୨୧ରୁ ଆରମ୍ଭ ହେବ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା ଆସନ୍ତା ଜୁଲାଇ ୨୧ରୁ ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ବା ମାଟ୍ରିକ୍‌ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ୯୭୨ଜଣ ଛାତ୍ରଛାତ୍ରୀ ଫର୍ମପୂରଣ କରିଛନ୍ତି। ପରୀକ୍ଷାର୍ଥୀଙ୍କ ପାଇଁ ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା […]

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା ଆସନ୍ତା ଜୁଲାଇ ୨୧ରୁ ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ବା ମାଟ୍ରିକ୍‌ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ୯୭୨ଜଣ ଛାତ୍ରଛାତ୍ରୀ ଫର୍ମପୂରଣ କରିଛନ୍ତି। ପରୀକ୍ଷାର୍ଥୀଙ୍କ ପାଇଁ ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା (ଦ୍ୱିତୀୟ)ପାଇଁ ମୋଟ ୧୨୧ ପରୀକ୍ଷା କେନ୍ଦ୍ର କରାଯାଇଛି। ୨୪ ହଜାର ୫୨୦ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ। ପରୀକ୍ଷାର୍ଥୀମାନେ ବୋର୍ଡ ୱେବସାଇଟ୍‌ରୁ ସେମାନଙ୍କର ଆଡମିଟ୍‌ କାର୍ଡ ଡାଉନଲୋଡ୍‌ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ଏହି ପରୀକ୍ଷା ସମ୍ପର୍କ‌‌ରେ ଦ୍ବନ୍ଦ୍ବ ଦୂର ପାଇଁ ପରୀକ୍ଷାର୍ଥୀମାନେ ମୋ: ୦୬୭୧-୨୪୧୫୩୦୫ରେ ଯୋଗାଯୋଗ କରିପାରିବେ ବୋଲି କୁହାଯାଇଛି। ସୂଚନା ଥାଉକି, ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୬୧ ଜଣ ମାଟ୍ରିକ୍‌ ପରୀକ୍ଷା ଦେଇଥିବା ବେଳେ ୫ ଲକ୍ଷ ୩୦ ହଜାର ୧୫୩ଜଣ ପାସ୍‌ କରିଥିଲେ।

About The Author: The Sakala