ଜୁନ୍‌ ୩୦ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ପରୀକ୍ଷା ଦେବେ ୩୨୩୨ ପରୀକ୍ଷାର୍ଥୀ

The Sakala Picture
Published On

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଆନୁକୂଲ୍ୟରେ ପରିଚାଳିତ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁନ୍‌ ୩୦ ତାରିଖରୁ ଆରମ୍ଭ ହେବ। ଚଳିତ ବାର୍ଷିକ ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇଥିବା ଏବଂ ପରୀକ୍ଷା ଦେଇପାରିନଥିବା ୩୨୩୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିଲେ। ସେମାନଙ୍କ ନିମନ୍ତେ ୯୮ଟି କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଏହି ପରୀକ୍ଷା ଆସନ୍ତା ୩୦ରୁ ଆରମ୍ଭ ହୋଇ ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଅନ୍ୟପକ୍ଷରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରମାଣପତ୍ର […]

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଆନୁକୂଲ୍ୟରେ ପରିଚାଳିତ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁନ୍‌ ୩୦ ତାରିଖରୁ ଆରମ୍ଭ ହେବ। ଚଳିତ ବାର୍ଷିକ ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇଥିବା ଏବଂ ପରୀକ୍ଷା ଦେଇପାରିନଥିବା ୩୨୩୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିଲେ। ସେମାନଙ୍କ ନିମନ୍ତେ ୯୮ଟି କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଏହି ପରୀକ୍ଷା ଆସନ୍ତା ୩୦ରୁ ଆରମ୍ଭ ହୋଇ ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ।

ଆହୁରି ପଢ଼ନ୍ତୁ: ବାତ୍ୟା ‘ଅକୱାନ’ ପ୍ରଭାବରେ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ଆନ୍ଧ୍ର ଉପକୂଳରେ କରିପାରେ ଲ୍ୟାଣ୍ଡଫଲ୍

ଅନ୍ୟପକ୍ଷରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷା ନିମନ୍ତେ ୧୦୩ ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା ରହିଛି। ପ୍ରାୟ ୧୦ ହଜାର ୮୦୯ ପରୀକ୍ଷାର୍ଥୀ ଉକ୍ତ ପରୀକ୍ଷା ଦେବେ। ଉଭୟ ପରୀକ୍ଷା ପାଇଁ ବୋର୍ଡ ୱେବସାଇଟ୍‌ରେ ପ୍ରବେଶ ପତ୍ର ଉପଲବ୍ଧ ଥିବା ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଗୋପାଳପୁର ନିକଟରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା 'ଅକୱାନ' ଜାରି ହେଲା ରେଡ୍ ଆଲର୍ଟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର