ପୁନରୁଦ୍ଧାର ହେବ ଉତ୍କଳମଣି ଗୋପବନ୍ଧୁଙ୍କ ଦ୍ବିତୀୟ ଭବନ
ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ପୌରପରିଷଦର ପ୍ରଥମ ଉପାଧ୍ୟକ୍ଷ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ବାରିପଦା ସ୍ଥିତ ଭବନ(ଦ୍ବିତୀୟ)ର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ବୁଧବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପରିଦର୍ଶନରେ ଆସି ଆଲୋଚନା କରିବା ସହ ସମୀକ୍ଷା କରିଛନ୍ତି। ପରିତ୍ୟକ୍ତ ଅବସ୍ଥାରେ ପଡିଥିବା ଭବନର ନବୀକରଣ ସହ ଚତୁଃପାର୍ଶ୍ବ ଜବରଦଖଲ ଉଚ୍ଛେଦ କରିବାକୁ ମ୍ୟୁନସିପାଲିଟି ପୌରାଧ୍ୟକ୍ଷ କୄଷ୍ଣାନନ୍ଦ ମହାନ୍ତି ଓ ଜିଲ୍ଲାପାଳ ବିନୀତ ଭରଦ୍ବାଜଙ୍କୁ ନିର୍ଦ୍ଦେଶ […]
ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ପୌରପରିଷଦର ପ୍ରଥମ ଉପାଧ୍ୟକ୍ଷ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ବାରିପଦା ସ୍ଥିତ ଭବନ(ଦ୍ବିତୀୟ)ର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ବୁଧବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପରିଦର୍ଶନରେ ଆସି ଆଲୋଚନା କରିବା ସହ ସମୀକ୍ଷା କରିଛନ୍ତି। ପରିତ୍ୟକ୍ତ ଅବସ୍ଥାରେ ପଡିଥିବା ଭବନର ନବୀକରଣ ସହ ଚତୁଃପାର୍ଶ୍ବ ଜବରଦଖଲ ଉଚ୍ଛେଦ କରିବାକୁ ମ୍ୟୁନସିପାଲିଟି ପୌରାଧ୍ୟକ୍ଷ କୄଷ୍ଣାନନ୍ଦ ମହାନ୍ତି ଓ ଜିଲ୍ଲାପାଳ ବିନୀତ ଭରଦ୍ବାଜଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଗସ୍ତ ସମୟରେ ମୟୂରଭଞ୍ଜ ସିଟିଜେନ ଫୋରମ ଓ ବିଭିନ୍ନ ସଙ୍ଗଠନ ପକ୍ଷରୁ ଏହାର ପୁନରୁଦ୍ଧାର ପାଇଁ ଦାବି ହୋଇଥିଲା। ତେବେ ଓଡିଶାର ବରପୁତ୍ର ତଥା ମହାପୁରୁଷଙ୍କ ଜନ୍ମସ୍ଥାନ, ବାସସ୍ଥଳୀ ଓ କର୍ମସ୍ଥଳୀ ଗୁଡିକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପୁନରୁଦ୍ଧାର ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ବାରିପଦାର ଗୋପବନ୍ଧୁ ଭବନ କାର୍ଯକାରୀ କରିବାକୁ ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ମୟୂରଭଞ୍ଜ ଜିଲ୍ଲାପାଳ ଏନେଇ ସଂସ୍କୃତି ବିଭାଗକୁ ୧କୋଟି ଟଙ୍କାର ପ୍ରସ୍ତାବ ଅଟକଳ ପଠାଇଥିବା ବେଳେ ତାହା ଗୃହୀତ ହୋଇଛି।
ଖୁବଶୀଘ୍ର ଟେଣ୍ଡର କରାଯାଇ ଡିସେମ୍ବର ମାସ ଶେଷ ସୁଦ୍ଧା କାର୍ଯ୍ୟ ଶେଷ କରାଯିବ ବୋଲି ସଚିବ ଶ୍ରୀ ସାହୁ ପ୍ରକାଶ କରିଛନ୍ତି। ଅବହେଳିତ ପରିତ୍ୟକ୍ତ ଅବସ୍ଥାରେ ପଡିଥିବା ଭବନର ପୁନରୁଦ୍ଧାର କରାଗଲେ ଅନ୍ୟ ଏକ ସ୍ମାରକୀ ସ୍ଥଳୀ ଚିହ୍ନଟ ହୋଇ ପାରିବ ବୋଲି ମତପ୍ରକାଶ ପାଇଛି। ଏହି ଗସ୍ତ ସମୟରେ ଅତିରିକ୍ତ ଜିଲ୍ଲାପାଳ ରୁଦ୍ର ନାରାୟଣ ମହାନ୍ତି, ଉପଜିଲ୍ଲାପାଳ ଇଶ୍ବର ନାଏକ, ସଂସ୍କୃତି ଅଧିକାରୀ ଅନନ୍ତ ସେଠୀ, ସିନିଅର ସିଟିଜେନ ଫୋରମର ସଭାପତି ପୂର୍ଣ୍ଣଚନ୍ଦ୍ର ବୁଗୁଡେଇ, ଉପଦେଷ୍ଟା ଡ. ବିଜୟ କୁମାର ଅଗ୍ରଓ୍ବାଲ ଓ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।