ଆଜିଠୁ ଆରମ୍ଭ ମାଟ୍ରିକ ପରୀକ୍ଷା, ୫ ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଦେଉଛନ୍ତି ପରୀକ୍ଷା

The Sakala Picture
Published On

ଭୁବନେଶ୍ବର: ଆଜିଠୁ ମାଟ୍ରିକ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆଜିଠୁ ଆରମ୍ଭ ହେଉଛି । ଚଳିତବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ପରୀକ୍ଷା କେନ୍ଦ୍ର ସକାଳ ୭ଟା ୧୫ ମିନିଟରେ ଖୋଲିବା ପରେ ପରୀକ୍ଷାର୍ଥୀ ସାଢେ ୭ଟାରେ ହଲକୁ ପ୍ରବେଶ କରିବେ । ପରେ ସାଢେ ଆଠଟାରେ ଛାତ୍ରଛାତ୍ରୀଙ୍କୁ ଓଏମଆର ସିଟ୍ ଓ ଆଠଟା ୪୫ ମିନିଟରେ ପ୍ରଶ୍ନପତ୍ର ଦିଆଯିବ । ୯ […]

ଭୁବନେଶ୍ବର: ଆଜିଠୁ ମାଟ୍ରିକ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆଜିଠୁ ଆରମ୍ଭ ହେଉଛି । ଚଳିତବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ପରୀକ୍ଷା କେନ୍ଦ୍ର ସକାଳ ୭ଟା ୧୫ ମିନିଟରେ ଖୋଲିବା ପରେ ପରୀକ୍ଷାର୍ଥୀ ସାଢେ ୭ଟାରେ ହଲକୁ ପ୍ରବେଶ କରିବେ । ପରେ ସାଢେ ଆଠଟାରେ ଛାତ୍ରଛାତ୍ରୀଙ୍କୁ ଓଏମଆର ସିଟ୍ ଓ ଆଠଟା ୪୫ ମିନିଟରେ ପ୍ରଶ୍ନପତ୍ର ଦିଆଯିବ । ୯ ଟାରେ ପରୀକ୍ଷା ଆରମ୍ଭ ହେବ।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ସମସ୍ତ ପରୀକ୍ଷା କେନ୍ଦ୍ରକୁ ସିସିଟିଭି ସର୍ଭିଲାନସରେ ରଖାଯାଇଛି । କୌଣସି ସ୍ଥାନରେ ବିଶୃଙ୍ଖଳା ଓ ଅନିୟମିତା ନଜର ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବ । ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ କୌଣସି ପରୀକ୍ଷା କେନ୍ଦ୍ରକୁ ମୋବାଇଲ ଛଡାଯିବ ନାହିଁ । ପରୀକ୍ଷାର ମାତ୍ର ୧୫ ମିନିଟ ଆଗରୁ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ ଓ ଦୁଇଜଣ ଛାତ୍ରଙ୍କ ଉପସ୍ଥିତିରେ ପ୍ରଶ୍ନପତ୍ର ଖୋଲାଯିବ ।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

ସାରା ରାଜ୍ୟରେ ବୋର୍ଡ ପକ୍ଷରୁ ୨୯୯୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ପ୍ରଶ୍ନପତ୍ର ରଖିବା ପାଇଁ ୩୧୩ଟି ନୋଡାଲ ସେଣ୍ଟର କରାଯାଇଛି । ସୁରକ୍ଷା ଦୃଷ୍ଟିକୋଣରୁ ୨୧ଟି ଥାନା ଓ ଗୋଟିଏ ବିଟ୍ ହାଉସରେ ନୋଡାଲ ସେଣ୍ଟର କରାଯାଇଛି । ମାଟ୍ରିକ ସହ ୭ହଜାର ୮୩୧ ପରୀକ୍ଷାର୍ଥୀ ରାଜ୍ୟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ଓ ୩ ହଜାର ୩୭ ପରୀକ୍ଷାର୍ଥୀ ମଧ୍ୟମା ପରୀକ୍ଷା ଦେବେ । ପରୀକ୍ଷାକୁ ଶୃଙ୍ଖଳିତ ତଥା କପିମୁକ୍ତ କରିବା ପାଇଁ ଏଥର ତ୍ରିସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ଚିଲିକା ନଳବଣରେ ଭୟାବହ ଅଗ୍ନିକାଣ୍ଡ: ୬ ଦିନ ହେଲା ଜଳୁଛି ନିଆଁ, ବିଦେଶାଗତ ପକ୍ଷୀଙ୍କ ଜୀବନ ସଙ୍କଟରେ

20 Feb 2024 By The Sakala

ଆଜିଠୁ ଆରମ୍ଭ ମାଟ୍ରିକ ପରୀକ୍ଷା, ୫ ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଦେଉଛନ୍ତି ପରୀକ୍ଷା

ଭୁବନେଶ୍ବର: ଆଜିଠୁ ମାଟ୍ରିକ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆଜିଠୁ ଆରମ୍ଭ ହେଉଛି । ଚଳିତବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ପରୀକ୍ଷା କେନ୍ଦ୍ର ସକାଳ ୭ଟା ୧୫ ମିନିଟରେ ଖୋଲିବା ପରେ ପରୀକ୍ଷାର୍ଥୀ ସାଢେ ୭ଟାରେ ହଲକୁ ପ୍ରବେଶ କରିବେ । ପରେ ସାଢେ ଆଠଟାରେ ଛାତ୍ରଛାତ୍ରୀଙ୍କୁ ଓଏମଆର ସିଟ୍ ଓ ଆଠଟା ୪୫ ମିନିଟରେ ପ୍ରଶ୍ନପତ୍ର ଦିଆଯିବ । ୯ ଟାରେ ପରୀକ୍ଷା ଆରମ୍ଭ ହେବ।

ସମସ୍ତ ପରୀକ୍ଷା କେନ୍ଦ୍ରକୁ ସିସିଟିଭି ସର୍ଭିଲାନସରେ ରଖାଯାଇଛି । କୌଣସି ସ୍ଥାନରେ ବିଶୃଙ୍ଖଳା ଓ ଅନିୟମିତା ନଜର ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବ । ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ କୌଣସି ପରୀକ୍ଷା କେନ୍ଦ୍ରକୁ ମୋବାଇଲ ଛଡାଯିବ ନାହିଁ । ପରୀକ୍ଷାର ମାତ୍ର ୧୫ ମିନିଟ ଆଗରୁ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ ଓ ଦୁଇଜଣ ଛାତ୍ରଙ୍କ ଉପସ୍ଥିତିରେ ପ୍ରଶ୍ନପତ୍ର ଖୋଲାଯିବ ।

ସାରା ରାଜ୍ୟରେ ବୋର୍ଡ ପକ୍ଷରୁ ୨୯୯୧ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ପ୍ରଶ୍ନପତ୍ର ରଖିବା ପାଇଁ ୩୧୩ଟି ନୋଡାଲ ସେଣ୍ଟର କରାଯାଇଛି । ସୁରକ୍ଷା ଦୃଷ୍ଟିକୋଣରୁ ୨୧ଟି ଥାନା ଓ ଗୋଟିଏ ବିଟ୍ ହାଉସରେ ନୋଡାଲ ସେଣ୍ଟର କରାଯାଇଛି । ମାଟ୍ରିକ ସହ ୭ହଜାର ୮୩୧ ପରୀକ୍ଷାର୍ଥୀ ରାଜ୍ୟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ଓ ୩ ହଜାର ୩୭ ପରୀକ୍ଷାର୍ଥୀ ମଧ୍ୟମା ପରୀକ୍ଷା ଦେବେ । ପରୀକ୍ଷାକୁ ଶୃଙ୍ଖଳିତ ତଥା କପିମୁକ୍ତ କରିବା ପାଇଁ ଏଥର ତ୍ରିସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର