ସୁସ୍ଥ ହେଲେ ମହାପ୍ରଭୁ

The Sakala Picture
Published On

ପୁରୀ : ମାନବୀୟ ଲୀଳା କରୁଛନ୍ତି ମହାପ୍ରଭୁ। ଦାରୁବିଗ୍ରହଙ୍କ ନୀତିକାନ୍ତି ଓ ଜୀବନଚର୍ଯ୍ୟା ସାଧାରଣ ମଣିଷଙ୍କ ଭଳି। ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ ପରେ ଠାକୁର ଅସୁସ୍ଥ ହୋଇପଡ଼ି ଅଣସର ଘରେ ରହିଛନ୍ତି। ଦଇତାପତି ସେବକମାନେ ମହାପ୍ରଭୁଙ୍କ ଗୁପ୍ତସେବା କରୁଛନ୍ତି। ଇତିମଧ୍ୟରେ ବଡ଼ଓଡ଼ିଆ ମଠରୁ ଆସିଥିବା ଫୁଲୁରୀ ତେଲ, ଶୁଦ୍ଧସୁଆର ଦେଇଥିବା ଓଷୁଅ ଲାଗି ହେବା ପରେ ଶ୍ରୀବିଗ୍ରହ ଚକା ବିଜେ କରିଛନ୍ତି। ଖଳିଲାଗି ଏକାଦଶୀରେ ଦଶମୂଳ ମୋଦକ ସେବନ କରିବା ପରେ ମହାପ୍ରଭୁ ସୁସ୍ଥ […]

ପୁରୀ : ମାନବୀୟ ଲୀଳା କରୁଛନ୍ତି ମହାପ୍ରଭୁ। ଦାରୁବିଗ୍ରହଙ୍କ ନୀତିକାନ୍ତି ଓ ଜୀବନଚର୍ଯ୍ୟା ସାଧାରଣ ମଣିଷଙ୍କ ଭଳି। ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଅତ୍ୟଧିକ ସ୍ନାନ ପରେ ଠାକୁର ଅସୁସ୍ଥ ହୋଇପଡ଼ି ଅଣସର ଘରେ ରହିଛନ୍ତି। ଦଇତାପତି ସେବକମାନେ ମହାପ୍ରଭୁଙ୍କ ଗୁପ୍ତସେବା କରୁଛନ୍ତି। ଇତିମଧ୍ୟରେ ବଡ଼ଓଡ଼ିଆ ମଠରୁ ଆସିଥିବା ଫୁଲୁରୀ ତେଲ, ଶୁଦ୍ଧସୁଆର ଦେଇଥିବା ଓଷୁଅ ଲାଗି ହେବା ପରେ ଶ୍ରୀବିଗ୍ରହ ଚକା ବିଜେ କରିଛନ୍ତି। ଖଳିଲାଗି ଏକାଦଶୀରେ ଦଶମୂଳ ମୋଦକ ସେବନ କରିବା ପରେ ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ପତି ମହାପାତ୍ର ଓ ଦଇତାପତି ସେବକମାନେ ଶ୍ରୀନଅରକୁ ଯାଇ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ ଦାରୁବିଗ୍ରହଙ୍କ ସୁସ୍ଥ ଖବର ଜଣାଇଛନ୍ତି। ଏଥିସହିତ ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ପ୍ରସାଦ ପ୍ରଦାନ କରିଛନ୍ତି। ଆଷାଢ଼ କୃଷ୍ଣ ଦ୍ୱାଦଶୀ ତିଥିରେ ଅଣସରରେ ଥିବା ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ପ୍ରସାଦ ରାଜପ୍ରସାଦ ବିଜେ ହେବାର ପରମ୍ପରା ରହିଛି।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ମଙ୍ଗଳବାର ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସମ୍ପନ୍ନ ହେବା ପରେ ଦଇତାପତି ଅଣସର ଘର ଖୋଲି ଭିତରକୁ ଯାଇଥିଲେ। ଭଣ୍ଡାର ମେକାପ ପ୍ରଦତ୍ତ ପାଟବସ୍ତ୍ର ପଡ଼ିଥିବା ରୂପାଥାଳି ଅଣସର ଘରକୁ ନେଇ ଠାକୁରଙ୍କ ଶ୍ରୀଅଙ୍ଗରୁ ବାହାରିଥିବା ଚନ୍ଦନ, କରାଳ, ପାଟଡୋରି ସଜେଇ ରଖିଥିଲେ। ବେହେରଣ ଦ୍ୱାରରେ ଆସ୍ଥାନ ପଢ଼ିଆରୀ ପକାଇଥିବା ପାହାଡ଼ା (କପଡ଼ା) ଉପରେ ଏହି ଥାଳିକୁ ସଜାଇ ରଖିଥିଲେ। ଘଣ୍ଟ, ଛତା, କାହାଳୀ ଆସିବା ପରେ ତଳୁଚ୍ଛ ମହାପାତ୍ର, ପ୍ରଧାନୀ ସେବକ ହାତ ପଇଠ ପକାଇ ଆଗେ ଆଗେ ଚାଲିଥିଲେ। ଥାଳିଗୁଡ଼ିକୁ ବାଡ଼ଗ୍ରାହୀ ଓ ଦଇତାପତିମାନେ ଗଜପତି ମହାରାଜାଙ୍କ ଉଦ୍ଦେଶ୍ୟରେ ଶ୍ରୀନଅରକୁ ନେଇଯାଇଥିଲେ। ରାଜବାଟିରେ ପଡ଼ିଥିବା ଚାରିବାଡ଼ର ପାହାଡା ଉପରେ ଥାଳିମାନ ରଖିଥିଲେ। ରାଜଗୁରୁଙ୍କ ସହିତ ଗଜପତି ମହାରାଜା ଦିବ୍ୟସିଂହ ଦେବ ଆସିଥିଲେ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଏହାପରେ ଥାଳିଗୁଡ଼ିକୁ ସଂସ୍କାର କରି ରାଜଗୁରୁ ଗଜପତି ମହାରାଜାଙ୍କ ମୁଣ୍ଡରେ ଲଗାଇଥିଲେ। ଗଜପତି ମହାରାଜା ଦଇତାପତିମାନଙ୍କୁ ଶାଢି ବନ୍ଧାଇବା ଲାଗି ରାଜଗୁରୁଙ୍କୁ ଆଜ୍ଞା ପ୍ରଦାନ କରିଥିଲେ। ଦଇତାପତିମାନେ ଶାଢ଼ି ବନ୍ଧାଇବା ପରେ ଗଜପତିଙ୍କ ସହ ଠାକୁରଙ୍କ ଅଣସର ଘର ସେବା ବିଷୟରେ ଆଲୋଚନା କରିଥିଲେ। ଏଥିସହ ମହାପ୍ରଭୁଙ୍କ ସୁସ୍ଥ ହେବା ଖବର ମଧ୍ୟ ଦେଇଥିଲେ। ଆଗାମୀ ରଥଯାତ୍ରା କିପରି ଶାନ୍ତିଶୃଙ୍ଖଳାର ସହ ଶେଷ ହେବ ସେ ବିଷୟରେ ମଧ୍ୟ ଗଜପତି ଦଇତାପତିଙ୍କ ସହ ଆଲୋଚନା କରିଥିଲେ। ଅନ୍ୟପକ୍ଷରେ ଅଣସର ଘରେ ଏବେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସପ୍ତାବରଣ କାର୍ଯ୍ୟ ଚାଲିଛି। ସେଥିମଧ୍ୟରେ ମଙ୍ଗଳବାର ଘଣାକଟା ହୋଇଛି। ବୁଧବାର ଦାରୁବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଘଣାଲାଗି କରାଯିବ। ଘଣା ଲାଗି ସରିବା ପରେ ଜୟ ବିଜୟ ଦ୍ୱାର ଫିଟି ପଟିଦିଅଁଙ୍କ ମଙ୍ଗଳ ଆଳତି ହେବ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର