ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୧୫ରୁ ଉର୍ଦ୍ଧ୍ବ ଆହତ

The Sakala Picture
Published On

ବାରିପଦା: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଫଳରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଚନ୍ଦନେଶ୍ବରରୁ ବାରିପଦା ଆସୁଥିବା ଗୀତାଞ୍ଜଳୀ ନାମକ ଏକ ଘରୋଇ ଯାତ୍ରୀବାହୀ ବସ ପୂର୍ବାହ୍ନ ୧୦ଟା ୧୫ମିନିଟ ସମୟରେ ଏକ ବାଇକ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଭାରସ୍ୟାମ ହରାଇ ରାସ୍ତା ପାର୍ଶ୍ବକୁ ଓଲଟିପଡି ଏକ ଗଛ ଦେହରେ ପିଟିହେବା ଫଳରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ବାରିପଦା-ଅମର୍ଦ୍ଦାରୋଡ ରାସ୍ତାର ବାରିପଦା ସଦର ଥାନା […]

ବାରିପଦା: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଫଳରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଚନ୍ଦନେଶ୍ବରରୁ ବାରିପଦା ଆସୁଥିବା ଗୀତାଞ୍ଜଳୀ ନାମକ ଏକ ଘରୋଇ ଯାତ୍ରୀବାହୀ ବସ ପୂର୍ବାହ୍ନ ୧୦ଟା ୧୫ମିନିଟ ସମୟରେ ଏକ ବାଇକ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଭାରସ୍ୟାମ ହରାଇ ରାସ୍ତା ପାର୍ଶ୍ବକୁ ଓଲଟିପଡି ଏକ ଗଛ ଦେହରେ ପିଟିହେବା ଫଳରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ବାରିପଦା-ଅମର୍ଦ୍ଦାରୋଡ ରାସ୍ତାର ବାରିପଦା ସଦର ଥାନା ଅଧୀନ ରଙ୍ଗାମାଟିଆ ନିକଟରେ ଏହି ଦୁର୍ଘଟଣା ଘଟିଛି । ନିକଟରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଥିବାରୁ ତୁରନ୍ତ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ବସରେ ପିଲାମାନେ ଆହାତଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି । ଖବର ପାଇ ଘଟଣାସ୍ଥଳରେ ପୁଲିସ ଓ ଦମକଳବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

27 Jun 2023 By The Sakala

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୧୫ରୁ ଉର୍ଦ୍ଧ୍ବ ଆହତ

ବାରିପଦା: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଫଳରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଚନ୍ଦନେଶ୍ବରରୁ ବାରିପଦା ଆସୁଥିବା ଗୀତାଞ୍ଜଳୀ ନାମକ ଏକ ଘରୋଇ ଯାତ୍ରୀବାହୀ ବସ ପୂର୍ବାହ୍ନ ୧୦ଟା ୧୫ମିନିଟ ସମୟରେ ଏକ ବାଇକ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଭାରସ୍ୟାମ ହରାଇ ରାସ୍ତା ପାର୍ଶ୍ବକୁ ଓଲଟିପଡି ଏକ ଗଛ ଦେହରେ ପିଟିହେବା ଫଳରେ ୧୫ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ବାରିପଦା-ଅମର୍ଦ୍ଦାରୋଡ ରାସ୍ତାର ବାରିପଦା ସଦର ଥାନା ଅଧୀନ ରଙ୍ଗାମାଟିଆ ନିକଟରେ ଏହି ଦୁର୍ଘଟଣା ଘଟିଛି । ନିକଟରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଥିବାରୁ ତୁରନ୍ତ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ବସରେ ପିଲାମାନେ ଆହାତଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି । ଖବର ପାଇ ଘଟଣାସ୍ଥଳରେ ପୁଲିସ ଓ ଦମକଳବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

https://www.thesakala.in/latest-odisha-news/mayurbhanj/15-people-were-injured-as-a-passenger-bus-overturned-in-baripada/article-22991
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର