ଉତ୍ତମ ସ୍ବାସ୍ଥ୍ୟ ସେବା ପ୍ରଦାନ ଉଦ୍ଦେଶ୍ୟରେ ଆସନ୍ତାକାଲି ବାରିପଦା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ମୟୁରଭଞ୍ଜ: ରାଜ୍ୟର ସାମଗ୍ରିକ ବିକାଶର ସଫଳ ରୂପାୟଣ ପାଇଁ ପ୍ରଶାସନର ଲୋକାଭିମୁଖୀ ଆଭିମୁଖ୍ୟକୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ। ଏହିକ୍ରମରେ ଶାସନତନ୍ତ୍ରକୁ ଅଧିକ ଉତ୍ତରଦାୟୀ କରିବା ସହ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର ସୁଫଳ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ନବୀନ ପ୍ରତିଶ୍ରୁତିବଦ୍ଧ। ଆସନ୍ତାକାଲି ବାରିପଦା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଦିବାସୀ ବହୁଳ ମୟୁରଭଞ୍ଜ ଜିଲ୍ଲାରେ ଉତ୍ତମ ସ୍ବାସ୍ଥ୍ୟ ସେବା ପ୍ରଦାନ ଉଦ୍ଦେଶ୍ୟରେ କାଲି ବାରିପଦା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ହିତାଧିକାରୀଙ୍କୁ […]

ମୟୁରଭଞ୍ଜ: ରାଜ୍ୟର ସାମଗ୍ରିକ ବିକାଶର ସଫଳ ରୂପାୟଣ ପାଇଁ ପ୍ରଶାସନର ଲୋକାଭିମୁଖୀ ଆଭିମୁଖ୍ୟକୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ। ଏହିକ୍ରମରେ ଶାସନତନ୍ତ୍ରକୁ ଅଧିକ ଉତ୍ତରଦାୟୀ କରିବା ସହ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର ସୁଫଳ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ନବୀନ ପ୍ରତିଶ୍ରୁତିବଦ୍ଧ। ଆସନ୍ତାକାଲି ବାରିପଦା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଦିବାସୀ ବହୁଳ ମୟୁରଭଞ୍ଜ ଜିଲ୍ଲାରେ ଉତ୍ତମ ସ୍ବାସ୍ଥ୍ୟ ସେବା ପ୍ରଦାନ ଉଦ୍ଦେଶ୍ୟରେ କାଲି ବାରିପଦା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ୩୩ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

କେବଳ ବାରିପଦା ସହରରେ ୧୬ ପ୍ଲାଟୁନ ଏବଂ ଜିଲ୍ଲାର ଅବଶିଷ୍ଟ ୩ଟି ଉପଖଣ୍ଡର ୧୬ଟି ବ୍ଲକରେ ୧୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ବିଏସକେଓ୍ବାଇ ଯୋଜନାରେ ଜିଲ୍ଲାର ୬ ଲକ୍ଷ ୧୨ ହଜାର ୧୫୦ଟି ପରିବାରକୁ ସ୍ମାର୍ଟ କାର୍ଡ ପ୍ରଦାନ କରିବେ । ଶାନ୍ତି ଓ ଶୃଙ୍ଖଳା ରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର