ମୟୂରଭଞ୍ଜ ଜିଲ୍ଲାରେ ଦନ୍ତାହାତୀ ଆତଙ୍କ; ଆକ୍ରମଣରେ ୨ମୃତ, ୩ଗୁରୁତର

The Sakala Picture
Published On

ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ପୁଣି ହାତୀ ଆକ୍ରମଣରେ ପୃଥକ ସ୍ଥାନରେ ୨ଜଣଙ୍କ ମୃତ୍ୟୁ ଘଟିଛି । ଦୀର୍ଘ ଦିନ ଧରି ଉପଦ୍ରବ ମଚାଉଥିବା ଝାଡଖଣ୍ଡୀ ହାତୀପଲ ସମସ୍ତଙ୍କ ନିଦ ହଜାଇଥିବା ବେଳେ ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗ ପଟୁ ଏକ ଦନ୍ତାହାତୀ ହାତୀ ମୟୂରଭଞ୍ଜ ସୀମାକୁ ପ୍ରବେଶ କରି ଦେଉଳି, ରାସଗୋବିନ୍ଦପୁର ଓ ବେତନଟୀ ରେଞ୍ଜ ଅଞ୍ଚଳରେ ଉପଦ୍ରବ ରଚିଛି । ଘଟଣାରେ ଶୁଳିଆପଦା ଥାନା ଅଞ୍ଚଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହାତ ହୋଇ […]

ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ପୁଣି ହାତୀ ଆକ୍ରମଣରେ ପୃଥକ ସ୍ଥାନରେ ୨ଜଣଙ୍କ ମୃତ୍ୟୁ ଘଟିଛି । ଦୀର୍ଘ ଦିନ ଧରି ଉପଦ୍ରବ ମଚାଉଥିବା ଝାଡଖଣ୍ଡୀ ହାତୀପଲ ସମସ୍ତଙ୍କ ନିଦ ହଜାଇଥିବା ବେଳେ ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗ ପଟୁ ଏକ ଦନ୍ତାହାତୀ ହାତୀ ମୟୂରଭଞ୍ଜ ସୀମାକୁ ପ୍ରବେଶ କରି ଦେଉଳି, ରାସଗୋବିନ୍ଦପୁର ଓ ବେତନଟୀ ରେଞ୍ଜ ଅଞ୍ଚଳରେ ଉପଦ୍ରବ ରଚିଛି । ଘଟଣାରେ ଶୁଳିଆପଦା ଥାନା ଅଞ୍ଚଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହାତ ହୋଇ ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲରେ ବନବିଭାଗ ଦ୍ବାରା ଚିକିତ୍ସାଧୀନ ଅଛନ୍ତି । ମୃତକ ଜଣଙ୍କ ହେଲେ ପାକଟିଆ ସୋନପୁରିଆ ଗ୍ରାମର ରଘୁନାଥ ହେମ୍ବ୍ରମ । ଆହତ ଦ୍ବୟ ହେଲେ ପୋଖରିଆ ଗ୍ରାମର ଲୁସକି ସୋରେନ ଓ ତାଡକି ଗ୍ରାମର ସର୍ବେଶ୍ବର ସିଂ ।

ଆହୁରି ପଢ଼ନ୍ତୁ: କରଞ୍ଜିଆ ବନଖଣ୍ଡରୁ ହାତୀ ଶାବକର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ସେହିପରି ଆଜି ସକାଳ ୬ଟା ସମୟରେ ଏହି ଦନ୍ତା ହାତୀ ଆକ୍ରମଣରେ ମୋରଡା ଥାନା ଅଧୀନ ଘୋଳମୁହାଁ ପଞ୍ଚାୟତ ଉଲିଡ଼ିହି ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ତୁରାମ ହେମ୍ବ୍ରମଙ୍କ ସ୍ତ୍ରୀ ସାକ୍ରା । ଏହା ପରେ ହାତୀଟି ବେତନଟୀ ରେଞ୍ଜରେ ପ୍ରବେଶ କରି ଆଣୁଆ ଗ୍ରାମର ସୁଗା ମହାନ୍ତଙ୍କୁ ଗୁରୁତର ଆହାତ କରିଛି । ଆହତଙ୍କୁ ବନବିଭାଗ ପିଆରଏମ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଏସଟି ଏବଂ ଏସସି ବିଭାଗର ୨ ଅଡିଟର, ୧୪ ଲକ୍ଷରୁ ଊର୍ଦ୍ଧ୍ୱ ସନ୍ଦିଗ୍ଧ ଲାଞ୍ଚ ଟଙ୍କା ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର