ଭାଇକୁ ବଞ୍ଚାଇବାକୁ ଯାଇ ପାଣି ସୁଅରେ ଭାସିଗଲେ ଦିବ୍ୟାଙ୍ଗ ଭଉଣୀ: କେନାଲରେ ବୁଡ଼ି ଉଭୟଙ୍କ ମୃତ୍ୟୁ

Madhusudan Das Picture
Published On

ବାରିପଦା: କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ । ଭାଇକୁ ବଞ୍ଚାଇବାକୁ ଯାଇ ପାଣି ସୁଅରେ ଭାସିଗଲେ ଦିବ୍ୟାଙ୍ଗ ଭଉଣୀ । ହେଲେ ଉଭୟ ଭାଇ-ଭଉଣୀଙ୍କୁ ପାଣିରେ ବୁଡି ମୃତ୍ୟୁ ହୋଇଛି । ଏଭଳି ହୃଦୟବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଖୁଣ୍ଟା ଥାନା ମହ୍ଲାରପଦା ଗାଁରେ ।  

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ପ୍ରାପ୍ତ ସୂଚନା ଅନୁଯାୟୀ, ଗତକାଲି ରାତିରେ ମହ୍ଲାରପଦା ଗ୍ରାମର ପରମେଶ୍ୱର ନାୟକ କୌଣସି କାରଣରୁ ଘର ନିକଟସ୍ଥ କେନାଲର ପ୍ରଖର ସ୍ରୋତରେ ଭାସି ଯାଉଥିଲେ। ନିଜ ଭାଇ ବିପଦରେ ପଡ଼ିଥିବା ଦେଖି ତାଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ଦିବ୍ୟାଙ୍ଗ ଭଉଣୀ ନନ୍ଦିନୀ ନାୟକ ବିନା ଦ୍ୱିଧାରେ କେନାଲ ଭିତରକୁ ଡେଇଁ ପଡ଼ିଥିଲେ। ମାତ୍ର ପାଣିର ପ୍ରଖର ସୁଅ ଆଗରେ ତାଙ୍କର ସମସ୍ତ ଚେଷ୍ଟା ବିଫଳ ହୋଇଥିଲା; ଭାଇ ପରମେଶ୍ୱର ସେହି କେନାଲ ପାଣିରେ ବୁଡ଼ି ପ୍ରାଣ ହରାଇଥିବା ବେଳେ ପ୍ରଖର ସ୍ରୋତରେ ନନ୍ଦିନୀ କେନାଲରୁ ନାଲୁହା ନଦୀର ସୁଅରେ ଭାସି ଯାଇଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ଖୁଣ୍ଟା ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦୀର୍ଘ ସମୟ ଧରି ଖୋଜାଖୋଜି ପରେ ଘର ଠାରୁ ପ୍ରାୟ ଏକ କିଲୋମିଟର ଦୂର କରକଚିଆ ପୋଲ ନିକଟରୁ ଭାସିଯାଇଥିବା ଭଉଣୀ ନନ୍ଦିନୀଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ କେନାଲ ମଧ୍ୟରୁ ଭାଇ ପରମେଶ୍ୱରଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଗଭୀର ଶୋକର ଛାୟା ଖେଳିଯାଇଛି। ଖୁଣ୍ଟା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ଓରାଙ୍ଗଉଟାନ ଚାଲାଣକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର