ମେ' ପ୍ରଥମ କିମ୍ବା ଦ୍ଵିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ: ବୋର୍ଡ ସଭାପତି
କଟକ: ସରିଲା ମାଟ୍ରିକ ପରୀକ୍ଷା। ଆସନ୍ତା ମେ ମାସରେ ବାହାରିବ ରେଜଲ୍ଟ। ମେ' ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ। ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ବୋର୍ଡ ସଭାପତିଙ୍କ ସୂଚନା ଅନୁସାରେ, ମାଟ୍ରିକ୍ OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି । ଆସନ୍ତା ୧୯ରୁ ସବଜେକ୍ଟିଭ୍ ଖାତା ଦେଖା ଆରମ୍ଭ ହେବ । ମୋଟ୍ ୫୫ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ ନିୟୋଜିତ ହେବେ । ଫେବ୍ରୁଆରୀ ୧୯ ତାରିଖରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇଥିଲା । ମାର୍ଚ୍ଚ ୨ ଅର୍ଥାତ ଆଜି ଦଶମ ପରୀକ୍ଷା ଶେଷ ହୋଇଛି । ପ୍ରାୟ ୫ ଲକ୍ଷ ୬୧ ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ମୋଟ୍ ୩ ହଜାର ୮୨ଟି ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଥିଲା । ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଲାଗି ଅତିରିକ୍ତ ୫୦ ମିନିଟ୍ ସମୟ ଦିଆଯାଇଥିଲା ।





