪ ପିଲା ପାସ୍,F ରେ ୭ହଜାର ୬୪୫ ଜଣ ପରୀକ୍ଷାର୍ଥୀ ପାସ୍ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

ଅନ୍ୟପଟେ ଏଥର ହେବ ସପ୍ଲିମେଣ୍ଟାରୀ ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ। ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ ପାରି ନଥିଲା, ଏଥର ହେବ। ଫେଲ୍‌ କିମ୍ବା ଡ୍ରପଆଉଟ୍ ହୋଇଥିବା ପିଲାଙ୍କ ପାଇଁ ହେବ ପରୀକ୍ଷା।ଖୁବଶୀଘ୍ର ତାରିଖ ଘୋଷଣା ହୋଇ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ମନ୍ତ୍ରୀ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର