ବାରିପଦା: ବାରିପଦା ବନଖଣ୍ଡ ଅଧୀନ ବାରିପଦା ରେଞ୍ଜ ଡୁକୁରା ସେକ୍ସନର କାରାମଘୁଟୁଠାରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି। ସ୍ଥାନୀୟ ଏକ ବିଲ ଭିତରେ ହାତୀଟିର ମୃତଦେହ ପଡ଼ିରହିଥିବା ଦେଖିବାକୁ ମିଳିଛି। ତେବେ ଦନ୍ତାହାତୀଟିର ମୃତ୍ୟୁର ସଠିକ୍ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବା ବେଳେ ଏହା ପଛରେ ଶିକାର ହୋଇଥିବା ସନ୍ଦେହ କରାଯାଉଛି। ଖବର ପାଇ ବନବିଭାଗର ଅଧିକାରୀ ଓ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଘଟଣାର ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହାତୀ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି।