ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିବେ ମହାମହିମ ରାଷ୍ଟ୍ରପତି; ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ୪ ଓ ୫ ତାରିଖ ବନ୍ଦ ରହିବ ଶିମିଳିପାଳ

The Sakala Picture
Published On

ବାରିପଦା: ମହାମହିମ ରାଷ୍ଟ୍ରପତିଙ୍କ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ଶିମିଳିପାଳ ଅଭୟାରଣ୍ୟକୁ ଆସନ୍ତା ୪ ଓ ୫ ତାରିଖ ଦୁଇ ଦିନ ପାଇଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରିଦିଆଯାଇଛି। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ. ପ୍ରକାଶ ଚାନ୍ଦ ଗୋଗିନାନୀ ସୂଚନା ଦେଇଛନ୍ତି । ଏନେଇ ବ୍ୟାଘ୍ର ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶିମିଳିପାଳ ଅଭୟାରଣ୍ୟକୁ ଦେଶର ମୁଖ୍ୟ ପ୍ରଥମ ଥର ପାଇଁ […]

ବାରିପଦା: ମହାମହିମ ରାଷ୍ଟ୍ରପତିଙ୍କ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ଶିମିଳିପାଳ ଅଭୟାରଣ୍ୟକୁ ଆସନ୍ତା ୪ ଓ ୫ ତାରିଖ ଦୁଇ ଦିନ ପାଇଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରିଦିଆଯାଇଛି। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ. ପ୍ରକାଶ ଚାନ୍ଦ ଗୋଗିନାନୀ ସୂଚନା ଦେଇଛନ୍ତି । ଏନେଇ ବ୍ୟାଘ୍ର ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି, ଆସିପାରେ ବଡ଼ ନିର୍ଦ୍ଦେଶ

ଶିମିଳିପାଳ ଅଭୟାରଣ୍ୟକୁ ଦେଶର ମୁଖ୍ୟ ପ୍ରଥମ ଥର ପାଇଁ ଆସୁଥିବା ଆମ ପାଇଁ ବିଶେଷ କରି ଶିମିଳିପାଳ ପାଇଁ ଗର୍ବ ଓ ଗୌରବର ବିଷୟ। ଏହାକୁ ଦୃଷ୍ଟିରେ ରଖି ଶିମିଳିପାଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା, ଆତିଥ୍ୟସେବା ଓ ପରିଦର୍ଶନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି ବୋଲି ଶ୍ରୀ ଗୋଗିନେନୀ କହିଛନ୍ତି। ରାଷ୍ଟ୍ରପତି ଶ୍ରୀ ମୁର୍ମୁ ୫ତାରିଖ ପୂର୍ବାହ୍ନରେ ଯଶୀପୁର ହେଲିପେଡରୁ ଓହ୍ଲାଇ ସଡକ ପଥରେ ସ୍ବତନ୍ତ୍ର ଗାଡିରେ ଶିମିଳିପାଳ ଗସ୍ତ କରି ଅପରାହ୍ନରେ ପୁନର୍ବାର ଯଶୀପୁର ହ୍ୟାଲିପେଡକୁ ଫେରିବା କାର୍ଯ୍ୟକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର